ପୋଖରୀରେ ବୁଡ଼ି ଶିଶୁକନ୍ୟାର ମୃତ୍ୟୁ

ଢେଙ୍କିକୋଟ,୨୫।୯(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଢେଙ୍କିକୋଟ ଫାଣ୍ଡି ଅନ୍ତର୍ଗତ ମନହରପୁର ପଞ୍ଚାୟତ କଟରାବେଡା ଚତୁରି ସାହିରେ ବୁଧବାର ପୂର୍ବାହ୍ନରେ ପୋଖରୀରେ ବୁଡି ଜଣେ ଶିଶୁକନ୍ୟାର ମୃତ୍ୟୁ ଘଟିଛି। ସେ ହେଲେ ଜିଆର୍‌ଏସ୍‌ ଯୋଗେନ୍ଦ୍ର ମହାନ୍ତିଙ୍କ ଅଢ଼େଇ ବର୍ଷର ଝିଅ ଭୂମିଶ୍ରୀ ।
ସୂଚନାଯୋଗ୍ୟ, ସକାଳେ ଯୋଗେନ୍ଦ୍ର ଗାଧୋଇବାକୁ ଯିବା ସମୟରେ ଝିଅ ଭୂମି ତାଙ୍କ ପଛରେ ଯାଇଥିଲେ। କିନ୍ତୁ ଏହା ଯୋଗେନ୍ଦ୍ର ଜାଣିପାରି ନ ଥିଲେ । ସେ ଘରେ ପହଞ୍ଚିବା ପରେ ଝିଅକୁ ନ ପାଇ ମା’ ଜୟନ୍ତୀ ପଚାରିବାରୁ ଦେଖି ନ ଥିବା କହିଥିଲେ ଯୋଗେନ୍ଦ୍ର। ଏହା ପରେ ଜୟନ୍ତୀ ପୋଖରୀ ନିକଟକୁ ଯାଇଥିଲେ। ସେଠାରେ ଝିଅ ବୁଡିଯାଇଥିବା ଜାଣିବା ପରେ ଗ୍ରାମବାସୀଙ୍କ ସହାୟତାରେ ଉଦ୍ଧାର କରାଯାଇ କେନ୍ଦୁଝର ଡାକ୍ତରଖାନା ନିଆଯାଇଥିଲା। ମାତ୍ର ଡାକ୍ତର ସେଠାରେ ତାଙ୍କୁ ମୃତ ଘୋଷଣା କରିଛନ୍ତି। ଖବରପାଇ ଢେଙ୍କିକୋଟ ଫାଣ୍ଡି ପୋଲିସ ଡାକ୍ତରଖାନାେରେ ପହଞ୍ଚି ମୃତଦେହ ବ୍ୟବଚ୍ଛେଦ କରାଇଥିଲା। ଏନେଇ ଘଟଗାଁ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗାନ୍ଧୀ ବିଚାରରେ ପରିବେଶ ସୁରକ୍ଷା

ମହାକାଳର ଅସୀମ ଗର୍ଭରେ ଇତିହାସର ଅନେକ ପୃଷ୍ଠା ରକ୍ତର କାଳିରେ ଲେଖାଯାଇଛି, ଅନେକ ବିପ୍ଳବ କେବଳ କ୍ଷମତା ଆଉ ସାମ୍ରାଜ୍ୟବାଦର ମୋହରେ ଧୂଳିସାତ ହୋଇଯାଇଛି। କିନ୍ତୁ ବିଂଶ…

ଘର ଘର ବୁଲି କ୍ଷୀର ବିକୁଥିଲେ ନିତେଶ: ଏବେ ୬୪ ବର୍ଷର ଇତିହାସ ବଦଳାଇଦେଲେ ନିତେଶ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ କୁସ୍ତି ପାଇଁ ଆସିଛି ଐତିହାସିକ ସଫଳତା। ଗ୍ରୀକୋ-ରୋମାନ କୁସ୍ତିର ୯୭+ କିଲୋଗ୍ରାମ ବର୍ଗରେ ଭାରତର ନିତେଶ ସିୱାଚ ରୌପ୍ୟ ପଦକ…

ହୀରାକୁଦ ଜଳଭଣ୍ଡାର ପୁଣି ପୂର୍ଣ୍ଣଗର୍ଭା: ଦ୍ବିତୀୟ ଥର ୬୩୦ ଫୁଟ ଛୁଇଁଲା ଜଳସ୍ତର

​ସମ୍ବଲପୁର,୨।୧୦(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ବର୍ତ୍ତମାନ ମାତ୍ର ଗୋଟିଏ ସ୍ଲୁଇସ ଗେଟ୍ ଖୋଲା ରହିଛି । ଫଳରେ ଶୁକ୍ରବାର ସକାଳେ ହୀରାକୁଦ ଜଳଭଣ୍ଡାରର ପୁଣିଥରେ ପୂର୍ଣ୍ଣଗର୍ଭା ହୋଇଛି…

ବିନା ଛାତ୍ରରେ ଚାଲିଛି ବିଦ୍ୟାଳୟ: ସ୍କୁଲ ଜଗି ରହିଛନ୍ତି ଭାରପ୍ରାପ୍ତ ହେଡ୍‌ ପଣ୍ଡିତ

ବଲାଙ୍ଗୀର,୨ା୧୦(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ସହର ମୁଖ୍ୟରାସ୍ତା ପାର୍ଶ୍ୱରେ ଥିବା ବିଦ୍ୟାଭୂଷଣ ସଂସ୍କୃତ ପ୍ରଥମା-ମଧ୍ୟମା ବିଦ୍ୟାଳୟରେ ୬ଷ୍ଠରୁ ୧୦ମ ଶ୍ରେଣୀ ପର୍ଯ୍ୟନ୍ତ ରହିଛି। ଏକଦା ଏହି ବିଦ୍ୟାଳୟରେ ୧୦୦ରୁ…

ଆଜି ଇଣ୍ଡିଆ ମେଣ୍ଟର ‘ଗଣତନ୍ତ୍ର ବଞ୍ଚାଓ’ ପଦଯାତ୍ରା, ଫର୍ମ-୬ ପରିବର୍ତ୍ତନକୁ ନେଇ ରାହୁଲ କହିଲେ…

ନୂଆଦିଲ୍ଲୀ,୨।୧୦(ପି.ଟି.): ନୂତନ ଭୋଟର ପଞ୍ଜୀକରଣ ପାଇଁ ଭାରତର ନିର୍ବାଚନ ଆୟୋଗ (ଇସିଆଇ) ଦ୍ୱାରା ବ୍ୟବହୃତ ଅନ୍‌ଲାଇନ୍‌ ‘ଫର୍ମ-୬’ରେ ବେଆଇନ ଭାବେ ପରିବର୍ତ୍ତନ ପାଇଁ ଟାଟା କନ୍ସଲଟାନ୍ସି ସର୍ଭିସେସ୍‌…

ଗିଲ୍‌ଙ୍କ ଅଧିନାୟକତ୍ୱକୁ ନେଇ ଗମ୍ଭୀରଙ୍କ ବଡ଼ ବୟାନ, ବୋଲରଙ୍କ…

ନୂଆଦିଲ୍ଲୀ,୨।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଦ୍ୱିତୀୟ ଦିନିକିଆରେ ୪୦୬ ରନ୍‌ର ବଡ଼ ଲକ୍ଷ୍ୟକୁ ହାସଲ କରି ଭାରତ ଚମତ୍କାର ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ଶୁବମନ ଗିଲ୍‌ଙ୍କ…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?