ପେପରଲେସ୍‌ ଡିଏଲ୍‌, ଆର୍‌ସିରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର,୨୫ା୫(ବ୍ୟୁରୋ): ୫-ଟି ପଦକ୍ଷେପ ସ୍ବରୂପ ଆବେଦନକାରୀଙ୍କୁ ଡିଏଲ୍‌ ଓ ଆର୍‌ସି ପ୍ରଦାନ ପ୍ରକ୍ରିୟାକୁ ସମ୍ପୂର୍ଣ୍ଣ ପେପରଲେସ୍‌ (କାଗଜବିହୀନ) ଓ ଅସୁବିଧାମୁକ୍ତ କରିବା ଦିଗରେ ଓଡ଼ିଶା ଦେଶର ପ୍ରଥମ ରାଜ୍ୟ। ୨୦୧୯ ସେପ୍ଟେମ୍ବର ୨୬ରେ ମୁଖ୍ୟମନ୍ତ୍ରୀ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ (ଆର୍‌ଟିଓ)ଗୁଡ଼ିକୁ ଦଲାଲମୁକ୍ତ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଆଞ୍ଚଳିକ ପରିବହନ କାର୍ଯ୍ୟାଳୟଗୁଡ଼ିକରେ ସୂଚନା କିଓସ୍କୋ ଓ ସ୍ମାର୍ଟ କ୍ୟୁ ପରିଚାଳନା ବ୍ୟବସ୍ଥା (ଏସ୍‌କ୍ୟୁଏମ୍‌ଏସ୍‌) ସ୍ଥାପନ ଜରିଆରେ କାର୍ଯ୍ୟାଳୟକୁ ଆସୁଥିବା ବ୍ୟକ୍ତିବିଶେଷଙ୍କ ମୂଲ୍ୟବାନ ସମୟ ରକ୍ଷା ହେବା ସହ ସେମାନଙ୍କ ବିଭିନ୍ନ ସମସ୍ୟାର ସମାଧାନ ହୋଇପାରୁଛି ବୋଲି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ଟୁକୁନି ସାହୁ କହିଛନ୍ତି।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ କାର୍ଯ୍ୟକ୍ରମଗୁଡ଼ିକର ସମୀକ୍ଷା କରିଛନ୍ତି। ସମୀକ୍ଷା ପରେ ବୁଧବାର ଗୀତଗୋବିନ୍ଦ ସଦନଠାରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ସୂଚନା ଦେଇ ମନ୍ତ୍ରୀ କହିଛନ୍ତି, ଭାରିଯାନ ଚାଳକମାନଙ୍କୁ ଅଧିକ ଦକ୍ଷ କରିବା ଉଦ୍ଦେଶ୍ୟରେ ଯାଜପୁର ଛତିଆସ୍ଥିତ ଭାରିଯାନ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ଏକ ରିଫ୍ରେଶର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ଏପ୍ରିଲ ମାସରେ ଭାରିଯାନ ପ୍ରଶିକ୍ଷଣ ପ୍ରତିଷ୍ଠାନରେ ପ୍ରାୟ ୧,୬୯୮ ଡ୍ରାଇଭରଙ୍କୁ ତାଲିମ ଦିଆଯାଇଥିବାବେଳେ ବର୍ତ୍ତମାନ ସୁଦ୍ଧା ୧୧,୯୦୭ ଜଣ ପ୍ରଥମ ପ୍ରତିକ୍ରିୟାକାରୀଙ୍କୁ ତାଲିମ ଦିଆଯାଇଛି। ବିଜୁ ପଟ୍ଟନାୟକ ବିମାନବନ୍ଦର ନାମରେ ୧୯୬୨ରୁ ମାତ୍ର ଗୋଟିଏ ବିମାନ ବନ୍ଦର ଥିଲା। ବହୁ ଦାବି ପରେ ୨୦୧୩ରେ ଏହା ଅନ୍ତର୍ଜାତୀୟ ବିମାନବନ୍ଦରରେ ପରିଣତ ହୋଇଥିଲା। ଏବେ ଓଡ଼ିଶାରେ ଏକାଧିକ ଏୟାରଷ୍ଟ୍ରିପ୍‌ ରହିଛି। ଆଞ୍ଚଳିକ ଓ ଆନ୍ତଃରାଜ୍ୟ ବିମାନ ଯୋଗାଯୋଗ ବ୍ୟବସ୍ଥାର ଅଭିବୃଦ୍ଧି ଏବଂ ଏହି ସମ୍ପଦକୁ ଓଡ଼ିଆ ଯୁବତୀଯୁବକଙ୍କ ବୃତ୍ତିଗତ ଦକ୍ଷତା ପାଇଁ ବ୍ୟବହାର କରିବା ଉଦ୍ଦେଶ୍ୟରେ ରାଜ୍ୟ ସରକାର ଏୟାରଷ୍ଟ୍ରିପ୍‌ଗୁଡ଼ିକର ପୁନରୁଦ୍ଧାର ପାଇଁ ଆଗେଇ ଆସିଛନ୍ତି। ୨୦୦୪ରେ ଓଡ଼ିଶା ବନ୍ଦର ନୀତିରେ ୧୪ଟି ସମ୍ଭାବ୍ୟ ସ୍ଥାନକୁ ଅଣ-ପ୍ରମୁଖ ବନ୍ଦର ଭାବେ ଚିହ୍ନଟ କରାଯାଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ବ୍ଲକସ୍ତରରେ ୫୫ଟି ନୂଆ ବସ୍‌ଷ୍ଟାଣ୍ଡ ନିର୍ମାଣ କରାଯାଇଛି ା ଦ୍ୱିତୀୟ ପର୍ଯ୍ୟାୟ ପାଇଁ ୭୦ଟି ନୂଆ ସ୍ଥାନ ଚିହ୍ନଟ କରାଯାଇଛି। ନାଗରିକମାନଙ୍କୁ ସୁବିଧାପ୍ରଦାନ କରିବା ପାଇଁ ଆରଟିଓଗୁଡ଼ିକର ଅନ୍‌ଲାଇନ୍‌ ସେବା ଯୋଗାଣ ପ୍ଲାଟ୍‌ଫର୍ମକୁ ସୁଦୃଢ଼ କରାଯାଇଛିି ବୋଲି ମନ୍ତ୍ରୀ କହିଛନ୍ତି। ଏହି ଅବସରରେ ବିଭାଗୀୟ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ ଓ ବିଭାଗୀୟ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଘର ପୋଛିବା ପରେ ବି ମାଛି ହେଉଛନ୍ତି କି? ସବୁଦିନ ଦୂର କରିବାକୁ ଆପଣାନ୍ତୁ ଏହି ଟିପ୍ସ…

ଘର ସଫା କରିବା ହେଉଛି ପ୍ରତ୍ୟେକ ଲୋକଙ୍କ ନିତିଦିନିଆ କାମ। କିନ୍ତୁ ଅଧିକାଂଶ ସମୟରେ ଘର ସଫା କରିବା ପରେ ବି ଚାରିପାଖରେ ମାଛିମାନେ ଘେରି ରହିଥାନ୍ତି।…

ପୁଣି ଯୁଦ୍ଧ ମୁହାଁ ମିଡଲ ଇଷ୍ଟ, ଇରାନ ଉପରେ ଆକ୍ରମଣ ପରେ ଟ୍ରମ୍ପ କହିଛନ୍ତି – ତେହରାନ ସରକାର ଏକ କର୍କଟ; ଶୀଘ୍ର ଅସ୍ତ୍ରୋପଚାର ଆବଶ୍ୟକ, ଜବାବ ରଖିଲା ଇରାନ

ଓ୍ବାଶିଂଟନ,୮।୭: ପଶ୍ଚିମ ଏସିଆ ପୁଣି ଥରେ ବଡ଼ ସଂଘର୍ଷ ଆଡକୁ ମୁହାଁଇଥିବା ପରି ମନେ ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଇରାନ ସରକାର…

ଭୁବନେଶ୍ୱର କୋର୍ଟକୁ ବୋମା ଧମକ, ବ୍ୟାପକ ସୁରକ୍ଷା ବ୍ୟବସ୍ଥା; ବୋମା ନିଷ୍କ୍ରିୟକାରୀ ଦଳର ଛାନଭିନ୍ ଜାରି

ଭୁବନେଶ୍ୱର, ୮।୭: ରାଜଧାନୀ ଭୁବନେଶ୍ୱର କୋର୍ଟକୁ ବୋମା ଧମକ ମିଳିବା ପରେ ସମଗ୍ର କୋର୍ଟ ପରିସରରେ ହାଇ ଆଲର୍ଟ ଜାରି କରାଯାଇଛି। ଧମକ ଖବର ପାଇବା ମାତ୍ରେ…

ପାଞ୍ଚ ଦିନ ମଧ୍ୟରେ କାହିଁକି ତରଳିଗଲେ ବାବା ବର୍ଫାନି? ଏକ୍ସପର୍ଟ କହିଲେ ଏହାର କାରଣ

ଶ୍ରୀନଗର,୮।୭: ପବିତ୍ର ଅମରନାଥ ଗୁମ୍ଫାରେ ପ୍ରାକୃତିକ ଭାବରେ ଗଠିତ ବରଫ ଶିବଲିଙ୍ଗ ତୀର୍ଥଯାତ୍ରାର ପ୍ରଥମ ସପ୍ତାହ ମଧ୍ୟରେ ପ୍ରାୟ ସମ୍ପୂର୍ଣ୍ଣ ଭାବରେ ଉଭାନ ହୋଇଗଲା। ଜୁଲାଇ ୩…

ଚର୍ଚ୍ଚାରେ ପିସି: ପ୍ୟାରିସ୍‌ରେ କଲେ…

ବଲିଉଡ୍‌ରୁ ହଲିଉଡ ପର୍ଯ୍ୟନ୍ତ ରାଜ୍‌ କରୁଥିବା ପ୍ରିୟଙ୍କା ଚୋପ୍ରା ବେଶ୍‌ ଆତ୍ମବିଶ୍ୱାସୀ। କାମରେ ହେଉ କି ପୋଷାକ ସେ ସର୍ବଦା ନିଜକୁ ଦୃଢ ଭାବରେ ପ୍ରଦର୍ଶିତ କରିଥାନ୍ତି।…

ନୂତନ ବନାଞ୍ଚଳ ଅଧିକାରୀଙ୍କ କାର୍ଯ୍ୟରେ ଯୋଗଦାନ, କହିଲେ ଜଙ୍ଗଲ ସୁରକ୍ଷା ପ୍ରତି ଗୁରୁତ୍ୱ ଦେବା ସହ ନିୟମିତ…

ଦାରିଙ୍ଗବାଡ଼ି,୮ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳରେ ନୂତନ ଭାବେ ବନାଞ୍ଚଳ ଅଧିକାରୀ ଲକ୍ଷ୍ମୀନାରାୟଣ ପଣ୍ଡା କାର୍ଯ୍ୟରେ ଯୋଗଦାନ କରିଛନ୍ତି। ସେ କାର୍ଯ୍ୟରେ ଯୋଗଦେବା ପରେ ବନାଞ୍ଚଳର…

ପୋଲିସ୍‌ରେ ୩୩ ହଜାର ପଦବୀ ଖାଲି: ବଡ଼ ସୂଚନା ଦେଲେ DGP

ଭୁବନେଶ୍ୱର,୭।୮: ଓଡ଼ିଶା ପୋଲିସରେ ୩୩ ହଜାର ପଦବୀ ଖାଲି ରହିଛି। ଏନେଇ ଡିଜିପି ଓ୍ବାବି ଖୁରାନିଆ ସୂଚନା ଦେଇଛନ୍ତି। ସେ କହିଛନ୍ତି, ଜନସଂଖ୍ୟା ଅନୁସାରେ ପୋଲିସ ବିଭାଗରେ…

କବାଟ ଭାଙ୍ଗି ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ସହ ନଗଦ ଟଙ୍କା, ସିସିଟିଭିରେ ଲୁଟେରାଙ୍କ ଚେହେରା

ଡେରାବିଶ,୮ା୭(ବେବର୍ତ୍ତା ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଚାଟରାଚକଡ଼ା ପଞ୍ଚାୟତ ଫକୀରାବାଦ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଚିତ୍ତରଞ୍ଜନ ଦାଶଙ୍କ ପରିବାର ଘରେ ନ ଥିବାର ସୁଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri