ପୋତି ହୋଇପଡୁଛି କେନାଲ: ଚାଷ ଜମିକୁ ମାଡ଼ୁନି ପାଣି

ଚମ୍ପୁଆ, ୨୦ା୬ (ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ଏନଏସି ଅନ୍ତର୍ଗତ ୨ ନଂ. ୱାର୍ଡ ପାଞ୍ଚପୋଖରିଆଠାରେ କେନାଲ ପୋତି ହୋଇପଡିଥିବାରୁ ଚାଷଜମିକୁ ପାଣି ମାଡିପାରୁନାହିଁ। ଏପରିକି ପାଣି ରହୁଥିବା ପୋଖରୀରୁ ପଙ୍କ ଉଦ୍ଧାର କରାଯାଉ ନ ଥିବାରୁ ବର୍ଷାଜଳ ଠିକ୍‌ ଭାବେ ଗଚ୍ଛିତ ହୋଇପାରୁନାହିଁ। ଫଳରେ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ବଢିବାରେ ଲାଗିଛି।
ଦୀର୍ଘ ବର୍ଷ ପୂର୍ବରୁ ଚାଷ ଜମିକୁ ପାଣି ମଡାଇବା ନିମନ୍ତେ କ୍ଷୁଦ୍ର ଜଳ ସେଚନ ପ୍ରକଳ୍ପ ଦ୍ୱାରା ଗାଁ ମଝିରେ ଏକ ବଡ ପୋଖରୀ ଖୋଳାଯାଇଥିଲା। ଏହି ପୋଖରୀରୁ କେନାଲ ମାଧ୍ୟମରେ ପ୍ରାୟ ୨୫ହେକ୍ଟର ଚାଷ ଜମିକୁ ପାଣି ମଡାଇ ଚାଷୀମାନେ ଚାଷକାମ କରୁଥିଲେ। ମାତ୍ର ୨ବର୍ଷ ହେବ ଏହି କେନାଲ ପୋତି ହୋଇପଡ଼ିଛି। ଏପରିକି ଚାଷ ବାବଦକୁ ଜଳ କର ଚାଷୀମାନେ ଦେଇ ଆସୁଥିଲେ ମଧ୍ୟ ଏହାର ପ୍ରତିକାର ଦିଗରେ ଦୃଷ୍ଟି ଦିଆଯାଉନାହିଁ। ଏ ବିଷୟରେ ଚାଷୀମାନେ ଏନଏସି କାର୍ଯ୍ୟାଳୟରେ ବାରମ୍ବାର ଅଭିଯୋଗ କଲେ ମଧ୍ୟ ଏହାର କୌଣସି ସମାଧାନ ହେଉ ନ ଥିବା ପ୍ରକାଶ କରିଛନ୍ତି। ଚାଷୀମାନେ ନାନା ଅସୁବିଧାର ସମ୍ମୁଖୀନ ହୋଇଆସୁଛନ୍ତି। ଏ ସମ୍ପର୍କରେ ଏନଏସି ଯନ୍ତ୍ରୀ ସୁଶୀଲ ମୁର୍ମୁଙ୍କୁ ପଚାରିବାରୁ ଉକ୍ତ ପାଣି ଯିବା ରାସ୍ତାରେ ଏକ ନୂତନ କଲଭର୍ଟ ହୋମ୍‌ପାଇପ୍‌ ଦ୍ୱାରା କରାଯାଇଛି। ଏହି ହୋମ୍‌ପାଇପ୍‌ରେ ମାଟି ଭର୍ତ୍ତି ହୋଇ ଜାମ୍‌ ହୋଇଯାଇଥିବାରୁ ପାଣି ଯାଇପାରୁନାହିଁ। ୨ରୁ ୪ଦିନ ମଧ୍ୟରେ ଏହାକୁ ସଫା କରି ଦିଆଯିବ ବୋଲି ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

ଭିଜିଲାନ୍ସ ଜାଲରେ ACSO, ଲାଞ୍ଚ ନେବାବେଳେ ରେଡ୍‌ ହ୍ୟାଣ୍ଡରେ ଧରାପଡ଼ିଲେ

କେନ୍ଦୁଝର,୨୭ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର ଭିଜିଲାନ୍ସ ହାତରେ ଧରା ପଡ଼ିଛନ୍ତି ଚମ୍ପୁଆ ଅତିରିକ୍ତ ସିଭିଲ ସପ୍ଲାଏ ଅଧିକାରୀ (ACSO)।  ତାଙ୍କ ନାଁ ଭୂମାରାମ ମୁର୍ମୁ ବୋଲି ଜଣାପଡ଼ିଛି।…

ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ, ଅଭିଯୁକ୍ତ ଗିରଫ

ହାଟଡିହୀ/ଛେନାପଦୀ,୨୭l୫(ଶୁଭକାନ୍ତ ନାୟକ/ନିରାକାର ପରିଡା): ଗତ ମାର୍ଚ୍ଚ ମାସ ୩୦ ତାରିଖ ବିଳମ୍ବିତ ରାତିରେ କେନ୍ଦୁଝର ଜିଲା ନନ୍ଦିପଦା ଥାନାର ଜଣେ କାର୍ଯ୍ୟରତ ଏପିଆର କନଷ୍ଟେବଳଙ୍କୁ ଆକ୍ରମଣ ଅଭିଯୋଗରେ…

ଡିଏସ୍‌ପିରୁ OAS ଟପ୍ପର, ବୁବୁନ୍‌ଙ୍କ ସଫଳତାକୁ ନେଇ ଆନନ୍ଦପୁରରେ ଖୁସିର ଲହରୀ, ଯୁବପିଢ଼ୀଙ୍କ ପାଇଁ ସାଜିଲେ ପ୍ରେରଣା

ବଞ୍ଚୋ/ଆନନ୍ଦପୁର , ୨୬।୫(ପ୍ରଦୋଷ କୁମାର ବିଶ୍ୱାଳ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ପାଇଁ ଆସିଛି ଏକ ବଡ଼ ଗୌରବର ଖବର। ଓଡ଼ିଶା ଲୋକସେବା ଆୟୋଗ…

ଘରକୁ ଫେରୁଥିବା ବେଳେ ଟଳିପଡିଲେ ବୁଦ୍ଧଦେବ, ଅଂଶୁଘାତ….

ପାଟଣା,୨୬।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡା ବ୍ଲକ ତେଣ୍ଡରା ପଞ୍ଚାୟତ ଖିଲାରିପାଟ୍ ନୂଆଗାଁ ଗ୍ରାମରେ ଜେ ଯୁବକଙ୍କର ମୃତ୍ୟୁ ହୋଇଛି । ୩୫ବର୍ଷୀୟ…

ଭିଜିଲାନ୍ସ ଦୁର୍ନୀତି ମାମଲାରେ ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜ ଦୋଷୀ ସାବ୍ୟସ୍ତ

କେନ୍ଦୁଝର,୨୫।୫(ନରେଶ ଚନ୍ଦ୍ର ପଟ୍ଟନାୟକ): ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଦୁର୍ନୀତି ବିରୋଧୀ ଘଟଣାକ୍ରମରେ ଓଡିଶା ଭିଜିଲାନ୍ସ କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକର ପୂର୍ବତନ ଉନ୍ନୟନ କ୍ଲର୍କ-କମ-ଷ୍ଟୋର ଇନଚାର୍ଜଙ୍କୁ ଏକ…

ସୋସିଆଲ ଅଡିଟ ସମୟରେ ଯୁକ୍ତିତର୍କ, ୨ ମହିଳା ଭିଆରପିଙ୍କୁ ଠେଲିଦେଲେ…

ହାଟଡିହୀ,୨୫l୫(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ଗ୍ରାମ ପଞ୍ଚାୟତ ସୋସିଆଲ ଅଡିଟ(ସାମାଜିକ ସମୀକ୍ଷା) କାର୍ଯ୍ୟରେ ନିୟୋଜିତ ଦୁଇ ମହିଳା ଭିଆରପି(ଭିଲେଜ ରିସୋର୍ସ ପର୍ସନ) ଏବଂ ସରପଞ୍ଚଙ୍କ…

ଦିନେ ନିରାଶ୍ରୟଙ୍କ ସାହା ଥିଲେ ମଗନ, ଏବେ ନିଜେ ମାଗୁଛନ୍ତି ସହାୟତା

କେନ୍ଦୁଝର,୨୪।୫(ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ସହରର କମାରଗୋଡାର ସମାଜସେବୀ ତଥା ବରିଷ୍ଠ ଖବରଦାତା ମଗନ କୁମାର ମଲ୍ଲିକ(୫୭)କର୍କଟ ରୋଗରେ ପୀଡିତ ହୋଇ ଭୁବନେଶ୍ୱର ‘ଏମ୍ସ’ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri