ପୋତି ହୋଇଛି ଡ୍ରେନ, ରାସ୍ତା ଉପରେ ନର୍ଦ୍ଦମା ପାଣି

ଖଣ୍ଡପଡ଼ା,୧୬ା୯(ସ୍ବ.ପ୍ର.): ନୟାଗଡ଼ ଜିଲା ଖଣ୍ଡପଡ଼ା ଅଞ୍ଚଳର ବିଭିନ୍ନ ସାହି ବସ୍ତି ଓ ମୁଖ୍ୟ ରାସ୍ତା କଡରେ ଥିବା ଡ୍ରେନଗୁଡିକ ରକ୍ଷଣାବେକ୍ଷଣ ଅଭାବରୁ ପୋତି ହୋଇଗଲାଣି। ଫଳରେ ସମ୍ପ୍ରତି ବର୍ଷା ସମୟରେ ଡ୍ରେନରେ ପାଣି ଯାଇ ନ ପାରି ରାସ୍ତା ଉପରେ ପ୍ରବାହିତ ହେଉଛି। ଅଧିକାଂଶ ସ୍ଥାନରେ ବର୍ଜ୍ୟବସ୍ତୁ ଓ ନର୍ଦ୍ଦମା ପାଣି ଜମିରହି ପୂତିଗନ୍ଧମୟ ପରିବେଶ ସୃଷ୍ଟି କରୁଛି। ଏଥିଯୋଗୁ ମଶାଙ୍କ ପ୍ରାଦୁର୍ଭାବ ବଢିବାରେ ଲାଗିଛି। ଏ ଦିଗରେ କୌଣସି ପଦକ୍ଷେପ ଗ୍ରହଣ କରା ନ ଗଲେ ଆଗାମୀ ଦିନରେ ଲୋକେ ଆନ୍ଦୋଳନାମତ୍କ ପନ୍ଥା ଗ୍ରହଣ କରିବେ ବୋଲି ସୂଚନା ମିଳିଛି।
ଖଣ୍ଡପଡା ବ୍ଲକ ମର୍ଦ୍ଦରାଜପୁର ଗ୍ରାମ ପଞ୍ଚାୟତ ଅଧୀନରେ ଥିବା ତଥା କଣ୍ଟିଲୋ-ଖଣ୍ଡପଡା ପୂର୍ତ୍ତ ବିଭାଗ ରାସ୍ତାର ୧୬ ନମ୍ବର ୱାର୍ଡ ପାର୍ଶ୍ୱ ଓ ହାଟମୁଣ୍ଡପାଟଣା ଜନକଲ୍ୟାଣ କ୍ଲବ ପଛ ପାଖରେ ଥିବା ଡ୍ରେନଗୁଡିକ ଠିକ୍‌ ସମୟରେ ସଫା ନ ହେବା ଫଳରେ ପୋତି ହୋଇପଡିଛି। ଫଳରେ ଉଦ୍‌ବୃତ୍ତ ନର୍ଦ୍ଦମା ପାଣି ରାସ୍ତା ଉପର ଦେଇ ପ୍ରବାହିତ ହେଉଛି। ଡ୍ରେନରେ ପାଣି ନିଷ୍କାସନ ନ ହେବା ଫଳରେ ଏହି ଡ୍ରେନର ସମ୍ପୂର୍ଣ୍ଣ ଅଂଶ ଭାରି ବର୍ଜ୍ୟବସ୍ତୁ ଓ ଅଳିଆ ଆବର୍ଜନାରେ ପୋତି ହୋଇଯାଇଛି। ଆବର୍ଜନା ପଚିଶଢି ଦୂଷିତ ପରିବେଶ ସୃଷ୍ଟି କରୁଛି। ଏଥିରେ ମଶାବଂଶ ବୃଦ୍ଧି ପାଉଥିବାବେଳେ ଏମାନଙ୍କ ଉପଦ୍ରବରେ ଲୋକେ ଅତିଷ୍ଠ ହୋଇପଡୁଛନ୍ତି। ବିଶେଷ କରି ମଶା କାମୁଡାରେ ଡେଙ୍ଗୁ ହେବା ସମ୍ଭାବନା ଥିବାରୁ ସେମାନେ ଭୟଭୀତ ହୋଇପଡୁଛନ୍ତି। ଏହି ପରିପ୍ରେକ୍ଷୀରେ ପଞ୍ଚାୟତ ପକ୍ଷରୁ ଆବର୍ଜନା ସଫେଇ ଦିଗରେ ସ୍ଥାୟୀ ପଦକ୍ଷେପ ଗ୍ରହଣ ଜରୁରୀ ହୋଇପଡିଛି। ସେହିପରି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପରିମଳ ବ୍ୟବସ୍ଥା ସୁଧାରିବା ଲାଗି ଆବଶ୍ୟକ ପଦକ୍ଷେପ ନେବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ହ୍ବାଟ୍ସଆପ୍‌ ‘ୟୁଜରନେମ’କୁ ନେଇ ମେଟାର ସ୍ପଷ୍ଟୀକରଣ, ନମ୍ବର ଓ ବ୍ୟକ୍ତିଗତ ତଥ୍ୟକୁ…

ନୂଆଦିଲ୍ଲୀ, ୨ା୭: ହ୍ୱାଟସଆପର ନୂତନ ୟୁଜରନେମ୍ ଫିଚରକୁ ନେଇ ବିବାଦ ଦେଖାଯାଇଥିବା ବେଳେ ମେଟା ସ୍ପଷ୍ଟୀକରଣ ଦେଇଛି । କମ୍ପାନୀ କହିଛି ଯେ ସରକାରଙ୍କ ଦ୍ୱାରା ଉଠାଯାଇଥିବା…

ଡାକ୍ତରଙ୍କ କାର୍ଯ୍ୟ ବନ୍ଦ ଆନ୍ଦୋଳନ ଜାରି: ରୋଗୀସେବା ବ୍ୟାହତ

ରାଇକିଆ,୨।୭(ପ୍ରଦୀପ ବେହେରା): ଓମସାର ଆହ୍ବାନ କ୍ରମେ ଡାକ୍ତରମାନେ ରାଜ୍ୟବ୍ୟାପୀ ଅନିର୍ଦ୍ଦିଷ୍ଟ କାଳ ପାର୍ଯ୍ୟନ୍ତ କାର୍ଯ୍ୟବନ୍ଦ ଆନ୍ଦୋଳନ ଦ୍ୱିତୀୟ ଦିନରେ ପହଞ୍ଚିଛି। ୧୦ ଦଫା ଦାବି ପୂରଣ ନ…

ଚାଇନାକୁ ଅଲ୍ଟିମେଟମ ଦେଲା ଆମେରିକା: ଟ୍ରମ୍ପ କହିଲେ, ନଜର ପକାଇଲେ ଛାଡ଼ିବୁନି

ଓ୍ବାଶିଂଟନ୍‌,୨।୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ପାନାମା କେନାଲ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୟାନ ଦେଇଛନ୍ତି। ସେ ମନ୍ତବ୍ୟ ଦେଇଛନ୍ତି ଯେ, ଆମେରିକା କେବେବି…

ବାପା ହେବା ପରେ ନିଜକୁ ‘ଗେ’ ବୋଲି କହିଲେ ସ୍ୱାମୀ, ତାଜୁବ ହୋଇଗଲେ ସ୍ତ୍ରୀ…

ନୂଆଦିଲ୍ଲୀ, ୨ା୭: ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେଉଥିବା ଏକ ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏହି ଭିଡିଓରେ ଜଣେ ମହିଳା ନିଜ ବୈବାହିକ ଜୀବନର…

IMD କଲା ଆଲର୍ଟ: ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, କାଲିଠୁ ଏସବୁ ଜିଲାରେ ପ୍ରବଳ ବର୍ଷା!

ନୂଆଦିଲ୍ଲୀ, ୨ା୭: ଭାରତୀୟ ପାଣିପାଗ ବିଭାଗ (IMD) ଅନୁଯାୟୀ, ଆଜି ଦେଶର ୧୯ଟି ରାଜ୍ୟରେ ମୂଷଳଧାରାରେ ବର୍ଷା ହେବ। ଆଜି ଦିଲ୍ଲୀ, ପଞ୍ଜାବ, ହରିୟାଣା, ଚଣ୍ଡିଗଡ଼, ଉତ୍ତରପ୍ରଦେଶ, ବିହାର,…

ଏମଭିଆଇ-ଷ୍ଟେନୋଙ୍କ ଅବସର: ଭବିଷ୍ୟତ ସୁଖମୟ ହେବାକୁ କାମନା

ଛତ୍ରପୁର,୨।୭: ଗଞ୍ଜାମ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟର ଏମଭିଆଇ ରାଜ କୁମାର ବେହେରା ଏବଂ ଷ୍ଟେନୋ ଶ୍ୟାମସୁନ୍ଦର ମାର୍ଥାଙ୍କ ଚାକିରିରୁ ଅବସର ହୋଇଯାଇଛି l ଏନେଇ କାର୍ଯ୍ୟାଳୟ ପକ୍ଷରୁ…

ପଡ଼ୋଶୀ ଦେଶରେ ପେଟ୍ରୋଲ-ଡିଜେଲ ଶସ୍ତା! LPG ସିଲିଣ୍ଡର ଦାମ ୧୦୦ ଟଙ୍କା କମିଲା…

ନୂଆଦିଲ୍ଲୀ, ୨ା୭: ଜୁଲାଇ ପହିଲାରେ ଭାରତରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ ପାଇଥିବା ବେଳେ, ପଡ଼ୋଶୀ ଦେଶ ନେପାଳର ଲୋକମାନଙ୍କୁ ମଧ୍ୟ ଏକ ବଡ଼ ଆଶ୍ୱସ୍ତି…

ପାଠ୍ୟ ପୁସ୍ତକରେ ତ୍ରୁଟି, ତେଜୁଛି ଆନ୍ଦୋଳନ

ବରଗଡ଼,୨।୭(ପ୍ରେମାନନ୍ଦ ଖମାରୀ):ନୂତନଭାବେ ପ୍ରକାଶ ପାଇଥିବା ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ବିଭିନ୍ନ ପାଠ୍ୟ ପୁସ୍ତକରେ ରହିଥିବା ଅନେକ ତ୍ରୁଟିକୁ ନେଇ ରାଜ୍ୟରେ ଅସନ୍ତୋଷ ଥମିବାର ନାଁ ନେଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri