ପୋକତୁଙ୍ଗା ହାଇସ୍କୁଲରେ ପ୍ରଥମ କରି ଲାଗିଲା ସିସି କ୍ୟାମେରା

ବନ୍ତଳା,୫।୧୧(ଡି.ଏନ.ଏ.)

ବିଭିନ୍ନ ସମୟରେ ବିଦ୍ୟାଳୟରେ ଲୋକମାନଙ୍କ ଅବାଧ ପ୍ରବେଶ, ଚୋରି, ପାଠପଢାରେ ଅବହେଳା ରୋକିବା ଦିଗରେ ଠୋସ ପଦକ୍ଷେପ ନେଇଛି ଅନୁଗୋଳ ଶିକ୍ଷା ପରିଚାଳନା ଉନ୍ନୟନ କମିଟି। ଜିଲାରେ ପ୍ରଥମ କରି ବନ୍ତଳା ଥାନା ପୋକତୁଙ୍ଗା ସରକାରୀ ହାଇସ୍କୁଲରେ ଶିକ୍ଷା ପରିଚାଳନା ଉନ୍ନୟନ କମିଟି ପକ୍ଷରୁ ୧୨ଟି ସିସିଟିଭି କ୍ୟାମେରା ଲଗାଯାଇଛି। ଏହି ସିସିଟିଭି ଲଗାଇବା ପାଇଁ ଶିକ୍ଷା ପରିଚାଳନା ଓ ଶିକ୍ଷା ପରିଚାଳନା ଉନ୍ନୟନ କମିଟିରେ ଆଲୋଚନା ପରେ ସର୍ବସମ୍ମତିକ୍ରମେ ନିଷ୍ପତ୍ତି ହୋଇଥିଲା। ଜିଲା ଶିକ୍ଷା ଅଧିକାରୀଙ୍କଠାରୁ ଅନୁମତି ଆଣିବା ପରେ କମିଟି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ବିଦ୍ୟାଳୟର ୫ଟି ଶ୍ରେଣୀଗୃହ, ଗେଟ୍‌, ଖେଳପଡିଆ, ସ୍କୁଲ ପରିସର, କମନ ରୁମ, ପ୍ରଧାନ ଶିକ୍ଷକଙ୍କ କାର୍ଯ୍ୟାଳୟରେ ଏହି କ୍ୟାମେରା ଲଗାଯାଇଛି। ବିଦ୍ୟାଳୟ ଅନୁଦାନ ପାଣ୍ଠି ଓ କମିଟି ସଦସ୍ୟମାନଙ୍କ ସହାୟତାରେ ଏଥିପାଇଁ ୬୦ ହଜାର ଟଙ୍କା ଖର୍ଚ୍ଚ କରାଯାଇଛି। ତେବେ କେତେଜଣ ଶିକ୍ଷୟିତ୍ରୀଶିକ୍ଷକ ଏହାକୁ ବିରୋଧ କରିଛନ୍ତି। ଫଳରେ ଅଭିଭାବକଙ୍କ ମହଲରେ ଅସନ୍ତୋଷ ଦେଖାଦେଇଛି। କେତେକ ଶିକ୍ଷୟିତ୍ରୀ ଶିକ୍ଷକ ଛାତ୍ରୀଛାତ୍ରମାନଙ୍କୁ ଠିକ୍‌ ଭାବରେ ପାଠ ପଢ଼ାଉ ନ ଥିବାରୁ ଆଗାମୀ ବାର୍ଷିକ ପରୀକ୍ଷାରେ ଛାତ୍ରୀଛାତ୍ରମାନେ ନୈରାଶ୍ୟଜନକ ପ୍ରଦର୍ଶନ କଲେ ସେଥିପାଇଁ ସେମାନେ ଦାୟୀ ରହିବେ ବୋଲି କମିଟି ପକ୍ଷରୁ କୁହାଯାଇଛି।
ଅନ୍ୟପକ୍ଷରେ କମିଟି ଦ୍ୱାରା ବିଦ୍ୟାଳୟରେ ସିସିଟିଭି ଲଗାଯିବାକୁ ଅଞ୍ଚଳବାସୀ ଓ ବୁଦ୍ଧିଜୀବୀ ସ୍ବାଗତଯୋଗ୍ୟ କରିଛନ୍ତି। ଶିକ୍ଷା ପରିଚାଳନା କମିଟି ସଭାପତି ଦିନେଶ ଦେହୁରୀ, ସରପଞ୍ଚ ରୀନାରାଣୀ ପ୍ରଧାନ, ବିଜୟ ମହାପାତ୍ର, ସୁରେଶ ସାହୁ, ତପସ୍ବିନୀ ସାହୁ, ସୁବାସିନୀ ସାହୁ, ତୀର୍ଥ ବେହେରା, ପ୍ରଦୀପ ପ୍ରଧାନ, ଅହଲ୍ୟା ଦେହୁରୀ, ରଞ୍ଜନ ସାହୁ, କଲ୍ୟାଣି ବେହେରା, ସୁଜାତା ବେହେରା, ଲିଲି ବେହେରାଙ୍କ ସମେତ ସମସ୍ତ ସଦସ୍ୟଙ୍କ ସହଯୋଗରେ ଏହି ସିସିଟିଭି କ୍ୟାମେରା ଲଗାଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସନାତନ ମୁଦୁଲି କହିଛନ୍ତି, କମିଟିର ସହଯୋଗ ଯୋଗୁ ସିସିଟିଭି ଲାଗି ପାରିଛି। ଏଥିରେ ବିରୋଧ ନ କରି ସହଯୋଗ କରିବା ଆବଶ୍ୟକ। ଜିଲା ଶିକ୍ଷା ଅଧିକାରୀ ସଚ୍ଚିଦାନନ୍ଦ ବେହେରା କହିଛନ୍ତି, ଶିକ୍ଷା କମିଟି ସହଯୋଗରେ ଯେଉଁ ସିସି କ୍ୟାମେରା ଲାଗିଛି ତାହା ସ୍ବାଗତଯୋଗ୍ୟ ପଦକ୍ଷେପ। ଅନ୍ୟ ବିଦ୍ୟାଳୟ ଓ ଶିକ୍ଷା କମିଟି ପାଇଁ ଏକ ଉଦାହରଣ ସୃଷ୍ଟି କରିଛି। ଏହା ଠାରୁ କିଛି ଶିଖିବା ଦରକାର।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଶ୍ରୀରାମ ନବମୀ ଶୋଭାଯାତ୍ରାରେ ଯୁବକଙ୍କୁ ବ୍ଲେଡ୍‌ରେ ଆକ୍ରମଣ ପରେ ହତ୍ୟା ଉଦ୍ୟମ, ୪ଜଣଙ୍କୁ ବାନ୍ଧି…

ଦିଗପହଣ୍ଡି, ୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ କଇଠଖଣ୍ଡି ଗ୍ରାମରେ ଶ୍ରୀରାମ ନବମୀ ଯାତ୍ରା ଅବସରରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶୋଭାଯାତ୍ରା…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri