Posted inଜାତୀୟ

ପେହଲୁ ଖାନ୍‌ ହତ୍ୟା ମାମଲା: ପୁନଃତଦନ୍ତ ନିର୍ଦ୍ଦେଶ ଦେଲେ ଗେହଲଟ

ଜୟପୁର,୧୭ା୮: ବହୁଚର୍ଚ୍ଚିତ ପେହଲୁ ଖାନ୍‌ ଭିଡ଼ହିଂସା ମାମଲାରେ ତଳକୋର୍ଟ ସମସ୍ତ ୬ ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରିଦେବା ଘଟଣାକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇବା ପରେ ରାଜସ୍ଥାନ ସରକାର ଘଟଣାର ପୁନଃ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଅତିରିକ୍ତ ଜିଲା ଜଜ୍‌ କୋର୍ଟର ଏହି ରାୟ ବିରୋଧରେ ରାଜ୍ୟ ସରକାର ଅପିଲ୍‌ କରିବେ ବୋଲି ବୁଧବାର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ କହିଥିଲେ।
୨୦୧୭ ଏପ୍ରିଲରେ ହରିୟାଣାର ୫୫ ବର୍ଷୀୟ ପେହଲୁ ଗୋରୁ କିଣି ଦିଲ୍ଲୀ-ଅଲଓ୍ବର ଜାତୀୟ ରାଜପଥରେ ଆସୁଥିବାବେଳେ ନିଜକୁ ଗୋସୁରକ୍ଷା କର୍ମୀ କହୁଥିବା କିଛି ଲୋକ ତାଙ୍କୁ ଅଟକାଇ ମାଡ଼ ମାରିଥିଲେ। ଦୁଇଦିନ ପରେ ହସ୍ପିଟାଲରେ ପେହଲୁଙ୍କ ମୃତ୍ୟୁ ଘଟିଥିଲା। ଏହି ଭିଡ଼ହିଂସା ଘଟଣାର ୬ ଅଭିଯୁକ୍ତ ବିପିନ ଯାଦବ, ରବୀନ୍ଦ୍ର କୁମାର, କାଲୁରାମ୍‌, ଦୟାନନ୍ଦ, ଯୋଗେଶ କୁମାର ଏବଂ ଭୀମ ରାଠିଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ ହୋଇଥିଲା। ତେବେ ପ୍ରମାଣ ଅଭାବରୁ କୋର୍ଟ ସେମାନଙ୍କୁ ଦୋଷମୁକ୍ତ କରିଥିଲେ। ଆକ୍ରମଣ ଦୃଶ୍ୟର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ ଆକ୍ରମଣକାରୀଙ୍କୁ ନିର୍ଦ୍ଦୋଷରେ ଖଲାସ କରାଯିବା ଘଟଣାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ପ୍ରକାଶ ପାଇଛି। ପୋଲିସ ତଦନ୍ତରେ ବହୁ ତ୍ରୁଟି ରହିଥିବା କୋର୍ଟ ତାଙ୍କ ରାୟରେ କହିଥିଲେ। ଯେଉଁ ମୋବାଇଲ ଫୋନ୍‌ରେ ଆକ୍ରମଣ ସମୟର ଭିଡିଓ ପ୍ରସ୍ତୁତ ହୋଇଥିଲା ପୋଲିସ ତାହାକୁ ଜବତ କରିନାହିଁ। ସେହିପରି ଭିଡିଓକୁ ଫୋରେନ୍‌ସିକ ଲାବ୍‌କୁ ପରୀକ୍ଷା ପାଇଁ ପଠାଯାଇନାହିଁ ଓ ଅଭିଯୁକ୍ତମାନଙ୍କୁ ଚିହ୍ନଟ କରିବା ଲାଗି ସାକ୍ଷୀମାନଙ୍କୁ ସୁଯୋଗ ଦିଆଯାଇ ନାହିଁ। ସବୁଠୁ ଗୁରୁତ୍ୱପୂର୍ଣ୍ଣ ହେଲା, ପେହଲୁଙ୍କ ମୃତ୍ୟୁକାଳୀନ ଜମାନବନ୍ଦୀ ମଧ୍ୟ ପୋଲିସ ଠିକ୍‌ ଭାବେ ରେକର୍ଡ କରି ନ ଥିବା ଅଦାଲତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାକୁ ବଡ଼ ଝଟକା, ଦଳ ଛାଡି କଂଗ୍ରେସରେ ମିଶିଲେ ବିଧାୟକ

ବେଙ୍ଗାଲୁରୁ,୧୪।୯: ଭାଜପାର ପୂର୍ବତନ ବିଧାୟକ ତଥା ଦଳର ରାଜ୍ୟ ଓବିସି (OBC) ମୋର୍ଚ୍ଚା ସଭାପତି ଏନ.ଏଲ. ନରେନ୍ଦ୍ର ବାବୁ ରବିବାର କଂଗ୍ରେସରେ ଯୋଗ ଦେଇଛନ୍ତି। ‘ଭାରତ ଯୋଡ଼ୋ’…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଆସିଲା ବଡ଼ ଖବର: ପୁଣି ବଢ଼ିବ LPG ସିଲିଣ୍ଡର ଦାମ୍‌! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ, ୧୪।୯: ସମଗ୍ର ବିଶ୍ୱ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପ୍ରଭାବ ବହନ କରୁଛି। ଶକ୍ତି ଯୋଗାଣରେ ବାଧା ସୃଷ୍ଟି ହେବା ଯୋଗୁଁ ଇନ୍ଧନ ମୂଲ୍ୟ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ସୃଷ୍ଟି ହେଲା ୪ ବଡ଼ ରାଜଯୋଗ: କନ୍ୟା ସମେତ ଏହି ସବୁ ରାଶିଙ୍କର ସୁବର୍ଣ୍ଣ ସମୟ ଆରମ୍ଭ, ଧନବର୍ଷା ସହ ଚାକିରିରେ ପଦୋନ୍ନତି

ଭୁବନେଶ୍ୱର: ଆଜି ୧୪ ସେପ୍ଟେମ୍ବର ୨୦୨୬, ସୋମବାର। ଭାଦ୍ରବ ମାସ ଶୁକ୍ଳପକ୍ଷ ତୃତୀୟା ତିଥି ସହ ଚତୁର୍ଥୀ ତିଥି ମଧ୍ୟ ରହିଛି। ଏହି କାରଣରୁ ଆଜି ଗଣେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?