Posted inଜାତୀୟ

ପେହଲୁ ଖାନ୍‌ ହତ୍ୟା ମାମଲା: ପୁନଃତଦନ୍ତ ନିର୍ଦ୍ଦେଶ ଦେଲେ ଗେହଲଟ

ଜୟପୁର,୧୭ା୮: ବହୁଚର୍ଚ୍ଚିତ ପେହଲୁ ଖାନ୍‌ ଭିଡ଼ହିଂସା ମାମଲାରେ ତଳକୋର୍ଟ ସମସ୍ତ ୬ ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରିଦେବା ଘଟଣାକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇବା ପରେ ରାଜସ୍ଥାନ ସରକାର ଘଟଣାର ପୁନଃ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ଜିଲା ଜଜ୍‌ କୋର୍ଟର ଏହି ରାୟ ବିରୋଧରେ ରାଜ୍ୟ ସରକାର ଅପିଲ୍‌ କରିବେ ବୋଲି ବୁଧବାର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କହିଥିଲେ।
୨୦୧୭ ଏପ୍ରିଲରେ ହରିୟାଣାର ୫୫ ବର୍ଷୀୟ ପେହଲୁ ଗୋରୁ କିଣି ଦିଲ୍ଲୀ-ଅଲଓ୍ବର ଜାତୀୟ ରାଜପଥରେ ଆସୁଥିବାବେଳେ ନିଜକୁ ଗୋସୁରକ୍ଷା କର୍ମୀ କହୁଥିବା କିଛି ଲୋକ ତାଙ୍କୁ ଅଟକାଇ ମାଡ଼ ମାରିଥିଲେ। ଦୁଇଦିନ ପରେ ହସ୍ପିଟାଲରେ ପେହଲୁଙ୍କ ମୃତ୍ୟୁ ଘଟିଥିଲା। ଏହି ଭିଡ଼ହିଂସା ଘଟଣାର ୬ ଅଭିଯୁକ୍ତ ବିପିନ ଯାଦବ, ରବୀନ୍ଦ୍ର କୁମାର, କାଲୁରାମ୍‌, ଦୟାନନ୍ଦ, ଯୋଗେଶ କୁମାର ଏବଂ ଭୀମ ରାଠିଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ ହୋଇଥିଲା। ତେବେ ପ୍ରମାଣ ଅଭାବରୁ କୋର୍ଟ ସେମାନଙ୍କୁ ଦୋଷମୁକ୍ତ କରିଥିଲେ। ଆକ୍ରମଣ ଦୃଶ୍ୟର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଆକ୍ରମଣକାରୀଙ୍କୁ ନିର୍ଦ୍ଦୋଷରେ ଖଲାସ କରାଯିବା ଘଟଣାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ପୋଲିସ ତଦନ୍ତରେ ବହୁ ତ୍ରୁଟି ରହିଥିବା କୋର୍ଟ ତାଙ୍କ ରାୟରେ କହିଥିଲେ। ଯେଉଁ ମୋବାଇଲ ଫୋନ୍‌ରେ ଆକ୍ରମଣ ସମୟର ଭିଡିଓ ପ୍ରସ୍ତୁତ ହୋଇଥିଲା ପୋଲିସ ତାହାକୁ ଜବତ କରିନାହିଁ। ସେହିପରି ଭିଡିଓକୁ ଫୋରେନ୍‌ସିକ ଲାବ୍‌କୁ ପରୀକ୍ଷା ପାଇଁ ପଠାଯାଇନାହିଁ ଓ ଅଭିଯୁକ୍ତମାନଙ୍କୁ ଚିହ୍ନଟ କରିବା ଲାଗି ସାକ୍ଷୀମାନଙ୍କୁ ସୁଯୋଗ ଦିଆଯାଇ ନାହିଁ। ସବୁଠୁ ଗୁରୁତ୍ୱପୂର୍ଣ୍ଣ ହେଲା, ପେହଲୁଙ୍କ ମୃତ୍ୟୁକାଳୀନ ଜମାନବନ୍ଦୀ ମଧ୍ୟ ପୋଲିସ ଠିକ୍‌ ଭାବେ ରେକର୍ଡ କରି ନ ଥିବା ଅଦାଲତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତରେ ବ୍ୟାପିଲା ବାର୍ଡ ଫ୍ଲୁ ସଂକ୍ରମଣ; ଏହିସବୁ ରାଜ୍ୟରେ ଜାରି ହେଲା ସତର୍କତା

ନୂଆଦିଲ୍ଲୀ,୨।୧: କେରଳର ଆଲପୁଜା ଏବଂ କୋଟାୟମ ସମେତ କିଛି ଅଞ୍ଚଳରେ ବାର୍ଡ ଫ୍ଲୁ ବା ପକ୍ଷୀ ଜ୍ୱର ମାମଲା ଚିହ୍ନଟ ହୋଇଛି। ଏହାକୁ ଦୃଷ୍ଟିରେ ରଖି...

ବଡ଼ ଧରଣର ATM ଲୁଟ୍, ଟଙ୍କା ସହ ମେସିନ ତାଡ଼ି ନେଇଗଲେ ଦୁର୍ବୃତ୍ତ

ବିଞ୍ଝାରପୁର,୨।୧ (ରାମକୃଷ୍ଣ ଦାସ ): ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ମଇଁନ୍ଦା ଛକରେ ଅଭାବନୀୟ ଘଟଣା । ଏଚଡିଏଫସି ବ୍ୟାଙ୍କର ଏଟିଏମ ମେସିନକୁ ଗୁରୁବାର ବିଳମ୍ବିତ ରାତିରେ...

ଉମର ଖଲିଦ୍‌ଙ୍କୁ ଚିଠି ଲେଖିଲେ NYC ମେୟରଙ୍କ ସମେତ ୮ ଆମେରିକୀୟ ସାଂସଦ, ଭାରତକୁ କଲେ ବଡ ଅପିଲ୍

ନୂଆଦିଲ୍ଲୀ,୨।୧: ୨୦୨୦ ଦିଲ୍ଲୀ ଦଙ୍ଗା ମାମଲାରେ ପାଞ୍ଚ ବର୍ଷରୁ ଅଧିକ ସମୟ ଧରି ଜେଲରେ ଥିବା ଉମର ଖାଲିଦ୍‌ଙ୍କୁ ଆମେରିକାରୁ ଆସିଛି ସମର୍ଥନର ଚିଠି। ୟୁଏପିଏ...

ରାଜେଶ ହତ୍ୟାକୁ ଦେଢ଼ମାସ ବିତିଲା, ପୋଲିସ ହାତ ଖାଲି: ୧୧ରେ କଂଗ୍ରେସର ରାଜପଥ ଅବରୋଧ

ପରଜଙ୍ଗ,୨।୧ (ନିଗମାନନ୍ଦ ଦଳବେହେରା):ବହୁ ଚର୍ଚ୍ଚିତ ଫଟୋଗ୍ରାଫର୍‌ ରାଜେଶ ପାଣି ହତ୍ୟାକାଣ୍ଡକୁ ଇତିମଧ୍ୟରେ ଦେଢ଼ମାସ ବିତିଯାଇଥିଲେ ସୁଦ୍ଧା ହତ୍ୟାକାରୀଙ୍କୁ ଧରିବାରେ ପୋଲିସ ବିଫଳ ହୋଇଛି। ଏଣୁ ଗୁରୁବାର...

ଗରମ ଚା’ କଫି ପିଉଥିଲେ ସାବଧାନ! ଖାଦ୍ୟନଳୀରେ ହୋଇପାରେ…

ଶୀତଦିନ ଆସିବା ସହିତ, ଲୋକମାନେ ଗରମ ଜିନିଷ ଖାଇବା ଏବଂ ପିଇବାକୁ ପସନ୍ଦ କରନ୍ତି । ବିଶେଷ କରି ଗରମ ଚା ହେଉ କିମ୍ବା କଫି...

ନୂଆବର୍ଷରେ ପାକିସ୍ତାନରୁ ଆସିଲା ଖୋଲା ଚିଠି: ଲୋଡ଼ିଲା ଭାରତର ସହାୟତା

ଇସଲାମାବାଦ୍‌,୨।୨: ବାଲୁଚ ନେତା ମୀର ୟାର ବାଲୁଚ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଏକ ଖୋଲା ଚିଠି ଲେଖିଛନ୍ତି। ଏଥିରେ ସେ ଭାରତ ସରକାର...

ପ୍ରଥମଥର ସାର୍ବଜନୀନ ସ୍ଥାନରେ ନଜର ଆସିଲେ କିମ୍ ଜଙ୍ଗ ଉନଙ୍କ ଝିଅ

ସିଓଲ୍,୨।୧: ଉତ୍ତର କୋରିଆର ଶାସକ କିମ୍ ଜୋଙ୍ଗ୍ ଉନ୍‌ଙ୍କ ଝିଅ ଜୁ ଏ (Ju Ae) ପ୍ରଥମ ଥର ସାର୍ବଜନୀନ ସ୍ଥାନରେ ନଜର ଆସିଛନ୍ତି। ତାଙ୍କୁ...

ସ୍ୱାସ୍ଥ୍ୟାବସ୍ଥା ନେଇ ମୁହଁ ଖୋଲିଲେ ଆମେରିକା ରାଷ୍ଟ୍ରପତି, କହିଲେ ହାତରେ ନୀଳ ଚିହ୍ନ….

ନୂଆଦିଲ୍ଲୀ,୨।୧: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ପୁଣି ଥରେ ଚର୍ଚ୍ଚା ଜୋର ଧରିଛି। ୭୯ ବର୍ଷ ବୟସରେ, ଟ୍ରମ୍ପ ରାଷ୍ଟ୍ରପତି ପଦ ସମ୍ଭାଳିବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri