ପୋଖରୀରୁ ଚାଷୀଙ୍କ ମୃତଦେହ ଉଦ୍ଧାର

ଦିଗପହଣ୍ଡି,୧ା୧୨(ଡି.ଏନ.ଏ.)-ଦିଗପହଣ୍ଡି କୁଶପଡ଼ା ପଞ୍ଚାୟତ କେଦାରପୁର ଗାଁ ପୋଖରୀରୁ ରବିବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ସିଦ୍ଧେଶ୍ୱର ଗାଁ ମାଳିସାହିର ରୁପାଙ୍ଗ ବେହେରା। ସକାଳେ ରୁପାଙ୍ଗ ନିଜ ଜମିକୁ ଧାନ କାଟିବାକୁ ଯାଇଥିଲେ। କାମ ସାରି ପୋଖରୀରେ ଗାଧୋଇବା ବେଳେ ଅସାବଧାନତା କାରଣରୁ ପାଣିରେ ବୁଡିଯାଇଥିଲେ। ଆଖପାଖରେ ଥିବା ଲୋକେ ତାଙ୍କୁ ଉଦ୍ଧାର କରିବାକୁ ଚେଷ୍ଟା କରି ବିଫଳ ହୋଇଥିଲେ। ଦିଗପହଣ୍ଡି ଭାରପ୍ରାପ୍ତ ଅଗ୍ନିଶମ ଅଧିକାରୀ ସଦଳବଳ ପହଞ୍ଚି ତାଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଦିଗପହଣ୍ଡି ପୋଲିସ ପହଞ୍ଚତ୍ ନଂ. ୧୩/୧୯ରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ମୃତଦେହ ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ପଠାଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା

ଥୁଆମୂଳ ରାମପୁର, ୨୮ା୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ତାଲବନ୍ଦ ପଡ଼ାରେ ମା’ ଠାକୁରାଣୀଙ୍କ ଚୈତ୍ର ଯାତ୍ରା ବା ଘଣ୍ଟ ଯାତ୍ରାର…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ଖଳିଆପାଲି ଛକ ବୁଲାଣିରେ କେମିକାଲ ବୋଝେଇ ଟ୍ୟାଙ୍କର ଲିକେଜ, ଲୋକେ ଭୟଭୀତ…

ଜୁନାଗଡ଼,୨୮।୩(ସୁନୀଲ କୁମାର ସିଂହ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଖଳିଆପାଲି ଛକ ବୁଲାଣି ଠାରେ ଶନିବାର ସନ୍ଧ୍ୟାରେ ଏକ କେମିକାଲ ବୋଝେଇ ଟ୍ୟାଙ୍କରରୁ ହଟାତ ଗ୍ୟାସ ଲିକେଜ ହୋଇଥିଲା।…

ଶୈବପୀଠ ନିକଟରେ ଅଘଟଣ, ବଜ୍ରପାତରେ ଚାଲିଗଲା ଯୁବତୀଙ୍କ ଜୀବନ, ହଠାତ ଘରୁ…

ଦିଗପହଣ୍ଡି, ୨୮।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ଚାଞ୍ଚଡାପଲ୍ଲୀ ଗ୍ରାମର ଜଣେ ଯୁବତୀଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ମୃତ ଯୁବତୀଜଣକ ହେଲେ…

ସରିଲା ଛତ୍ରପୁର ଓକିଲ ସଂଘର ନିର୍ବାଚନ: ଏଲ. ଗୋପାଳ ସଭାପତି ଏବଂ ସମ୍ପାଦକ ହେଲେ…

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ): ଛତ୍ରପୁର ଓକିଲ ସଂଘର ବିଭିନ୍ନ କର୍ମକର୍ତ୍ତା ନିମନ୍ତେ ଶନିବାର ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ସଂଘର ବିଭିନ୍ନ ପଦ ପଦବୀ ନିମନ୍ତେ ନିର୍ବାଚନ ନିମନ୍ତେ…

ଆନନ୍ଦପୁର ଓକିଲ ସଂଘ ନିର୍ବାଚନ: ଦୟାନିଧି ଦାଶ ସଭାପତି, ସମ୍ପାଦକ ଭାବେ…

ବଞ୍ଚୋ, ୨୮।୩(ପ୍ରଦୋଷ କୁମାର ବିଶ୍ୱାଳ ): ଆନନ୍ଦପୁର ଓକିଲ ସଂଘର ବାର୍ଷିକ ନିର୍ବାଚନର ଫଳାଫଳ ଘୋଷଣା କରାଯାଇଛି। ଏହି ନିର୍ବାଚନରେ ଦୟାନିଧି ଦାଶ ସଭାପତି ପଦବୀ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri