ପେଟରୁ ବାହାରିଲା ୪ କିଲୋ ଟ୍ୟୁମର

ଭୁବନେଶ୍ୱର,୧୮ା୯(ବ୍ୟୁରୋ): ୬୦ ବର୍ଷୀୟ ବ୍ୟକ୍ତିଙ୍କଠାରୁ ୩୦ ସେମି ଗୋଲେଇ ବିଶିଷ୍ଟ ୪ କିଗ୍ରାର ଏକ ବଡ଼ ଟ୍ୟୁମର୍‌ ବାହାରଛି। ଏକାଧିକ ଅଙ୍ଗ ଏବଂ ଟିସ୍ୟୁ ସହିତ ସମ୍ପୃକ୍ତ ଥିବା ଏହି ଟ୍ୟୁମରକୁ ଜଟିଳ ଅସ୍ତ୍ରୋପଚାର ପ୍ରକ୍ରିୟା ମାଧ୍ୟମରେ କଢ଼ାଯାଇଛି। ବି.ଆର. ଲାଇଫ୍‌ କଳିଙ୍ଗ ହସ୍ପିଟାଲ ପକ୍ଷରୁ ଅତ୍ୟାଧୁନିକ ଜ୍ଞାନକୌଶଳ ପ୍ରୟୋଗ କରାଯାଇ ଏହି ସଫଳ ଅସ୍ତ୍ରୋପଚାର କରାଯାଇଛି। ଆଠଗଡ଼ର ବାସିନ୍ଦା ପ୍ରତାପ କୁମାର ଶତପଥୀଙ୍କର ଦୁଇମାସ ହେଲା ପେଟରେ ଭୀଷଣ ଯନ୍ତ୍ରଣା ହେଉଥିଲା। ନିଃଶ୍ୱାସ-ପ୍ରଶ୍ୱାସ ନେବାରେ ଅସୁବିଧା ହେବା ସହ ଖାଦ୍ୟ ଢୋକିବାରେ ସମସ୍ୟା ହେଉଥିଲା। ସ୍ବାସ୍ଥ୍ୟ ପରୀକ୍ଷା ପରେ ଗତ ୩୦ ବର୍ଷ ହେଲା ତାଙ୍କ ପେଟରେ ଫୁଟବଲ ଆକାରର ଟ୍ୟୁମର ବଢ଼ୁଥିବା ଜଣାପଡ଼ିଥିଲା। ତଳ ଛାତି, ଉପର ପେଟ, ହୃଦୟ, ହୃତ୍‌ପିଣ୍ଡ ଆବରଣକାରୀ ଝିଲ୍ଲୀ, ହୃଦୟ ସହିତ ସଂଯୋଗ କରୁଥିବା ମୁଖ୍ୟ ଧମନୀ, ପେଟ ସହିତ ସଂପୃକ୍ତ ଧମନୀରେ ଏହି ଟ୍ୟୁମର୍‌ ଚାପ ସୃଷ୍ଟି କରୁଥିଲା। ବି.ଆର. ଲାଇଫ୍‌ କଳିଙ୍ଗ ହସ୍ପିଟାଲର ସର୍ଜିକାଲ ଗ୍ୟାଷ୍ଟ୍ରୋଏଣ୍ଟ୍ରୋଲୋଜିଷ୍ଟ ଡା. ବୃନ୍ଦାବନ ନାହାକଙ୍କ ତତ୍ତ୍ୱାବଧାନରେ ଏହି ଜଟିଳ ଅସ୍ତ୍ରୋପଚାର ହୋଇଥିଲା। ସର୍ଜିକାଲ ଅଙ୍କୋଲୋଜି ପ୍ରଣାଳୀ ମାଧ୍ୟମରେ ଏକାଧିକ ଟିସ୍ୟୁ ସଂଯୋଗ ଥାଇ ମଧ୍ୟ ସମ୍ପୂର୍ଣ୍ଣ ରୂପେ ଏହି ଟ୍ୟୁମରକୁ କଢ଼ାଯାଇଥିଲା। ୩ଘଣ୍ଟାର ଏହି ଅସ୍ତ୍ରୋପଚାରରେ ଅତ୍ୟାଧୁନିକ ସର୍ଜିକାଲ ଏବଂ କ୍ଲିନିକାଲ ଜ୍ଞାନକୌଶଳ ପ୍ରୟୋଗ କରାଯାଇଥିଲା। ଟ୍ୟୁମର କଢ଼ାଯିବାର ପରବର୍ତ୍ତୀ ସମୟରେ ଏହା ସହିତ ସଂଯୋଗ ହୋଇଥିବା ଅନ୍ୟ ଅଙ୍ଗଗୁଡ଼ିକୁ ଠିକ୍‌ କରାଯାଇଥିଲା ବୋଲି ଜେନେରାଲ ସର୍ଜରୀର ବରିଷ୍ଠ ଡାକ୍ତର ପ୍ରଦୀପ କୁମାର ମିଶ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ଘରେ କେହି ନ ଥିବାବେଳେ ଦେହରେ ନିଆଁ ଲଗାଇ ଆତ୍ମହତ୍ୟା କଲେ ଯୁବତୀ, ପଡ଼ୋଶୀ ଆସିବାବେଳକୁ…

ପାରଳାଖେମୁଣ୍ଡି,୧୧ା୪(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡିର ଖଞ୍ଜା ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଖଞ୍ଜା ସାହିରେ ଶୁଭ୍ର ସାମଲ ନାମକ ଜଣେ…

ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ +୨ ଅନ୍‌ଲାଇନ୍‌-ଅଫ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର

ବାଲିଗୁଡ଼ା,୧୧ା୪(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ାସ୍ଥିତ ଆଦିବାସୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ +୨ ବିଜ୍ଞାନ, ବାଣିଜ୍ୟ ବିଭାଗର ଅନ୍‌ଲାଇନ୍‌ ମୂଲ୍ୟାୟନ କେନ୍ଦ୍ର ହୋଇଥିବାବେଳେ ଗତ…

ଭୁବନେଶ୍ୱରରେ ପାକିସ୍ତାନ ଆତଙ୍କୀ ଲିଙ୍କ: ପୁଅକୁ ଦିଲ୍ଲୀ ପୋଲିସ ନେବା ପରେ ଏମିତି କହିଲେ ବାପା

ଭୁବନେଶ୍ୱର,୧୧।୪: ମୋ ପୁଅ ନିର୍ଦ୍ଦୋଷ କହିଲେ ଇମ୍ରାନଙ୍କ ବାପା। ପୁଅକୁ ଦିଲ୍ଲୀ ପୋଲିସ ଉଠାଇ ନେବା ପରେ ଏମିତି କହିଲେ ବାପା। ମୋ ପୁଅ ନିର୍ଦ୍ଦୋଷ, ସେ…

‘ନିଜ ମାତୃଭାଷା ଯେତେ ଆଗକୁ ଯିବ ସେ ଅଞ୍ଚଳ ସେତେ ଆଗକୁ ବଢ଼ିବ’

ଭଞ୍ଜନଗର,୧୧ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ଓଡ଼ିଆ ପକ୍ଷ ଅବସରରେ ଶନିବାର ଭଞ୍ଜ ସାହିତ୍ୟ ଉପରେ ଏକ ଆଲୋଚନାଚକ୍ର ଅନୁଷ୍ଠିତ…

ସରକାରୀ ଯୋଜନାରେ ଲକ୍ଷପତି ହେଲେ ୨ ଭାଇ: ସମାଜ ପାଇଁ ଉଦାହରଣ

ଲଖନପୁର,୧୧ା୪(ଗୌତମ ସାହୁ):ବର୍ତ୍ତମାନ ସମୟରେ ଯୁବପିଢ଼ି ଉଚ୍ଚଶିକ୍ଷା ଗ୍ରହଣ କରି ସରକାରୀ ଚାକିରି ପାଇବା ଆଶାରେ ନିଜ ବୟସ ଗଡ଼ାଇ ଚାଲିଛନ୍ତି। ସେହିପରି ଆଉକିଛି ଯୁବପିଢ଼ି ସ୍ବଳ୍ପ ସମୟରେ…

ଅଫିସରେ କାମ କରୁଥିବାବେଳେ ଟଳିପଡ଼ିଲେ DFO, ଆହୁରି ବର୍ଷେ ଥିଲା ଚାକିରି

ଚାନ୍ଦବାଲି,୧୧ା୪(ଅଶୋକ ପଣ୍ଡା): ଚାନ୍ଦବାଲିରେ କର୍ତ୍ତବ୍ୟରତ ଭଦ୍ରକ ବନ୍ୟପ୍ରାଣୀ ବନଖଣ୍ଡ ଅଧିକାରୀ(DFO) ସୌଭାଗ୍ୟ କୁମାର ସାହୁଙ୍କ ମୃତ୍ୟୁ ଘଟିଛି। ଶନିବାର ପୂର୍ବାହ୍ନ ୧୧ ଟାରେ ସେ ଛାତିରେ ଯନ୍ତ୍ରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri