Posted inଖେଳ

ପୋଲାଣ୍ଡ ୪, ଉଜ୍‌ବେକିସ୍ତାନ ୦

ଭୁବନେଶ୍ୱର, ୬।୬(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମରେ ଗୁରୁବାରଠାରୁ ଆରମ୍ଭ ହୋଇଥିବା ଏଫ୍‌ଆଇଏଚ୍‌ ସିରିଜ ଫାଇନାଲ୍ସର ଦ୍ୱିତୀୟ ମ୍ୟାଚରେ ପୋଲାଣ୍ଡ ୪-୦ ଗୋଲରେ ଉଜ୍‌ବେକିସ୍ତାନକୁ ପରାସ୍ତ କରିଛି। ବିଜୟୀ ଦଳ ପକ୍ଷରୁ ଅଧିନାୟକ ପାୱେଲ ବ୍ରାଟକ୍ବସ୍କି ୫ମ ଓ ୩୬ତମ ମିନିଟରେ ୨ଟି ଏବଂ ମାଟେଉଜ୍‌ ହୁଲବୋଜ ୨୭ତମ ଓ ୪୦ତମ ମିନିଟରେ ୨ଟି ଗୋଲ ଦେଇଥିଲେ।
ର଼୍ୟାଙ୍କିଙ୍ଗର ୨୧ତମ ର଼୍ୟାଙ୍କ୍‌ ପୋଲାଣ୍ଡ ଓ ୪୩ତମ ର଼୍ୟାଙ୍କ୍‌ ଉଜ୍‌ବେକିସ୍ତାନ ମ୍ୟାଚ ସମ୍ପୂର୍ଣ୍ଣ ଏକପାଖିଆଭାବେ ଶେଷ ହୋଇଥିଲା। ମ୍ୟାଚ ଆରମ୍ଭରୁ ଶେଷ ପର୍ଯ୍ୟନ୍ତ ପୋଲାଣ୍ଡ ପ୍ରାଧାନ୍ୟ ବିସ୍ତାର କରି ଖେଳିଥିଲା। ୫ମ ମିନିଟରେ ମିଳିଥିବା ପେନାଲ୍ଟି କର୍ନରକୁ ପାୱେଲ ଗୋଲରେ ପରିଣତ କରି ମ୍ୟାଚରେ ଉଷ୍ମତା ଭରିଥିଲେ। ପ୍ରଥମ କ୍ବାର୍ଟର ଶେଷସୁଦ୍ଧା ପୋଲାଣ୍ଡ ୧-୦ରେ ଅଗ୍ରଣୀ ରହିଥିଲା। ଗୋଲ ପରିଶୋଧ ପାଇଁ ଉଦ୍ୟମରେ ଥିବା ଉଜ୍‌ବେକିସ୍ତାନ ଦ୍ୱିତୀୟ କ୍ବାର୍ଟରରେ ମଧ୍ୟ ପ୍ରଭାବହୀନ ପ୍ରଦର୍ଶନ କରିଥିଲା। ୨୭ତମ ମିନିଟରେ ଆଉ ଏକ ପେନାଲ୍ଟି କର୍ନର ଗୋଲ ଦେଇ ମାଟେଉଜ୍‌ ପ୍ରଥମାର୍ଦ୍ଧ ଶେଷସୁଦ୍ଧା ପୋଲାଣ୍ଡର ଅଗ୍ରଣୀ ବ୍ୟବଧାନକୁ ୨-୦ରେ ପହଞ୍ଚାଇଥିଲେ।
ମଧ୍ୟ ପୋଲାଣ୍ଡର ପ୍ରଭାବ ବଳବତ୍ତର ରହିଥିଲା। ଖେଳ ଆରମ୍ଭର ୬ମ ତଥା ମ୍ୟାଚର ୩୬ତମ ମିନିଟରେ ପାୱେଲ ବ୍ୟକ୍ତିଗତ ଦ୍ୱିତୀୟ ଗୋଲ ସ୍କୋର କରି ପୋଲାଣ୍ଡ ସ୍ଥିତିକୁ ମଜଭୁତ କରିଥିଲେ। ସେ ପେନାଲ୍ଟି କର୍ନରରୁ ଏହି ଗୋଲଟି ଦେଇଥିଲେ। ଏହାର ୪ ମିନିଟ ପରେ ମାଟେଉଜ୍‌ ବ୍ୟକ୍ତିଗତ ଦ୍ୱିତୀୟ ଗୋଲ ଦେଇ ଉଜ୍‌ବେକିସ୍ତାନକୁ ବ୍ୟାକ୍‌ଫୁଟ୍‌କୁ ଠେଲି ଦେଇଥିଲେ। ପ୍ରଥମ ୩ଟି ଗୋଲ ପେନାଲ୍ଟି କର୍ନରରୁ ହୋଇଥିବାବେଳେ ଶେଷଟି ଫିଲ୍ଡ ଗୋଲ ହୋଇଥିଲା। ଅବଶିଷ୍ଟ ୨୦ ମିନିଟ ଖେଳ ସଂଘର୍ଷପୂର୍ଣ୍ଣ ହୋଇଥିଲେ ହେଁ ଉଜ୍‌ବେକିସ୍ତାନ ଗୋଲ ପରିଶୋଧ କରିପାରି ନ ଥିଲା। ଫଳରେ ପୋଲାଣ୍ଡ ୩ ପଏଣ୍ଟ ସହିତ ଅଭିଯାନ ଆରମ୍ଭ କରିଥିଲା। ଚମତ୍କାର ପ୍ରଦର୍ଶନ ପାଇଁ ମାଟେଉଜ୍‌ ମ୍ୟାନ ଅଫ ଦି ମ୍ୟାଚ ବିବେଚିତ ହୋଇଥିଲେ। ପର୍ଯ୍ୟଟନ, ସଂସ୍କୃତି ବିଭାଗ ମନ୍ତ୍ରୀ ଜ୍ୟୋତି ରଞ୍ଜନ ପାଣିଗ୍ରାହୀ ଅତିଥିଭାବେ ଯୋଗଦେଇ ପୁରସ୍କାର ପ୍ରଦାନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ଉଠାଇବେ ସୋନମ ୱାଙ୍ଗଚୁକଙ୍କ ଚିକିତ୍ସା ଖର୍ଚ୍ଚ: ଜାଣନ୍ତୁ କ’ଣ କହୁଛି ନିୟମ

ନୂଆଦିଲ୍ଲୀ,୨୨।୭: ହସ୍ପିଟାଲରେ ଭର୍ତ୍ତି ହେବା ପରେ ସବୁଠାରୁ ବଡ଼ ପ୍ରଶ୍ନ ଏହା ଯେ ଏହି ଚିକିତ୍ସା ପାଇଁ ହେଉଥିବା ମୋଟ ଖର୍ଚ୍ଚ କିଏ ଦେବ? ବର୍ତ୍ତମାନ ପର୍ଯ୍ୟନ୍ତ…

ପୋଲିସ ସହ ଛାତ୍ରୀଛାତ୍ରଙ୍କ ଘମାଘୋଟ ସଂଘର୍ଷ: ଦିଲ୍ଲୀ ପରେ ଏବେ ଏଇଠି ତେଜିଲା ଆନ୍ଦୋଳନ, CJPକୁ ସମର୍ଥନ କରି…

ନୂଆଦିଲ୍ଲୀ,୨୨।୭: ଦିଲ୍ଲୀରେ ସଂସଦ ଭବନ ମାର୍ଚ୍ଚ ସମୟରେ ଯେପରି ଚିତ୍ର ସାମ୍ନାକୁ ଆସିଥିଲା, କିଛି ସେହିପରି ଚିତ୍ର ବୁଧବାର ରାଜଧାନୀ ପାଟନାରେ ଦେଖିବାକୁ ମିଳିଛି। ‘ଆଇସା’ (AISA)…

ରଥଯାତ୍ରାରେ ଦ୍ୱିତୀୟ ଶିଶୁ ମୃତ୍ୟୁ: ପରିଚାଳନାକୁ ନେଇ ଉଠିଲା ପ୍ରଶ୍ନ

ପାରଳାଖେମୁଣ୍ଡି,୨୨ା୭(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡିରେ ଚଳିତ ବର୍ଷର ରଥଯାତ୍ରା ଅବସରରେ ଘଟିଥିବା ଅଘଟଣାରେ ଆଉ ଜଣେ ଶିଶୁଙ୍କ ମୃତ୍ୟୁ ଘଟିଛି। ଏଥିସହ ରଥଯାତ୍ରା ସମୟରେ ଘଟିଥିବା…

ବଡ଼ ଘୋଷଣା କଲେ ମୋଦି ସରକାର; ସିଜେପି ନେତାଙ୍କ ସହ ହେବ…

ନୂଆଦିଲ୍ଲୀ,୨୨ା୭: କକରୋଚ୍ ଜନତା ପାର୍ଟି (CJP) ର ନେତୃତ୍ୱରେ ପେପର ଲିକ୍ ବିରୋଧରେ ଆନ୍ଦୋଳନ ଜାରି ରହିଛି। ସଂସଦ ମାର୍ଚ୍ଚ ପରେ ବି ସିଜେପିର ପ୍ରତିବାଦ ଥମିନାହିଁ।…

ଉଦ୍ଧବ ଠାକ୍‌ରେଙ୍କୁ ସୁପ୍ରିମକୋର୍ଟଙ୍କ ବଡ଼ ଝଟ୍‌କା, ୬ ଏମ୍‌ପିଙ୍କ ମିଶ୍ରଣକୁ…

ନୂଆଦିଲ୍ଲୀ,୨୨ା୭: ଶିବସେନାରେ ମିଶ୍ରଣକୁ ଅନୁମୋଦନ କରିବା ପାଇଁ ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଦେଇଥିବା ଆଦେଶକୁ ବୁଧବାର ଅସ୍ଥାୟୀ ଭାବରେ ସ୍ଥଗିତ ରଖିବାକୁ ମନା କରିଦେଇଛନ୍ତି…

ପୌର ପରିଷଦ ଅଧ୍ୟକ୍ଷା,ଉପାଧ୍ୟକ୍ଷଙ୍କୁ ଭାଜପାର ସ୍ବାଗତ

ଗୁଣପୁର,୨୨।୭(ସୁଜାତା ପାଢ଼ୀ)- ନିକଟରେ ଗୁଣପୁର ପୌର ପରିଷଦ ଅଧ୍ୟକ୍ଷା ମମତା ଗୌଡ଼ ଓ ଉପାଧ୍ୟକ୍ଷ ଶିବପ୍ରସାଦ ଗୌଡ଼ ତାଙ୍କ ସମର୍ଥକଙ୍କ ସହ ବିଧିବଦ୍ଧ ଭାବେ ଭାଜପାରେ ଯୋଗଦାନ…

ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ, ସୂଚନା ଜାରି କରି ବିଭାଗ କହିଲା ଏହି…

ନୂଆଦିଲ୍ଲୀ,୨୨ା୭: ଦିଲ୍ଲୀରେ ୧୬ ମେଟ୍ରୋ ଷ୍ଟେଶନ ବନ୍ଦ। ମେଟ୍ରୋ ରେଳ ନିଗମ (DMRC) ସୂଚନା ଦେଇଛି ଯେ, ଜାତୀୟ ରାଜଧାନୀରେ ସୁରକ୍ଷା କାରଣରୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ…

ସୋରିଷରେ ବିଶ୍ୱର କ୍ଷୁଦ୍ରତମ ରଥ ନିର୍ମାଣ କଲେ ପ୍ରତ୍ୟୁଷ

ଫୁଲବାଣୀ, ୨୨।୭(ରାକେଶ କୁମାର ରାଉତ):ସୋରିଷରେ ବିଶ୍ୱର ସବୁଠାରୁ କ୍ଷୁଦ୍ରତମ ରଥ ନିର୍ମାଣ ହୋଇଛି। ଏହା କରି ଦେଖାଇଛନ୍ତି କନ୍ଧମାଳ ଜିଲା ଫୁଲବାଣୀ ସହର ନଦୀଖଣ୍ଡିସାହିର ଯୁବଶିଳ୍ପୀ ଏନ.ପ୍ରତ୍ୟୁଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri