Posted inଜାତୀୟ

ପୋକ୍ସୋ ଆଇନରେ ସଂଶୋଧନକୁ ମଞ୍ଜୁରୀ:ଶିଶୁଙ୍କୁ ବଳାତ୍କାର କଲେ ମୃତ୍ୟୁଦଣ୍ଡ

ନୂଆଦିଲ୍ଲୀ, ୨।୮(ପି.ଟି./ଆଇଏଏନ୍‌ଏସ୍‌):ଦେଶରେ ଶିଶୁଙ୍କ ପ୍ରତି ଯୌନ ନିର୍ଯାତନା ବୃଦ୍ଧି ପାଇବାରେ ଲାଗିଥିବାବେଳେ ସେମାନଙ୍କୁ ଏଥିରୁ ରକ୍ଷାକରିବା ପାଇଁ ଉଦ୍ଦିଷ୍ଟ ପୋକ୍ସୋ ଆଇନରେ ସଂଶୋଧନକୁ ପାର୍ଲାମେଣ୍ଟର ମଞ୍ଜୁରୀ ମିଳିଛି। ଗୁରୁବାର ଲୋକ ସଭାରେ ଦଳମତ ନିର୍ବିଶେଷରେ ସବୁ ସଦସ୍ୟ ଉକ୍ତ ବିଲ୍‌କୁ ସମର୍ଥନ ଜଣାଇଥିଲେ। ଗତ ସପ୍ତାହରେ ଏହି ବିଲ୍‌ ରାଜ୍ୟ ସଭାର ଅନୁମୋଦନ ଲାଭ କରିଥିଲା। ଶିଶୁଙ୍କୁ ବଳାତ୍କାର କଲେ ସଂଶୋଧିତ ବିଲ୍‌ରେ ମୃତ୍ୟୁଦଣ୍ଡ ବ୍ୟବସ୍ଥା ରହିଛି। ଏହା ବ୍ୟତୀତ ଶିଶୁମାନଙ୍କ ପ୍ରତି ଅନ୍ୟାନ୍ୟ ଅପରାଧ କ୍ଷେତ୍ରରେ ମଧ୍ୟ କଠୋର ଦଣ୍ଡ ବ୍ୟବସ୍ଥା କରାଯାଇଛି। ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ସ୍ମୃତି ଇରାନୀ ବିଲ୍‌ ଆଗତ କରି ଏହା ଶିଶୁମାନଙ୍କୁ ଯୌନ ଅପରାଧ, ଶୋଷଣ ଓ ଯୌନୋଦ୍ଦୀପକ ଚିତ୍ର ପ୍ରସ୍ତୁତି ଆଦି ଅପରାଧରୁ ସୁରକ୍ଷା ଦେବ ବୋଲି କହିଥିଲେ। ଛୋଟ ପିଲା ଭୋଟ ଦେଉ ନ ଥିବାରୁ ଏହି ବିଲ୍‌ ପଛରେ ଭୋଟବ୍ୟାଙ୍କ ରାଜନୀତି ନାହିଁ। କେବଳ ଦେଶର ଭବିଷ୍ୟତମାନଙ୍କ ନିରାପତ୍ତା ଓ ଉପଯୁକ୍ତ ସମ୍ମାନ ଲାଗି ସଂଶୋଧିତ ବିଲ୍‌ ଅଣାଯାଇଥିବା ସେ କହିଥିଲେ।
ପୋକ୍ସୋ ସଂଶୋଧନ ବିଲ୍‌କୁ ବିଜେଡି ସମର୍ଥନ ଜଣାଇଛି। ତେବେ ଯୌନ ନିର୍ଯାତନାର ସମ୍ମୁଖୀନ ହେଉଥିବା ଶିଶୁଙ୍କ ପାଇଁ ଅଧିକ କ୍ଷତିପୂରଣ ବ୍ୟବସ୍ଥା କରିବା ନିମନ୍ତେ ବିଜେଡିର ଯାଜପୁର ଏମ୍‌ପି ଶର୍ମିଷ୍ଠା ସେଠୀ ପ୍ରସ୍ତାବ ରଖିଥିଲେ। ପୀଡିତଙ୍କ ଶିକ୍ଷା ଓ ଭବିଷ୍ୟତ ଯୋଜନା ପାଇଁ ଅଧିକ କ୍ଷତିପୂରଣ ମିଳିବା ଆବଶ୍ୟକ। ଅପରାଧ କମାଇବା ଲାଗି ମାମଲାର ତୁରନ୍ତ ବିଚାର ଜରୁରୀ। ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ ତଥ୍ୟ ଅନୁଯାୟୀ ପୋକ୍ସୋ ଆଇନରେ ଦୋଷୀସାବ୍ୟସ୍ତ ହାର ୩% ରୁ କମ୍‌ ରହୁଛି। ଏହା ବୃଦ୍ଧି ପାଇଲେ ଅପରାଧ କମିବ। ପୀଡ଼ିତ ଭିନ୍ନକ୍ଷମ ହୋଇଥିଲେ ଦଣ୍ଡକୁ ଆହୁରି କଡ଼ାକଡି କରିବା ଆବଶ୍ୟକ ବୋଲି ସେ ମତ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଲକୁ ଯାଇଥିବାବେଳେ ଅତର୍କିତ ଆକ୍ରମଣ କଲା ଭାଲୁ, ୨ ଜଣ…

ନୀଳଗିରି, ୧୩।୮ (ପ୍ରଶାନ୍ତ କୁମାର ବିଶ୍ବାଳ): ଗୁରୁବାର ସକାଳେ ବିଲକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ୨ ଗୁରୁତର ହୋଇଛନ୍ତି। ନୀଳଗିରି ଉପଖଣ୍ଡ ଶ୍ୟାମସୁନ୍ଦରପୁର ପଞ୍ଚାୟତର ଦ୍ବାରିକା…

କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ପାଣ୍ଠିରେ ନୀଳଗିରି ମେଡିକାଲର ହେବ ଉନ୍ନତି, ଖର୍ଚ୍ଚ ହେବ ଏତିକି କୋଟି…

ନୀଳଗିରି,୧୩ା୮(ପ୍ରଶାନ୍ତ କୁମାର ବିଶ୍ୱାଳ): କେନ୍ଦ୍ରରେଳ, ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଅଶ୍ୱିନୀ କୁମାର ବୈଷ୍ଣବ ମନ୍ତ୍ରିମଣ୍ଡଳର ଜଣେ ଦକ୍ଷ ଏବଂ ସଚ୍ଚୋଟ ମନ୍ତ୍ରୀଭାବେ ପ୍ରଧାନମନ୍ତ୍ରୀଙ୍କ…

ଖର୍ଗେଙ୍କ ମଞ୍ଚ ‘ଶୁଦ୍ଧିକରଣ’ ପ୍ରସଙ୍ଗକୁ ନେଇ ସଂସଦରେ ସରଗରମ ରାଜନୀତି, କଡ଼ା ଜବାବ ଦେଲେ ନଡ୍ଡା!

ନୂଆଦିଲ୍ଲୀ,୧୩।୮: ସଂସଦର ମୌସୁମୀ ଅଧିବେଶନର ଶେଷ ଦିନରେ ରାଜ୍ୟ ସଭାରେ ଏକ ବଡ଼ ଏବଂ ଗମ୍ଭୀର ପ୍ରସଙ୍ଗକୁ ନେଇ ଶାସକ ଓ ବିରୋଧୀ ଦଳ ମଧ୍ୟରେ ତୀବ୍ର…

ବିଡ଼ିଓର ପରିଚୟ କଲେ ଫୋନ୍‌, କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ଲୁଟିନେଲେ ଟଙ୍କା

ଉଦଳା, ୧୩।୮ (ସନ୍ତୋଷ ବାଛିନୀ): ନିଜକୁ ବିଡ଼ିଓର ପରିଚୟ ଦେଲେ ଆଉ କଲେଜରେ ସୋଲାର ପ୍ରୋଜେକ୍ଟ ବସାଇବାର ସ୍ବପ୍ନ ଦେଖାଇ ପ୍ରିନ୍ସିପାଲଙ୍କ ନିକଟରୁ ଟଙ୍କା ଲୁଟିନେଲେ ସାଇବର…

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଆହୁରି ସକ୍ରିୟ ହେଲା ଲଘୁଚାପ, ଏହି ଜିଲାକୁ ରେଡ୍ ଓ୍ବାର୍ନିଂ ଜାରି କଲା IMD

ଭୁବନେଶ୍ବର,୧୩।୮: ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ ହେଲା ଲଘୁଚାପ । ଏହାର ପ୍ରଭାବରେ ସାରା ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri