ପୋଲସରାର ୧୨ ପଞ୍ଚାୟତକୁ ଗଞ୍ଜାମ ଜିଲାପାଳଙ୍କ ମାରାଥନ ଗସ୍ତ, ପରଖିଲେ ସ୍ଥିତି

ପୋଲସରା,୬।୬(ଡି.ଏନ୍‌.ଏ.): କୋଭିଡ-୧୯କୁ ନେଇ ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ପୋଲସରା ବ୍ଳକର ପ୍ରାୟ ୧୨ ପଞ୍ଚାୟତ ଗସ୍ତ କରିଛନ୍ତି। ମଥୁରା, କଳମ୍ବ, ହାତିଓଟ, ରୁମାଗଡ଼, ମନ୍ଦାର, କେନ୍ଦୁବାଡି, କଣଛାଇ, ଚିରିକିପଡାସାସନ, ମାଲତେନ୍ତୁଳିଆ ଆଦି ପଞ୍ଚାୟତ ବୁଲିଛନ୍ତି। ଏହି ଗସ୍ତ ସମୟରେ ସେ ସ୍ଥାନୀୟ ସରପଞ୍ଚ, ସମିତିସଭ୍ୟ, ସ୍ବାସ୍ଥ୍ୟ କର୍ମୀ, ଅଙ୍ଗନଓ୍ବାଡି, ଆଶା କର୍ମୀ ପ୍ରମୁଖଙ୍କ ସହ ଆଲୋଚନା କରିଛନ୍ତି। ଏହାଛଡ଼ା ସରକାର ଘୋଷଣା କରିଥିବା ଦୁଇ ଦିନିଆ ଶଟ୍‌ଡାଉନ୍‌ କିଭଳି ସଫଳ ହେବ। ଗ୍ରାମମାନଙ୍କରେ ସାମାଜିକ ଦୂରତା ସାଙ୍ଗକୁ ମାସ୍କ ପିନ୍ଧିବେ ସେ ନେଇ ବିସ୍ତୃତ ଆଲୋଚନା କରିଥିଲେ। ତତ୍‌ସହିତ ଆଗାମୀ ରଜ ପର୍ବ କିଭଳି ସରକାରୀ ନୀତି ନିୟମ ଅନୁସାରେ ପାଳନ କରିବାକୁ ହେବ ତାହା ସୂଚାଇ ଥିଲେ।

ଜିଲାପାଳଙ୍କ ଗ୍ରସ୍ତ ସମୟରେ ତହସିଲଦାର ସୁକାନ୍ତ ଚନ୍ଦ୍ର ମିଶ୍ର, ବିଡିଓ ଶମ୍ଭୁନାଥ ନନ୍ଦି, ଥାନାଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକ, ସ୍ବାସ୍ଥ୍ୟାଧିକାରୀ ଗୋପବନ୍ଧୁ ବେହେରା ସାମାଜିକ କର୍ମୀ ପ୍ରଭାକର ପଣ୍ଡା, ପ୍ରମୁଖଙ୍କ ସମେତ କଲମ ସରପଞ୍ଚ ପ୍ରଶାନ୍ତ କୁମାର ସାହୁ, ରୁମାଗଡ଼ ସରପଞ୍ଚ ପ୍ରତିନିଧି, ପୁର୍ଣ୍ଣଚନ୍ଦ୍ର ଖଟୁଆ, ମନ୍ଦାର ସରପଞ୍ଚ କଲୁ ନାୟକ, କେନ୍ଦୁବାଡି ସରପଞ୍ଚ ବିଜୟ କୁମାର ସ୍ବାଇଁ ସମେତ ବହୁ ସରପଞ୍ଚ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜାରକା ବସ୍‌ଷ୍ଟାଣ୍ଡରେ ନାହିଁ ବିଶ୍ରାମାଗାର

କାଏମା,୨୬ା୪(ଶିବପ୍ରସାଦ ମହାନ୍ତି): ଜାରକା ବସ୍‌ଷ୍ଟାଣ୍ଡରେ ଯାତ୍ରୀ ବିଶ୍ରାମଗୋର ନିର୍ମାଣ ହୋଇ ପାରୁନାହିଁ। ଫଳରେ ଯାତ୍ରୀମାନେ ଖରାରେ ଆଉଟୁପାଉଟୁ ହେଉଛନ୍ତି। ବର୍ତ୍ତମାନ ଗ୍ରୀଷ୍ମ ପ୍ରବାହ ଯୋଗୁ ଘରଠୁ...

ଅସନ୍ତୁଷ୍ଟଙ୍କ ପାଇଁ ବଢୁଛି ଅଡୁଆ

ବୈଶିଙ୍ଗା,୨୬ା୪(ରତନ ଦାଶ):ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମୟୂରଭଞ୍ଜ ଜିଲା ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀରେ ସବୁଦିନ କିଛି ନୂଆ କଥା ଦେଖିବାକୁ ମିଳୁଛି। ପ୍ରମୁଖ...

ମୋକିମ୍‌ଙ୍କୁ ଟାର୍ଗେଟ୍‌ କଲେ ପ୍ରକାଶ

କଟକ,୨୬ା୪(ଶିଳ୍ପା ପ୍ରିୟଦର୍ଶିନୀ):ଆପରାଧିକ ସାମ୍ରାଜ୍ୟକୁ ସୁରକ୍ଷା ଦେବା ପାଇଁ ମହିଳା କାର୍ଡ ଖେଳିବା ଲଜ୍ଜାଜନକ ବୋଲି କହି ମହମ୍ମଦ ମୋକିମଙ୍କୁ ଟାର୍ଗେଟ କରିଛନ୍ତି ବିଜେଡି ବିଧାୟକ ପ୍ରାର୍ଥୀ...

କନିଷ୍ଠ ଶିକ୍ଷକ ନିଯୁକ୍ତି ମାମଲା: ଏହି ଦିନ ରାୟ ଶୁଣାଇବେ ହାଇକୋର୍ଟ

କଟକ,୨୬ା୪(କାର୍ତ୍ତିକ ସାହୁ):ରାଜ୍ୟର ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କନିଷ୍ଠ ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ଅନିୟମିତତା ନେଇ ରୁଜୁ ହୋଇଥିବା ମାମଲାର ରାୟ ପ୍ରକାଶ କରି...

ଘରେ ପଶି ମା’- ଦେଢ଼ ବର୍ଷର ପୁଅଙ୍କୁ ବୀଭତ୍ସ ହତ୍ୟା

ସମ୍ବଲପୁର,୨୬ା୪: ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା ଦଲକିବାହାଲ ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଘରେ ପଶି ମା’-ପୁଅଙ୍କୁ ହତ୍ୟା କରିଛନ୍ତି...

ପୁଅଙ୍କ ଲଢ଼େଇ, ବାପାଙ୍କ ଚିନ୍ତା

ବଲାଙ୍ଗୀର,୨୬ା୪(ବୀରେନ୍ଦ୍ର କୁମାର ଝାଙ୍କର):୨୦୨୪ ନିର୍ବାଚନରେ ନିଜ ପୁଅକୁ ପ୍ରାର୍ଥୀ କରି ରାଜ୍ୟର ଅନେକ ବରିଷ୍ଠ ଏବଂ ସଫଳ ରାଜନେତା ଏବେ ଷ୍ଟାର ପ୍ରଚାରକ ପାଲଟିଛନ୍ତି। ବିଶେଷକରି...

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri