ପୋଲରୁ ଖସିଲା ପୋଲିସ ଗାଡ଼ି : ଥାନାଧିକାରୀ, ଡ୍ରାଇଭର ଗୁରୁତର

ରାଇକିଆ,୧୪ା୧(ଡ଼ି.ଏନ.ଏ)-କନ୍ଧମାଳ ଜିଲା ରାଇକିଆ ଥାନା ପୋଲିସ ଗାଡ଼ି ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଗଞ୍ଜେଇ ଚାଲାଣ କରୁଥିବା ଏକ କାର୍‌ ପିଚ୍ଛା କରିବା ବେଳେ ଭାରସାମ୍ୟ ହରାଇ ପୋଲିସ ଗାଡ଼ିଟି ପୋଲ ତଳକୁ ଖସିପଡ଼ିଥିଲା। ଏଥିରେ ଥାନାଧିକାରୀ ଅଲେଖ ଗରଡ଼ିଆ, ଡ୍ରାଇଭର ଆର୍ଯ୍ୟଦେବ ପ୍ରଧାନଙ୍କ ସମେତ ୨ ଜଣ ହୋମଗାର୍ଡ ଆହତ ହୋଇଛନ୍ତି। ଥାନାଧିକାରୀଙ୍କ ହାତ ଭାଙ୍ଗିଯାଇଥିବା ବେଳେ ଡ୍ରାଇଭରଙ୍କ ମୁଣ୍ଡରେ ଗଭୀର ଆଘାତ ଲାଗିଛି। ରାଇକିଆ ଡାକ୍ତରଖାନାରେ ଉଭୟଙ୍କ ପ୍ରାଥମିକ ଚିକିତ୍ସା ପରେ ଭୁବନେଶ୍ୱର ପଠାଯାଇଛି।
ରାଇକିଆ-ମଣ୍ଡାକିଆ ରାସ୍ତାରେ ଯାଉଥିବା ଏକ କାର୍‌ରେ ଗଞ୍ଜେଇ ଚାଲାଣ ହେଉଥିବା ପୋଲିସକୁ ସୂଚନା ମିଳିଥିଲା ା ପୋଲିସ ଗାଡ଼ିରେ ଥାନାଧିକାରୀ ଗରଡ଼ିଆ ଓ ଅନ୍ୟମାନେ ଉକ୍ତ କାର୍‌କୁ ପିଛା କରିଥିଲେ। ମଣ୍ଡାକିଆ ପୋଲ ନିକଟରେ ପୋଲିସ ଗାଡ଼ି ଓଭରଟେକ ପାଇଁ ଉଦ୍ୟମ କରୁଥିବା ବେଳେ ଭାରସାମ୍ୟ ହରାଇ ପୋଲ ତଳକୁ ଖସି ପଡ଼ିଥିଲା। ଫଳରେ ଥାନାଧିକାରୀଙ୍କ ସମେତ ଅନ୍ୟମାନେ ଆହତ ହୋଇଥିଲେ। ଅନ୍ୟପକ୍ଷରେ ଗଞ୍ଜେଇ ଥିବା କାର୍‌ଟିକୁ ବୁଡ଼ାମାହା ନିକଟରେ ଛାଡ଼ି ଅଭିଯୁକ୍ତମାନେ ଫେରାର୍‌ ହୋଇଯାଇଛନ୍ତି। ଏ ନେଇ ରାଇକିଆ ଥାନାରେ ନଂ.୪/୨୦ରେ ଏକ ମାମଲା ରୁଜୁ ହୋଇଛି ା ଜି.ଉଦୟଗିରି ଏସଡିପିଓ ଜୟକୃଷ୍ଣ ବେହେରା ଘଟଣାସ୍ଥଳ ଅନୁଧ୍ୟାନ କରିଥିବା ବେଳେ ଟିକାବାଲି ଥାନାଧିକାରୀ ରେବତି ଶବର ତଦନ୍ତରେ ସହଯୋଗ କରିଥିଲେ। ଏସପିଙ୍କ ନିଦ୍ଦେର୍ର୍ଶକ୍ରମେ ସାରଙ୍ଗଡ଼ ଥାନା ଅଧିକାରୀ ଅନିତା କିଡ଼ୋଙ୍କୁ ଘଟଣାର ତଦନ୍ତ ଦାୟିତ୍ୱ ଦିଆଯାଇଛି ା ଅଭିଯୁକ୍ତଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନରେ ଚଢାଉ କରାଯାଉଛି ବୋଲି ଏସ୍‌ଡିପିଓ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୨୦ ଦିନରେ କୋଟି କୋଟି ଟଙ୍କାର ଶେୟାର କିଣିଲେ ଟ୍ରମ୍ପ, ଥରି ଉଠିଲା ଆମେରିକା

ଓ୍ବାଶିଂଟନ,୧୮।୫: ଏହି ବର୍ଷର ପ୍ରଥମ ତିନି ମାସ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କିମ୍ବା ତାଙ୍କ ପରାମର୍ଶଦାତାମାନେ ୩,୭୦୦ରୁ ଅଧିକ ଷ୍ଟକ ବାଣିଜ୍ୟ କରିଛନ୍ତି। ଏହି…

କୋଣାଦିତ୍ୟରେ ନବ ଆଳତି ପରମ୍ପରା

ପଦ୍ମକ୍ଷେତ୍ର କୋଣାର୍କଠାରେ ଅଭିନବ ଆଳତି ପରମ୍ପରା କଥା ପୂର୍ବ ସଂଖ୍ୟାରେ ଆମେ ଆଲୋଚନା କରିଥିଲେ। ତାହାର ଏକ ଚମତ୍କାର ଦିଗ ରହିଛି। ଭାରତରେ ଅନ୍ୟ କେଉଁ କ୍ଷେତ୍ର…

କ୍ରାଇମବ୍ରାଞ୍ଚ DGଙ୍କ ବଡ଼ ବୟାନ: ସୌମ୍ୟ ହତ୍ୟାର ସବୁ ଅଭିଯୁକ୍ତ ଚିହ୍ନଟ

ଭୁବନେଶ୍ୱର,୧୮।୫: କ୍ରାଇମବ୍ରାଞ୍ଚ DG ବିନୟତୋଷ ମିଶ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ବାଲିଅନ୍ତା ସୌମ୍ୟ ହତ୍ୟା ମାମଲାରେ ସବୁ ଅଭିଯୁକ୍ତଙ୍କୁ ଚିହ୍ନଟ କରାଯାଇଥିବା DG ମିଶ୍ର…

ଇଲେକ୍ଟ୍ରିସିଆନକୁ ଭଲ ପାଉଥିଲେ ନାବାଳିକା, ରାଗିଯାଇ ଝିଅର ଗଳା କାଟିଦେଲେ ବାପା

ବେଙ୍ଗାଲୁରୁ,୧୮।୫: ବେଙ୍ଗାଲୁରୁରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଝିଅର ପ୍ରେମକୁ ସହିନପାରି ହତ୍ୟା କଲେ ବାପା । ଘଟଣାଟି ଆଶ୍ଚର୍ଯ୍ୟ ଲାଗିଲେ ମଧ୍ୟ ସତ…

ପ୍ରଦୂଷଣ ଓ ଜଳବାୟୁ ପରିବର୍ତ୍ତନ

ବର୍ତ୍ତମାନ ପ୍ରଦୂଷଣ ସମଗ୍ର ବିଶ୍ୱରେ ଚିନ୍ତାର କାରଣ ପାଲଟିଛି। ଏହା ଏବେ ଏଭଳି ଆକାର ଧାରଣ କରିଛି ଯେ ତାହାଦ୍ୱାରା ଜଳବାୟୁ ପ୍ରଭାବିତ ହେଉଛି। କେବଳ ସେତିକି…

ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ: ଏମିତି କ’ଣ ଆଲୋଚନା ହେଲା କହିଦେଲେ ବସନ୍ତ ପଣ୍ଡା

ଭୁବନେଶ୍ୱର,୧୮।୫: ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଓଡ଼ିଶା ଆସିବା ପରେ ସୋମବାର ସକାଳେ ଭାଜପା ପାର୍ଟି ଅଫିସର କୋର୍‌ କମିଟି ବୈଠକ ବସିଥିଲା। ଯେଉଁଥିରେ ଦଳକୁ…

କଟକ ପରେ ମାଲକାନଗିରିରେ ପେଟ୍ରୋଲ ନେଲା ଜୀବନ

ମାଲକାନଗିରି,୧୮ା୫(ଦୁର୍ଯ୍ୟୋଧନ ପାତ୍ର): ଡାକ୍ତରଖାନା ଆସୁଥିବା ବେଳେ ବାଟରେ ସରିଗଲା ବାଇକରୁ ପେଟ୍ରୋଲ। ଆଖପାଖରେ ଆଉ ମିଳିଲା ନାହିଁ ପେଟ୍ରୋଲ। ଫଳରେ ହସ୍ପିଟାଲ ପହଞ୍ଚିବା ପୂର୍ୱରୁ ଚାଲିଯାଇଛି ଆଉ…

୬ ମାସରେ ଭାଙ୍ଗିଯିବ TVK ସରକାର, ଷ୍ଟାଲିନ ପୁଣି ହେବେ ମୁଖ୍ୟମନ୍ତ୍ରୀ! ଜାଣନ୍ତୁ କିଏ କରିଛନ୍ତି ଏମିତି ଭବିଷ୍ୟବାଣୀ

ଚେନ୍ନାଇ,୧୮।୫: ତାମିଲନାଡୁରେ ବିଜୟଙ୍କ ସରକାର ସମ୍ପର୍କରେ ଏକ ବଡ଼ ଭବିଷ୍ୟବାଣୀ କରାଯାଇଛି। ଡିଏମକେ ଦାବି କରିଛି ଯେ ଥାଲାପତି ବିଜୟଙ୍କ ଟିଭିକେ ସରକାର ଛଅ ମାସ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri