Posted inଜାତୀୟ

ପୃଥିବୀର ୮୦ ପ୍ରତିଶତ ଲୋକ ଖାଉଛନ୍ତି କୀଟପତଙ୍ଗ: ଭାରତରେ ଶହେ ପ୍ରଜାତି ଖାଦ୍ୟ ଯୋଗ୍ୟ

ଆଲମୋରା,୭।୧୧: ଆଗାମୀ ଦିନରେ ପୃଥିବୀରେ ଖାଦ୍ୟ ସଙ୍କଟ ଦେଖାଯିବ। ଏପରିସ୍ଥଳେ କୀଟପତଙ୍ଗକୁ ଖାଦ୍ୟ ଭାବେ ବ୍ୟବହାର କରାଗଲେ ଏହି ସମସ୍ୟାର ସହଜରେ ସମାଧାନ ହୋଇପାରିବ। ସମ୍ପ୍ରତି ପୃଥିବୀର ୮୦ ପ୍ରତିଶତ ଲୋକ କୀଟପତଙ୍ଗକୁ ଖାଦ୍ୟ ଭାବେ ଗ୍ରହଣ କରୁଛନ୍ତି। ତେବେ ଅବଶିଷ୍ଟ ୨୦ ପ୍ରତିଶତ ଲୋକ ଏଭଳି କରୁ ନ ଥିବା ଉତ୍ତରାଖଣ୍ଡର ଆଲମୋରା ସ୍ଥିତ ଜି.ବି. ପନ୍ଥ ଜାତୀୟ ହିମାଳୟ ପରିବେଶ ସଂରକ୍ଷଣ ଏବଂ ବିକାଶ ସଂସ୍ଥା ପକ୍ଷରୁ ପ୍ରକାଶିତ ଏକ ଗବେଷଣା ରିପୋର୍ଟରେ ପ୍ରକାଶ ପାଇଛି। ଭାରତର ଉତ୍ତର ପୂର୍ବ ରାଜ୍ୟ ମଧ୍ୟରେ ମଣିପୁର, ଅରୁଣାଚଳ ପ୍ରଦେଶ ଏବଂ ନାଗାଲାଣ୍ଡରେ ବଜାରରେ କୀଟପତଙ୍ଗ ବିକ୍ରି ହୋଇଥାଏ। ଏସବୁରେ ଉଚ୍ଚକୋଟୀର ପୋଷକ ତତ୍ତ୍ୱ ରହିଥାଏ। ସେହିପରି କେରଳ, ତାମିଲନାଡୁ, ଝାଡ଼ଖଣ୍ଡ ଏବଂ ଓଡ଼ିଶାରେ ମଧ୍ୟ କେତେକ କୀଟପତଙ୍ଗକୁ ଖାଦ୍ୟ ଭାବେ ବ୍ୟବହାର କରାଯାଇଥାଏ। ଭାରତରେ ଶହେରୁ ଅଧିକ ପ୍ରଜାତିର କୀଟପତଙ୍ଗକୁ ଲୋକେ ଖାଇଥାନ୍ତି। ଚାଇନା, ଜାପାନ, ଥାଇଲାଣ୍ଡ, ମ୍ୟାନ୍‌ମାର୍‌ ଏବଂ ଆମେରିକା ସହିତ ୟୁରୋପ, ଆଫ୍ରିକାରେ ମଧ୍ୟ କୀଟପତଙ୍ଗକୁ ଖାଦ୍ୟ ରୂପେ ବ୍ୟବହୃତ କରାଯାଇଥାଏ। ତେଣୁ କୀଟପତଙ୍ଗ ପ୍ରଜାତି ସଂରକ୍ଷଣ କରିବା ଆବଶ୍ୟକ ବୋଲି ଏହି ରିପୋର୍ଟରେ ପ୍ରକାଶ ପାଇଛି। ଇତିମଧ୍ୟରେ ପୃଥିବୀରୁ ଖାଦ୍ୟ ଯୋଗ୍ୟ ୪୩୯ ପ୍ରଜାତିର କୀଟପତଙ୍ଗ ଲୋପ ପାଇଯାଇଛନ୍ତି। ସାରା ପୃଥିବୀରେ ୧୫ ଶହରୁ ଅଧିକ ପ୍ରଜାତିର କୀଟପତଙ୍ଗକୁ ଲୋକେ ପାରମ୍ପରିକ ଖାଦ୍ୟ ଭାବେ ଗ୍ରହଣ କରୁଥିବା ରିପୋର୍ଟରେ ଦର୍ଶାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

ଚାଇନାକୁ ପାନେ ଦେବ ଭାରତ: ଇରାନ ମଡେଲ୍‌କୁ ଆପଣାଇ…

ନୂଆଦିଲ୍ଲୀ,୧୦।୪: ସୀମିତ ସମ୍ବଳ ସତ୍ତ୍ୱେ ଏକ ସଂକୀର୍ଣ୍ଣ ସମୁଦ୍ର କରିଡର (ଚୋକପଏଣ୍ଟ)କୁ କିପରି ଏକ ରଣନୈତିକ ଅସ୍ତ୍ରରେ ପରିଣତ କରାଯାଇପାରିବ ତାହା ଇରାନ ବିଶ୍ୱକୁ ଦେଖାଇଛି। ଏବେ…

ଆନନ୍ଦପୁରରେ ବଡ଼ ରାଜନୈତିକ ହଲଚଲ: ବିଜେଡିରୁ ଇସ୍ତଫା ଦେଲେ ଏହି କାଉନସିଲର

ବଞ୍ଚୋ,୧୦ା୪(ପ୍ରଦୋଷ କୁମାର ବିଶ୍ୱାଳ): ଆନନ୍ଦପୁର ନଗରପାଳିକାର ଓ୍ବାର୍ଡ-୭ କାଉନସିଲର କୃଷ୍ଣ ରଣା ଶୁକ୍ରବାର ବିଜୁ ଜନତା ଦଳରୁ ପଦତ୍ୟାଗ କରିଥିବା ସୂଚନା ମିଳିଛି। ଏହି ପଦକ୍ଷେପ ପରେ…

ପଶ୍ଚିମବଙ୍ଗ ପାଇଁ ଭାଜପାର ସଂକଳ୍ପପତ୍ର: ଯୁବତୀଯୁବକ, ମହିଳା, ସରକାରୀ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୦।୪: ଭାରତୀୟ ଜନତା ପାର୍ଟି (ଭାଜପା) ଶୁକ୍ରବାର ଏହାର ଇସ୍ତାହାର ପ୍ରକାଶ କରିଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଏବଂ ଭାଜପା ନେତା ଅମିତ ଶାହା ଇସ୍ତାହାର ବା ଘୋଷଣାପତ୍ର…

ଭାରସାମ୍ୟ ହରାଇ ଓଲଟିଲା ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ, ଦଶରୁ ଉର୍ଦ୍ଧ୍ଵ…

ନୟାଗଡ଼/ଭାପୁର,୧୦।୪ (ଲୋକନାଥ ମିଶ୍ର/ପ୍ରଭାତ ବରାଡ): ଭାରସାମ୍ୟ ହରାଇ ଓଲଟିଲା ଅଟୋ । ଫତେଗଡ ଥାନା ବଡସହରା ପଞ୍ଚାୟତର ମାନସିକଧାରୀ ଦଣ୍ଡୁଆଙ୍କ ଅଟୋ ଗାଡି ଓଲଟି ପଡିବାରୁ ଦଶରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri