ପୋଖରୀ ଖୋଳା, ପୁନରୁଦ୍ଧାର କାମରେ ଅନିୟମିତତା ଅଭିଯୋଗ:ତଦନ୍ତ ଦାବିକଲେ ଗ୍ରାମବାସୀ

ଡୁବୁରୀ,୨୮।୮(ଡି.ଏନ୍‌.ଏ.)- ସୁକିନ୍ଦା ବ୍ଲକ ଅନ୍ତର୍ଗତ ସଂସାଇଲୋ ପଞ୍ଚାୟତାର ପୋଖରୀ ଖନନ ଏବଂ ପୁନରୁଦ୍ଧାର କାର୍ଯ୍ୟରେ ବ୍ୟାପକ ଅନିୟମିତତା କରାଯାଇଥିବା ଅଭିଯୋଗ ହୋଇଛି। ଏପରିକି ବିଭାଗୀୟ ଅଧିକାରୀ ଏବଂ ଠିକାଦାରଙ୍କ ମଧ୍ୟରେ ଏବାବଦ ଅର୍ଥ ହଡପ ନେଇ ମସୁଧା ହେଉଥିବା କିଛିଦିନ ତଳେ ଅଞ୍ଚଳବାସୀ ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିକଟରେ ଅଭିଯୋଗ କରିଛନ୍ତି। ଏଥିସହ ତୁରନ୍ତ ପ୍ରକଳ୍ପଗୁଡିକ କାର୍ଯ୍ୟର ତଦନ୍ତ ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି ା ସଂସାଇଲୋ ପଞ୍ଚାୟତରେ ଚାଷ ଜମିକୁ ଜଳ ସେଚିତ କରିବା ଓ ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ଜଳ କଷ୍ଟ ମୁକ୍ତ କରିବା ଉଦ୍ଦେଶ୍ୟରେ ୨ଟି ପୋଖରୀର ପୁନରୁଦ୍ଧାର ଓ ୨ ପୋଖରୀ ଖନନ ପାଇଁ ଜିଲା ଖଣିଜ ପାଣ୍ଠି ଅନୁଦାନ ଅର୍ଥରେ ମୃତ୍ତିକା ସଂରକ୍ଷଣ ବିଭାଗ ପକ୍ଷରୁ କାର୍ଯ୍ୟ କରାଯାଉଛି। ଏଥିପାଇଁ ମୋଟ ୫୩ ଲକ୍ଷ ଟଙ୍କା ଯୋଗାଇ ଦିଆଯାଇଛି। ହେଲେ ବିଭାଗ ଦାୟିତ୍ୱହୀନତା ଏବଂ ଠିକାଦାରଙ୍କ ଲାଭଖୋର ମନୋବୃତ୍ତି ଯୋଗୁ ପ୍ରକଳ୍ପଗୁଡିକରେ ନାମ ମାତ୍ର କାମ କରାଯାଉଛି। ଫଳରେ ପ୍ରକଳ୍ପଗୁଡିକରୁ ସାଧାରଣ ଲୋକେ ଉପକାର ପାଇବା ନେଇ ଆଶଙ୍କା ପ୍ରକାଶ ପାଇଛି। କାର୍ଯ୍ୟସ୍ଥଳରେ ସୂଚନା ଫଳକ ଲଗାଯାଇ ନାହଁି। ୪ ଟି ପ୍ରକଳ୍ପ ମଧ୍ୟରୁ ଖରଖେଚା ଓ ଗୁଟୁଖଳିକା ପ୍ରକଳ୍ପର ପୁନରୁଦ୍ଧାର କରାଯାଉଥିବାବେଳେ ଅନ୍ୟ ଦୁଇଟି ପଣଷପାଳ ଓ ସିଆରିଆ ନୂତନ ଭାବେ ପୋଖରୀ ଖନନ କରାଯାଉଛି। କିନ୍ତୁ ପ୍ରକଳ୍ପରେ ସୁଇସ ଗେଟ ନିର୍ମାଣ କରାଯାଇ ନ ଥିବାବେଳେ ସ୍ବଳ୍ପ ଗଭୀରର ମାଟି ଖୋଳା ଯାଇଛି। ଏବେ ବର୍ଷାରେ ପୋଖରୀରେ ପାଣି ରହିଥିବାରୁ କେତେ ଗଭୀର ପର୍ଯ୍ୟନ୍ତ ଖୋଳାଯାଇଛି ତହା ଜଣାପଡୁ ନାହଁି। ଯେନତେନ ପ୍ରକାର କାମ ସାରିଦେଇ ବିଲ କରିନେବାକୁ ଉଦ୍ୟମ କରାଯାଇଥିବା ଅଭିଯୋଗ କରାଯାଇଛି। ଏ ସମ୍ପର୍କରେ ମୃତ୍ତିକା ସଂରକ୍ଷଣ ବିଭାଗର ଅଧିକାରୀ ତୋଫାନ ପଣ୍ଡାଙ୍କୁ ପଚାରିବାରୁ ପ୍ରକଳ୍ପଗୁଡିକର କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ନାହଁି ା ଠିକାଦାରଙ୍କୁ ଅଗ୍ରିମ କିଛି ଅର୍ଥ ପୈଠ କରାଯାଇଛି। ପ୍ରକଳ୍ପ କାମରେ କୌଣସି ଅନିୟମିତତା ହୋଇ ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଗୁଣ୍ଡା ସାହୁ ଅପହରଣ ମାମଲା: ଗିରଫ ୪ ଅଭିଯୁକ୍ତ କୋର୍ଟ ଚାଲାଣ , ଜାମିନ ନାମଞ୍ଜୁର ହେବାରୁ

ବଲାଙ୍ଗୀର, ୧୭।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ବ୍ୟବସାୟୀ ନରେନ୍ଦ୍ର ଓରଫ୍ ଗୁଣ୍ଡା ସାହୁ ଅପହରଣ ମାମଲାରେ ଗିରଫ ହୋଇଥିବା ୪ ଜଣ ଅଭିଯୁକ୍ତଙ୍କୁ ବଲାଙ୍ଗୀର ପୋଲିସ…

ପିଉସାଙ୍କୁ ହତ୍ୟା କରି ପୋଡିଦେବା ଘଟଣା: ଜମି ବିବାଦ ନା ଗୁଣି ଗାରେଡି, ୨ ଜଣଙ୍କୁ…

ଦାରିଙ୍ଗବାଡି,୧୭।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ବାଡାବାଙ୍ଗା ପଞ୍ଚାୟତ ସିକନବାଡି ଗାଁରେ ଏକ ହତ୍ୟା ଘଟଣାର ପୋଲିସ ଖୁଲାସା କରିଛି। ହତ୍ୟାର ଶିକାର ହୋଇଛନ୍ତି ଉକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri