ପୋଖରୀ ସଫେଇ ଦାବିରେ ସ୍କୁଲ ସମ୍ମୁଖରେ ଧାରଣା

କଣ୍ଟାପଡା, ୧୮।୪(ଡି.ଏନ୍‌.ଏ.): କଟକର  କଣ୍ଟାପଡ଼ା ବ୍ଲକ ଅନ୍ତର୍ଗତ ନାହଳପୁର ଗ୍ରାମପଞ୍ଚାୟତର ଗୁଣାଦୋଳ କେ.ଏନ. ନୋଡାଲ ସ୍କୁଲ ସମ୍ମୁଖରେ ଧାରଣା ଦିଆଯାଇଛି। ସ୍କୁଲ ଅଧିନରେ ଥିବା ଠାକୁରା ପୋଖରୀ ସଫେଇ ଦାବିରେ ଗଁ। ର ଶତାଧିକ ମହିଳା ଓ ପୁରଷମାନେ ଉକ୍ତ ବିଦ୍ୟାଳୟରେ ତାଲାପକାଇ ଧାରଣା ଦେଇଛନ୍ତି। ସୂଚନାଯୋଗ୍ୟ, ପ୍ରାୟ ୨.୫ ଏକର ଜମିରେ ଠାକୁରା ପୋଖରୀ ଥିବା ବେଳେ ବିଭାଗୀୟ ଅବହେଳାରୁ ସେଠାରେ ଦଳ ଓ ଆବର୍ଜନା ଭରି ରହିଛି। ଫଳରେ ପୋଖରୀଟି ବ୍ୟବହାର ଅନୁପଯୋଗୀ ହୋଇଥିବା ବେଳେ ଏଥିରେ ମଶା ଓ ବିଷଧର ସାପ ବସବାସ କରୁଛନ୍ତି। ଗ୍ରାମବାସୀଙ୍କ ଅଭିଯୋଗକୁ ନେଇ ସ୍କୁଲ କର୍ତ୍ତୃପକ୍ଷ ବାରମ୍ବାର ବିଭାଗୀୟ ଉଚ୍ଚ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନଥିଲା। ଯାହାଫଳରେ ଗ୍ରାମବାସୀମାନେ ଗୁଣାଦେଳ ତ୍ରୟାନାଥ ଯୁବ ପରିଷଦ ସହଯୋଗରେ ଏଭଳି ପଦକ୍ଷେପ ନେଇଛନ୍ତି। ଏଥିସହ ଆବଶ୍ୟକ ପଡ଼ିଲେ ଭୋଟ ବର୍ଜନ କରାଯିବ ବୋଲି ଗଁ। ଲୋକେ ପରୋକ୍ଷରେ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମଥୁରାନଗରୀରେ ଉପ ମୁଖ୍ୟମନ୍ତ୍ରୀ, କହିଲେ ‘ଧମକ୍‌କୁ ଡରେନି ଏହି ସରକାର…’

ମଥୁରାନଗରୀ,୨।୧(ପ୍ରେମାନନ୍ଦ ଖମାରୀ)- କିଛି ଲୋକ ଚାଷୀଙ୍କୁ ନେଇ ରାଜରାସ୍ତାକୁ ଓହ୍ଲାଇବାକୁ ଚେଷ୍ଟା କରୁଛନ୍ତି। ଚାଷୀମାନଙ୍କୁ ଭାରାକ୍ରାନ୍ତ କରିବାକୁ ପ୍ରୟାସ ଚଲାଇଛନ୍ତି। ମାତ୍ର ଏହି ସରକାର କୌଣସି...

ପରିବାରଲୋକେ କରୁଥିଲେ ନାପସନ୍ଦ, ପ୍ରେମିକଙ୍କୁ ପାଇବାକୁ ଅପହରଣ ନାଟକ ରଚିଥିଲେ ପ୍ରେମିକା, ଏବେ ପୋଲିସ…

ଫୁଲବାଣୀ, ୨ା୧(ରାକେଶ କୁମାର ରାଉତ)- କନ୍ଧମାଳ ଜିଲା ଗୋଛାପଡା ଥାନା ଅଞ୍ଚଳର ଜଣେ ୧୯ ବର୍ଷୀୟା ଯୁବତୀଙ୍କୁ କେତେ ଜଣ ଯୁବକ ତାଙ୍କ ଗାଁ ନିକଟରୁ...

ଡରିଗଲେ କି ଗୁଲୁଆ? ବଦଳିଲା ସ୍ବର, ବର୍ଷାଙ୍କ ସହ ରୋମାଣ୍ଟିକ୍‌ ଫଟୋ ଶେୟାର କରି କହିଲେ…

ଭୁବନେଶ୍ୱର,୨।୧: ଦିନ ଥିଲା ମୋତେ କେହି ଖରାପ କହିଲେ ତୁମେ ବାହାରୁଥିଲ। ତୁମକୁ କିଏ ଖରାପ କହିଲେ ମୁଁ ବାହାରୁଥିଲି। ହେଲେ ଆଜି ତୁମେ ମୋର...

ନୂଆବର୍ଷ ଦିନ ହୋଇଯାଇଥିଲେ ନିଖୋଜ, ସକାଳୁ ଗଛରେ ଝୁଲୁଥିଲା ମୃତଦେହ; କୋକସରା ପୋଲିସ…

କୋକସରା,୨।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅଧିନସ୍ଥ ଜୟନ୍ତପୁର ପଞ୍ଚାୟତ ରଏନଗୁଡା ଗ୍ରାମରୁ ଶୁକ୍ରବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର...

ସହକାରୀ ପିପି ଭାବେ ନିଯୁକ୍ତି ହେଲେ ହୀରାଧର

ଚନ୍ଦାହାଣ୍ଡି,୨।୧( ହିମାଂଶୁ ଦାସ): ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକର ଆଇନଜୀବୀ ହୀରାଧର ମାଳିଙ୍କୁ ଓଡ଼ିଶା ରାଜ୍ୟ ସରକାରର ଆଇନ ବିଭାଗର ବିଜ୍ଞପ୍ତି ଅନୁସାରେ ଚନ୍ଦାହାଣ୍ଡି ଜେମଏଫସି...

ନାଟ୍ୟ ନର୍ତ୍ତନ ଡ୍ୟାନ୍ସ ଫେଷ୍ଟିଭାଲ: ସଫଳତା ଆଣିଲେ….

ଖଡ଼ିଆଳ,୨ା୧ (ସୁଜିତ କୁମାର ପ୍ରଧାନ):  ନୂଆପଡ଼ା ଜିଲା ଖଡିଆଳ ସହରର ଲାଲ ସାହେବ ପଡ଼ାରେ ଥିବା ଧର୍ମେଶ ଡ୍ୟାନ୍ସ ଏକାଡେମୀ ପୁଣି ଏକ ସଫଳତା ହାସଲ...

ଏନ୍‌ଏସ୍‌ଏସ୍‌ ଅର୍ଥ ୧୦ ତାରିଖ ସୁଦ୍ଧା ଖର୍ଚ୍ଚ କର ଯଦି ନ ହୁଏ ତେବେ…

ଭଞ୍ଜନଗର,୨ା୧(ବାବୁଲା ପ୍ରଧାନ): ଜାତୀୟ ସେବା ଯୋଜନା (ଏନ୍‌ଏସ୍‌ଏସ୍‌) ଅର୍ଥ ନିର୍ଦ୍ଧାରିତ ସମୟ ମଧ୍ୟରେ କିଭଳି ଖର୍ଚ୍ଚ ହେବ ସେନେଇ ଅନଲାଇନ ମାଧ୍ୟମରେ ଏକ ସମୀକ୍ଷା ବୈଠକ...

ଜବ୍‌ କାର୍ଡ ଦେଖାଇ ଖାଇଗଲେ ୫୫ ଲକ୍ଷ ଟଙ୍କା, ବନ୍ଧାହେଲେ ଫରେଷ୍ଟର

ଭବାନୀପାଟଣା,୨ା୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜର ପୂର୍ବତନ ଫରେଷ୍ଟର ଜୟ କୁମାର ଜୁଆଡ଼ଙ୍କୁ ୫୫ଲକ୍ଷ ଟଙ୍କା ଆତ୍ମସାତ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri