ଖେଳୁଥିବା ବେଳେ ପୋଖରୀରେ ବୁଡ଼ି ଶିଶୁପୁତ୍ର ମୃତ

ରାଜନଗର, ୩୦।୯(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କଣ୍ଡିରା ପଞ୍ଚାୟତ ନଳଯୋଡ଼ି ଗ୍ରାମରେ ସୋମବାର ପୋଖରୀରେ ବୁଡ଼ି ଜଣେ ଶିଶୁପୁତ୍ରର ମୃତ୍ୟୁ ଘଟିଛି। ସେ ହେଲେ ସନାତନ ସ୍ବାଇଁଙ୍କ ଦେଢ଼ ବର୍ଷର ପୁତ୍ର ଶ୍ୱାତୀକ।
ପ୍ରକାଶ ଯେ, ଶ୍ୱାତୀକ ପୋଖରୀ ନିକଟରେ ଖେଳୁଥିବା ବେଳେ ଅସାବଧାନତା ଯୋଗୁ ବୁଡ଼ି ଯାଇଥିଲେ। ସ୍ଥାନୀୟ ଲୋକେ ଦେଖି ପୋଖରୀରେ ଜାଲ ପକାଇ ତାଙ୍କୁ ଉଦ୍ଧାରକରି ରାଜନଗର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏ ନେଇ ରାଜନଗର ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଛାତରୁ ଖସୁଛି କଂକ୍ରିଟ୍‌, ତଳେ ପଢ଼ୁଛନ୍ତି ପିଲା: ଶ୍ରେଣୀଗୃହରେ ଜମୁଛି ପାଣି

ଆନନ୍ଦପୁର,୨6ା୮(ସୁଶାନ୍ତ କୁମାର ସାହୁ):କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଆଦିବାସୀ ଅଧ୍ୟୁଷିତ ମନୋହରପୁର ପଞ୍ଚାୟତ ମନୋହରପୁର ଉଚ୍ଚ ବିଦ୍ୟାଳୟ ଅବହେଳିତ ହୋଇପଡ଼ିଛି। ଶ୍ରେଣୀଗୃହ ଭଗ୍ନ ଅବସ୍ଥାରେ ଥିବାବେଳେ ଛାତରୁ…

ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରୁ ହତ୍ୟା ଅଭିଯୁକ୍ତ ଫେରାର

ସୁନ୍ଦରଗଡ଼, ୨୬।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ଜଣେ ହତ୍ୟା ଅଭିଯୁକ୍ତ ମଙ୍ଗଳବାର ରାତିରେ ଫେରାର ହୋଇଯାଇଛନ୍ତି। ପରିସ୍ରା ଯିବା…

ଯୁବ ରେଡକ୍ରସ ସଚେତନତା କାର୍ଯ୍ୟକ୍ରମ: ସମାଜରୁ ଅନ୍ଧବିଶ୍ୱାସ ଦୂର କରିବାକୁ ଆହ୍ବାନ

ଦିଗପହଣ୍ଡି,୨୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ଗ୍ରାମସ୍ଥିତ ଚିଦାନନ୍ଦ ସରସ୍ବତୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୨୦୨୬-୨୭ ଶିକ୍ଷାବର୍ଷର ଯୁବ ରେଡକ୍ରସ ୟୁନିଟର ଇଣ୍ଡକ୍ସନ…

ଆଟ ଜମିକୁ ଧାନବିକ୍ରି ପଞ୍ଜୀକରଣରୁ ବାଦ୍‌: ତେଜି ଉଠିଲା ଚାଷୀ ଅସନ୍ତୋଷ

ବରଗଡ଼,୨୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଧାନବିକ୍ରି ପାଇଁ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। ଏହି ପ୍ରକ୍ରିୟା ସରିବାକୁ ଆଉମାତ୍ର ୬ ଦିନ ବାକି ରହିଛି। ଅନ୍ୟପଟେ ଏପର୍ଯ୍ୟନ୍ତ…

କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ଅଡୁଆ ବଢ଼ିଲା: ଜାମିନ ବିହୀନ ଗିରଫ ପରୱାନା ରହିତାଦେଶ ହଟାଇଲେ…

କଟକ,୨୫।୮(କାର୍ତ୍ତିକ ସାହୁ): ବାରମ୍ବାର ସମୟ ନେଇ ନିମ୍ନ ଅଦାଲତରେ ହାଜର ନ ହେବା କଣ୍ଠଶିଳ୍ପୀ ସୌରିନ ଭଟ୍ଟଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। ଫଳରେ ଗିରଫଦାରିକୁ ନେଇ…

୩୦ ଯାଏ ବଢ଼ିଲା ଓଏସ୍‌ଏସ୍‌ଟିଇଟି ପଞ୍ଜୀକରଣ, ସେପ୍ଟେମ୍ବର ୩୦…

କଟକ,୨୫।୮(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଓଡ଼ିଶା ସେକେଣ୍ଡାରି ସ୍କୁଲ ଟିଚର୍ସ ଇଲିଜିବିଲିଟି ଟେଷ୍ଟ (ଓଏସ୍‌ଏସ୍‌ଟିଇଟି) ୨୦୨୬ ନିମନ୍ତେ ପଞ୍ଜୀକରଣ ଅବଧିକୁ ଅଗଷ୍ଟ…

“ବିବାହ ନ କଲେ ଆତ୍ମହତ୍ୟା କରିବି” କହି ନେଇଗଲେ, ପ୍ରେମିକା ୩ ମାସର ଗର୍ଭବତୀ ହେବା ପରେ ଫେରାର୍; ପରିଶେଷରେ…

ଦେବଗଡ଼,୨୫।୮(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଛ ପ୍ରତିଶ୍ରୁତି ଦେଇ ପ୍ରେମିକାଙ୍କ ସହ ବାରମ୍ବାର ଶାରୀରିକ ସମ୍ପର୍କ ସ୍ଥାପନ କରିବା ଏବଂ ପରବର୍ତ୍ତୀ ସମୟରେ ପ୍ରତାରଣା କରିବା ଅଭିଯୋଗରେ…

ସାନଖେମୁଣ୍ଡି ବ୍ଲକ ସ୍ତରୀୟ ସାମାଜିକ ସମୀକ୍ଷା ଜନଶୁଣାଣି: ୧୦ ଲକ୍ଷରୁ ଊର୍ଦ୍ଧ୍ୱ ଶ୍ରମ ଦିବସ ସୃଷ୍ଟି, ବିନା ଗ୍ରାମସଭାରେ କାମକୁ ନେଇ ଅସନ୍ତୋଷ

ଦିଗପହଣ୍ଡି,୨୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକସ୍ତରୀୟ ସାମାଜିକ ସମୀକ୍ଷା ଓ ଜନଶୁଣାଣିର ୨୦୨୬-୨୭ ଆର୍ଥିକ ବର୍ଷ ପ୍ରଥମ ଚକ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri