ବସ୍ତା, ୧୭।୧(ସ୍ବ.ପ୍ର.)-ବାଲେଶ୍ୱର ଜିଲା ସିଂଲା ଥାନା ଇଡ଼ଦା ଗ୍ରାମର କୃଷ୍ଣପ୍ରସାଦ ବେହେରା (୭୦) ନାମକ ବୃଦ୍ଧ ଗୁରୁବାର ସକାଳେ ପାଣିରେ ବୁଡ଼ିଯାଇ ମୃତ୍ୟୁବରଣ କରିଛନ୍ତି। ସେ ଶୌଚ ପାଇଁ ପୋଖରୀକୁ ଯାଇଥିବା ବେଳେ ଗୋଡ଼ ଖସିଯାଇ ଗଭୀର ପାଣିରେ ବୁଡ଼ିଯାଇଥିଲେ। ଘର ଲୋକେ ବହୁ ଖୋଜାଖୋଜି କରିବା ପରେ ପୋଖରୀରୁ ଉଦ୍ଧାର କରି ବସ୍ତା ମେଡ଼ିକାଲକୁ ଆଣିଥିଲେ। ମାତ୍ର ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ସିଂଲା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇ ଶବ ବ୍ୟବଚ୍ଛେଦ କରାଯାଇଛି। ମୃତକ ଜଣକ କୋରାପୁଟ ମିଗ୍ ବିମାନ କାରଖାନାରେ ସହକାରୀ ସୁପରଭାଇଜର ଭାବେ କାର୍ଯ୍ୟ କରି ଅବସର ନେଇଥିଲେ।
Posted inଆମ ଜିଲା ଖବର, ବାଲେଶ୍ୱର View All
ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ
ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...
କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ
କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...
ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…
ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...
ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ
ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...
MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...
ଭଞ୍ଜନଗର ଏନ୍ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ
ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍ଏସି ମାନ୍ୟତା ମିଳିଛି। ଆଜି...
ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ
ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...
ଲିକ୍ ହୋଇ ଫାଟିଲା ରନ୍ଧନ ଗ୍ୟାସ୍ ସିଲିଣ୍ଡର, ଘରେ ଥିଲେ…
କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...
Archives


