Posted inଖେଳ

ପେନାଲ୍ଟିକୁ ହରମନ୍‌ପ୍ରୀତଙ୍କ ଗୁରୁତ୍ୱ

ଭୁବନେଶ୍ୱର,୪ା୧୧ (ସ୍ପୋଟର୍‌ସ ବ୍ୟୁରୋ):ଭୁବନେଶ୍ୱରରେ ଅନୁଷ୍ଠିତ ପ୍ରୋ ହକି ଲିଗ୍‌ରେ ଶୁକ୍ରବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ମ୍ୟାଚ ଖେଳାଯିବ। ଗୁରୁବାର ଖବରଦାତା ସମ୍ମିଳନୀରେ ପେନାଲ୍ଟି କର୍ନର ରୂପାନ୍ତରଣ ଉପରେ ଗୁରୁତ୍ୱାରୋପ କରିଛନ୍ତି କୋଚ୍‌ ଗ୍ରାହାମ୍‌ ରିଡ୍‌ ଓ ହରମନ୍‌ପ୍ରୀତ ସିଂ। ଅନ୍ତିମ ମିନିଟରେ ଗୋଲ ବରଣ କରିବା ସହିତ ଭାରତ ପେନାଲ୍ଟି କର୍ନରଗୁଡିକୁ ରୂପାନ୍ତର କରିବାରେ ସଫଳ ହେଉନାହିଁ। ଭାରତୀୟ ଦଳ ନିରନ୍ତର ଭାବେ ଏହା ଉପରେ କାମ କରି ଆସୁଛି ବୋଲି କହିଥିଲେ ହରମନ୍‌ପ୍ରୀତ। ସ୍ପେନ ବିପକ୍ଷରେ ସୁଯୋଗ ମିଳିଥିଲେ ହେଁ ଭାରତ ଏହାର ଫାଇଦା ଉଠାଇ ପାରି ନ ଥିଲା ବୋଲି ଉଭୟ କୋଚ୍‌ ଓ ଅଧିନାୟକ ସ୍ବୀକାର କରିଥିଲେ। ସେହିପରି ମହମ୍ମଦ ରାହିଲ ଓ କର୍ତ୍ତିଙ୍କ ପରି ଯୁବ ଖେଳାଳି ପ୍ରଥମ ଥର ଭାରତୀୟ ଦଳକୁ ଆସିଥିବା ବେଳେ ଏମାନେ ଭବିଷ୍ୟତରେ ଭଲ ପ୍ରଦର୍ଶନ କରିବାକୁ ଯାଉଛନ୍ତି। ୩ ମାସର ବ୍ୟବଧାନରେ ହକି ବିଶ୍ୱକପ ରହିଥିବା ବେଳେ ଭାରତ ଅଭ୍ୟାସ କରିବା ପାଇଁ ଏହା ଏକ ସୁନ୍ଦର ଅବସର ବୋଲି କୋଚ୍‌ ଗ୍ରାହାମ ରିଡ୍‌ କହିଥିଲେ। ସ୍ପେନ୍‌ଠାରୁ ଅନ୍ତିମ ମ୍ୟାଚରେ ପରାଜିତ ହୋଇଥିଲେ ହେଁ ଭାରତ ଏହି ମ୍ୟାଚରେ ଦୃଢ ଭାବରେ ପ୍ରତ୍ୟାବର୍ତ୍ତନ କରିବ ବୋଲି ରିଡ୍‌ କହିଥିଲେ। ନ୍ୟୁଜିଲାଣ୍ଡ ବିପକ୍ଷରେ ଭାରତ ନିଜର ଅନ୍ତିମ ମ୍ୟାଚ୍‌ ଜିତିଥିବା ବେଳେ ଏହା ଭାରତୀୟ ଦଳକୁ ଆତ୍ମବିଶ୍ୱାସ ପ୍ରଦାନ କରିବ ବୋଲି ମଧ୍ୟ ସେ ମତ ଦେଇଥିଲେ। ଭାରତ ଓ ନ୍ୟୁଜିଲାଣ୍ଡ ୪୨ ଥର ସାମ୍ନାସାମ୍ନି ହୋଇଥିବା ବେଳେ ଭାରତ ୨୨ଟିରେ ବିଜୟୀ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

କ୍ୟାରିଅର ଶେଷ! ଭାରତୀୟ କ୍ରିକେଟରଙ୍କ ଅବସର ଘୋଷଣା, ଟେଷ୍ଟ, ODI,T20 ଫର୍ମାଟରେ ଟିମ ଇଣ୍ଡିଆ ପାଇଁ କରିଛନ୍ତି ଚମତ୍କାର ପ୍ରଦର୍ଶନ

ନୂଆଦିଲ୍ଲୀ,୨୩।୮: ଗୋଟିଏ ଟେଷ୍ଟ, ଦୁଇଟି ଦିନିକିଆ ଏବଂ ଗୋଟିଏ ଟି-୨୦ରେ ଭାରତର ପ୍ରତିନିଧିତ୍ୱ କରିଥିବା ଲେଗ-ସ୍ପିନର କର୍ଣ୍ଣ ଶର୍ମା ଅନ୍ତର୍ଜାତୀୟ ଏବଂ ଭାରତୀୟ ଘରୋଇ କ୍ରିକେଟରୁ ଅବସର…

ଆଉଟ୍‌ ହେବା ପରେ ଶ୍ରୀଲଙ୍କା ବୋଲରଙ୍କ ସହ ଜୟସ୍ବାଲ ମୁହାଁମୁହିଁ, ମଇଦାନ ମଝିରେ ଧକ୍କାମୁକ୍କି, ଅଧିନାୟକ ମଝିରେ ପଶି-Video

କୋଲମ୍ବୋ,୨୩: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ର ପ୍ରଥମ ଦିନରେ ମଇଦାନରେ ଉତ୍ତେଜନା ଦେଖିବାକୁ ମିଳିଛି। ଭାରତର ଯୁବ ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ…

କୁଲଦୀପ ଯାଦବଙ୍କୁ ଦ୍ୱିତୀୟ ଟେଷ୍ଟରୁ କାହିଁକି ବାଦ ଦିଆଗଲା? ବିସିସିଆଇ ପ୍ରକୃତ କାରଣ ପ୍ରକାଶ କଲା

ନୂଆଦିଲ୍ଲୀ,୨୩।୮: କୁଲଦୀପ ଯାଦବ ବର୍ତ୍ତମାନ କଲମ୍ବୋରେ ଚାଲିଥିବା ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ଖେଳୁନାହାଁନ୍ତି। ତାଙ୍କ ସ୍ଥାନରେ ଅଫ ସ୍ପିନର ସାରାଂଶ ଜୈନଙ୍କୁ ପ୍ଲେଇଂ ଏକାଦଶରେ ସାମିଲ…

କୁଲଦୀପଙ୍କୁ ପ୍ଲେଇଂ ଇଲେଭେନରୁ ବାଦ ଦେବା ନେଇ ଚର୍ଚ୍ଚା; ଭାରତୀୟ କୋଚ ଦେଲେ ବଡ଼ ବୟାନ

ନୂଆଦିଲ୍ଲୀ,୨୨।୮: କୁଲଦୀପ ଯାଦବଙ୍କୁ ନେଇ ଖୁବ ଆଲୋଚନା ହେଉଛି, ଶ୍ରୀଲଙ୍କା ବିପକ୍ଷ ଦ୍ୱିତୀୟ ଟେଷ୍ଟରେ ସେ ଖେଳିବେ କି ନାହିଁ ସେ ବିଷୟରେ ପ୍ରଶ୍ନ ବାକି ରହିଛି।…

ହକି ବିଶ୍ୱକପ୍‌ରେ ଦେଖିବାକୁ ମିଳିବ ହାଇଭୋଲଟେଜ୍‌ ମ୍ୟାଚ୍‌, ଭାରତ-ନେଦରଲାଣ୍ଡ୍ସ ମ୍ୟାଚ୍‌

ଆମଷ୍ଟେଲଭିନ୍‌,୨୧ା: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ ଦ୍ୱିତୀୟ ରାଉଣ୍ଡରେ ଭାରତ ଶନିବାର ଏହାର ପ୍ରଥମ ମ୍ୟାଚ୍‌ ନେଦରଲାଣ୍ଡ୍ସ ବିପକ୍ଷରେ ଖେଳିବ। ସେମିଫାଇନାଲରେ ପ୍ରବେଶ ପାଇଁ ଏହି…

ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌, ଭାରତ ପାଇଁ ପଦକ ପକ୍କାକଲେ ତ୍ରିସା-ଗାୟତ୍ରୀ

ନୂଆଦିଲ୍ଲୀ, ୨୧ା୮: ଭାରତର ତ୍ରିସା ଜୋଲି ଓ ଗାୟତ୍ରୀ ଗୋପିଚାନ୍ଦ ବ୍ୟାଡ୍‌ମିଣ୍ଟନ ବିଶ୍ୱ ଚାମ୍ପିୟନଶିପ୍‌ ମହିଳା ଡବଲ୍ସ ସେମିଫାଇନାଲରେ ପ୍ରବେଶ କରିବା ସହ ପଦକ ପକ୍କା କରିଛନ୍ତି।…

ଲଡର୍‌ସରେ ଗାଙ୍ଗୁଲିଙ୍କ ସେଲିବ୍ରେଶନକୁ ପୁଣି ଦୋହରାଇଲେ ଭାରତୀୟ ଖେଳାଳି

ଲଣ୍ଡନ,୨୦ା୮: ଲଡର୍‌ସ କ୍ରିକେଟ ଗ୍ରାଉଣ୍ଡରେ ଗୁରୁବାର ଖେଳାଯାଇଥିବା ସପ୍ତମ ତଥା ଅନ୍ତିମ ମିକ୍ସଡ୍‌ ଭିନ୍ନକ୍ଷମ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ଇଂଲଣ୍ଡକୁ ୧୧୮ ରନରେ ହରାଇ ଭାରତ ବିଜୟ…

ବୈଭବଙ୍କ ପାଇଁ ବଡ଼ ସୁଯୋଗ, ଟିମ ଇଣ୍ଡିଆ ପୂର୍ବରୁ ଦୁଲୀପ ଟ୍ରଫିରେ ଖେଳିବେ, BCCI ଘୋଷଣା କଲା ପୂରା ସୂଚୀ

ନୂଆଦିଲ୍ଲୀ, ୨୦।୮: ବୈଭବ ସୂର୍ଯ୍ୟବଂଶୀ ଭାରତୀୟ T20I ଟିମର ଜଣେ ଗୁରୁତ୍ୱପୂର୍ଣ୍ଣ ଖେଳାଳି ପାଲଟିଛନ୍ତି। ସେପ୍ଟେମ୍ବରରେ ଆଫଗାନିସ୍ତାନ ବିପକ୍ଷ T20I ସିରିଜ ଜରିଆରେ ସେ ଟିମ ଇଣ୍ଡିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri