ଘର ମାଲିକଙ୍କୁ ମରଣାନ୍ତକ ଆକ୍ରମଣ, ୪ ଗିରଫ

ବ୍ରହ୍ମପୁର ଅଫିସ,୨୨ା୫- ଘରଭଡ଼ାକୁ କେନ୍ଦ୍ରକରି ଘର ମାଲିକଙ୍କୁ ହୋଇଥିବା ମରଣାନ୍ତକ ଆକ୍ରମଣ ଘଟଣାରେ ଗୋଷାଣୀନୂଆଗଁା ପୋଲିସ ୪ ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ ଗୋଷାଣୀନୂଆଗଁା ଅଞ୍ଚଳର ଏକ ଦୃଷ୍ଟିହୀନ ଅନୁଷ୍ଠାନର ମୁଖ୍ୟ ବଦ୍ରିରାଜନଗରର ଭବାନୀ ଶଙ୍କର ପାଢୀ (୪୨), ତାଙ୍କ ଭଣଜା ଦିନେଶ ପଣ୍ଡା (୨୬), ସମ୍ପର୍କୀୟ ଭାଇ ରୋହିତ ପାଢ଼ୀ (୨୩) ଓ ଜଣେ କର୍ମଚାରୀ ଛତ୍ରପୁରର ଅଶୋକ ପୁରୋହିତ (୪୨) ବୋଲି ପୋଲିସ ସୂଚନା ଦେଇଛି। ନଂ. ୫୩/୧୯ରେ ଅଭିଯୁକ୍ତମାନଙ୍କୁ ମଙ୍ଗଳବାର କୋର୍ଟଚାଲାଣ କରାଯାଇଛି। ପ୍ରକାଶ ଯେ, ବିଜିପୁର ତୋଟା ସାହିର ସୁରଜିତ୍‌ ରଥଙ୍କର ଏକ ଘରକୁ ଭବାନୀ ଭଡ଼ା ସୂତ୍ରରେ ନେଇ ସେଠାରେ ବ୍ୟବସାୟ କରୁଥିଲେ। ଘର ଭଡ଼ା ମିଆଦ ସାରିବା ପରେ ମାଲିକ ଭବାନୀଙ୍କୁ ଘର ଖାଲି କରିବା ପାଇଁ ବାରମ୍ବାର କହିଥିଲେ। ସୋମବାର ରାତିରେ ସେ ଭବାନୀଙ୍କୁ ତୁରନ୍ତ ଘର ଖାଲି କରିବା ପାଇଁ କହିବା ବେଳେ ଭବାନୀ ଓ ତାଙ୍କ ସମ୍ପର୍କୀୟମାନେ ଲୁହାରଡ଼ରେ ସୁରଜିତଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ କରିଥିଲେ। ଗୁରୁତର ଅବସ୍ଥାରେ ତାଙ୍କୁ ଏମ୍‌କେସିଜିରେ ଭର୍ତ୍ତି କରାଯାଇଥିଲା। ଏନେଇ ଅଭିଯୋଗ ହେବା ପରେ ପୋଲିସ ଉପରୋକ୍ତ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିବା ଥାନାଧିକାର ସୁମିତ୍‌ କୁମାର ସୋରେନ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡି ବ୍ଲକ ବିବାଦୀୟ ଏପିଓଙ୍କୁ ବଦଳି, ତୁରନ୍ତ ରିଲିଭ୍ କରାଯିବାକୁ…        

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟ ଅତିରିକ୍ତ କାର୍ଯ୍ୟକ୍ରମ ଅଧିକାରୀ (ଏପିଓ) ଅରୁଣ କୁମାର ସ୍ବାଇଁଙ୍କୁ ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି ଭାସନ୍ ଛତ୍ରପୁର…

ଭରସା କଲେ ନବୀନ: ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ହେଲେ…    

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର):  ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ବିଜେଡ଼ି ସଭାପତି ରୂପେ ଜିଲା ପରିଷଦ ସଦସ୍ୟ ଅମିନ ପ୍ରଧାନଙ୍କୁ ନିଯୁକ୍ତି ମିଳିଛି।ଜଣେ ଯୁବ ସଙ୍ଗଠକ ଭାବେ…

ନବୀନ ଦେଲେ ବଡ଼ ଦାୟିତ୍ୱ: ତାରକେଶ୍ୱର ବ୍ଲକ, ତାରା ପ୍ରସାଦ ହେଲେ ନଗର ବିଜେଡ଼ି ସଭାପତି

ଦିଗପହଣ୍ଡି,୧୯|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବିଜେଡ଼ି ସଭାପତି ଭାବେ କେ. ତାରକେଶ୍ୱର ଦୋରାଙ୍କୁ ନିଯୁକ୍ତ କରାଯାଇଥିବା ବେଳେ ଦିଗପହଣ୍ଡି ନଗର ବିଜେଡ଼ି ସଭାପତି…

ଛତ୍ରପୁର ପୌରପାଳିକାରେ ମିଶ୍ରଣକୁ ୫ ପଞ୍ଚାୟତବାସୀଙ୍କ ସମର୍ଥନ, ରାଜ୍ୟ ସରକାରଙ୍କୁ ଜଣାଇଲେ କୃତଜ୍ଞତା…

ଛତ୍ରପୁର,୧୯ା୨(ଦିଲୀପ ସାମଲ): ଛତ୍ରପୁର ପୌରପାଳିକା ଗଠନରେ ଆର୍ଯ୍ୟପଲ୍ଲୀ, କଣମଣା, ଅଗସ୍ତିନୂଆଗାଁ, ଚିକଲଖଣ୍ଡି ଓ ପୋଡାପଦର ଆଦି ୫ଟି ପଞ୍ଚାୟତର ମିଶ୍ରଣ ପାଇଁ ସରକାରଙ୍କ ପ୍ରକ୍ରିୟା ଚାଲିଛି ।…

ବାଇକ୍‌ରେ ଯାଉଥିଲେ, ପିଟି ଦେଲା ହାଇଓ୍ବା: ଚାଲିଗଲା ମ୍ୟାନେଜରଙ୍କ ଜୀବନ…   

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ବ୍ଲକ ମହୁଡ଼ା ଗ୍ରାମ ନିକଟରେ ହାଇୱା ଟ୍ରକ (ନଂ. ଓଡ଼ି ୩୨ ଏଲ – ୧୧୦୭) ଧକ୍କାରେ ଜଣେ…

ଗଞ୍ଜାମ ନଗର ସଭାପତି ପରେ ଛାତ୍ର-ଯୁବ ସଭାପତିଙ୍କ ଉପରେ ସମସ୍ତଙ୍କ ନଜର, ଲବିରେ ମନୋଜ ପ୍ରଧାନ

ଗଞ୍ଜାମ,୧୯।୨(ବିଦ୍ୟାଧର ସାହୁ): ବିଜୁ ଜନତା ଦଳର ଗଞ୍ଜାମ ଏନ୍‌ଏସି ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କ ନାଁ ଘୋଷଣା କରିଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ।ସୁଧୀର…

ସୁଧୀରଙ୍କୁ ମନୋନୀତ କଲେ ନବୀନ

ଗଞ୍ଜାମ,୧୯ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବିଜ୍ଞାପିତ ଅଞ୍ଚଳ ପରିଷଦର ବିଜୁ ଜନତା ଦଳ ନଗର ସଭାପତି ଭାବେ ସୁଧୀର କୁମାର ପାଢ଼ୀଙ୍କୁ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକ ମନୋନୀତ…

ଦୀପକ ହେଲେ ଦିଗପହଣ୍ଡି ନଗର କଂଗ୍ରେସ ସଭାପତି, ଛୁଟିଛି ଶୁଭେଚ୍ଛାର ସୁଅ

ଦିଗପହଣ୍ଡି,୧୯।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ୧୦ନଂ ୱାର୍ଡର କାଉନସିଲର ଦୀପକ କୁମାର ମିଶ୍ରଙ୍କୁ ନଗର କଂଗ୍ରେସ କମିଟିର ସଭାପତି ରୂପେ ନିଯୁକ୍ତ କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri