ପୋଲାଭରମ୍‌ କାର୍ଯ୍ୟ ବନ୍ଦ ରଖିବାକୁ ପ୍ରଧାନମନ୍ତ୍ରୀଙ୍କୁ ନବୀନଙ୍କ ଚିଠି

ଭୁବନେଶ୍ୱର, ୨।୭(ବ୍ୟୁରୋ)
ପୋଲାଭରମ ପ୍ରକଳ୍ପର କାର୍ଯ୍ୟ ବନ୍ଦ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖି ମୁଖ୍ୟମନ୍ତ୍ରୀ ପୋଲାଭରମ୍‌ ନିର୍ମାଣ ର୍ପୂ୍‌ବରୁ ଏହାକୁ ନେଇ ଚାଲିଥିବା ବିବାଦ ସମାଧାନ ପାଇଁ ଅନୁରୋଧ କରିଛନ୍ତି। ଚିଠିରେ ସେ ଉଲ୍ଲେଖ କରିଛନ୍ତି, ଯଦି ପ୍ରକଳ୍ପକୁ ନେଇ ରହିଥିବା ସମସ୍ୟାର ସମାଧାନ ନ ହୁଏ, ତେବେ ଏହା ଓଡ଼ିଶା ଏବଂ ଓଡିଆ ଲୋକଙ୍କ ସ୍ଥାୟୀ କ୍ଷତିର କାରଣ ପାଲଟିବ। ଏହି ପ୍ରକଳ୍ପ ଯଦି କାର୍ଯ୍ୟକାରୀ ହୁଏ, ରାଜ୍ୟର ଆଦିବାସୀ ଅଧ୍ୟୁଷିତ ଜମି ଜଳମଗ୍ନ ହେବ। ସର୍ବୋପରି ପ୍ରକଳ୍ପ ହେଲେ ବହୁ ଗ୍ରାମବାସୀ ବିସ୍ଥାପିତ ହେବାକୁ ବାଧ୍ୟ ହେବେ। ଏହି ପ୍ରକଳ୍ପ ଦ୍ୱାରା ଦକ୍ଷିଣ ଓଡିଶାର ମାଲକାନଗିରି ଜିଲା ବିଶେଷକରି ଆଦିମ ଅଧିବାସୀମାନେ ବହୁଳ ଭାବେ ପ୍ରଭାବିତ ହେବେ। ତେଣୁ ସୁପ୍ରିମକୋର୍ଟରେ ପଡି ରହିଥିବା ମାମଲା ଗୁଡିକର ସମାଧାନ ନ ହେବା ଯାଏ ପ୍ରକଳ୍ପ କାର୍ଯ୍ୟ ବନ୍ଦ ରହୁ ବୋଲି ମୁଖ୍ୟମନ୍ତ୍ରୀ ଉଲ୍ଲେଖ କରିଛନ୍ତି। ସେହିପରି ଏ ସଂକ୍ରାନ୍ତୀୟ ବିଧିବଦ୍ଧ ସଂକଳ୍ପ ନ ଆସିବା ପୂର୍ବରୁ ଯଦି ପ୍ରକଳ୍ପକୁ ଅନୁମତି ଦିଆଯାଏ ତା’ହେଲେ ଏହା ରାଜ୍ୟ ଓ ରାଜ୍ୟବାସୀଙ୍କ ସ୍ବାର୍ଥ ଉପରେ ସ୍ଥାୟୀ ଆଘାତ ପହଞ୍ଚାଇବ ବୋଲି ନବୀନ ଚିଠିରେ ଜଣାଇଛନ୍ତି। ଓଡିଶା, ତେଲେଙ୍ଗାନା ଏବଂ ଛତିଶଗଡର ଜମି, ଜଙ୍ଗଲ ଏବଂ ଅଧିବାସୀଙ୍କ କ୍ଷତି ନ ହେବାଭଳି ପ୍ରକଳ୍ପର ମଡେଲ ବଦଳାଯାଇପାରିବ ବୋଲି ମୁଖ୍ୟମନ୍ତ୍ରୀ ଚିଠିରେ ଦର୍ଶାଇଛନ୍ତି।
ମୁଖ୍ୟମନ୍ତ୍ରୀ ଏ ସଂକ୍ରାନ୍ତରେ ପ୍ରଧାନମନ୍ତ୍ରୀ ଏବଂ କେନ୍ଦ୍ରକୁ ପୂର୍ବରୁ ଦେଇଥିବା ଚିଠି ସମ୍ପର୍କରେ ଉଲ୍ଲେଖ କରିଛନ୍ତି। ଓଡିଶା ବାରମ୍ବାର ପ୍ରକଳ୍ପ କାର୍ଯ୍ୟ ବନ୍ଦ ପାଇଁ ଅନୁରୋଧ କରିଥିଲେ ମଧ୍ୟ କେନ୍ଦ୍ର କେବେହେଲେ ଏ ଦିଗରେ କର୍ଣ୍ଣପାତ କରିନାହିଁ। ନବୀନ ଆହୁରି କହିଛନ୍ତି ଯେ, ପ୍ରଭାବିତ ଥିବା ଅଞ୍ଚଳରେ ଜନଶୁଣାଣି କରିବା ପରିବର୍ତ୍ତେ ଆନ୍ଧ୍ର ପ୍ରଦେଶ ସରକାର ଦ୍ରୁତଗତିରେ କାର୍ଯ୍ୟ କରିଚାଲିଛନ୍ତି। ଅନ୍ୟପଟେ ମାଲକାନଗିରିରେ ବିନା ଜନଶୁଣାଣିରେ ପୋଲାଭରମ୍‌ ପ୍ରକଳ୍ପକୁ ୨୫ ଅକ୍ଟୋବର ୨୦୦୫ରେ ପରିବେଶ ମଞ୍ଜୁରୀ ପ୍ରଦାନ କରାଯାଇଥିଲା ବୋଲି ନବୀନ କହିଛନ୍ତି। ଯଦି ଥରେ ଏହି ପ୍ରକଳ୍ପ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଯାଏ ତେବେ ପରବର୍ତ୍ତୀ ସମୟରେ ଏହାର ରୂପରେଖ ପରିବର୍ତ୍ତନ କରାଯାଇପାରିବ ନାହିଁ। ଅନ୍ୟପଟେ ଏଯାବତ୍‌ ଓଡିଶାରେ ଜନଶୁଣାଣି ହୋଇ ନ ଥିବା ସେ କହିଛନ୍ତି। ଏ ସମ୍ପର୍କରେ ପୂର୍ବତନ ପରିବେଶ ଓ ଜଙ୍ଗଲ କେନ୍ଦ୍ରମନ୍ତ୍ରୀ ହର୍ଷ ବର୍ଦ୍ଧନଙ୍କୁ ଚିଠି ଲେଖିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି ଯେ, ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ବନ୍ଦ କରିବା ପାଇଁ ସେ ହର୍ଷ ବର୍ଦ୍ଧନଙ୍କୁ ଅନୁରୋଧ କରିଥିଲେ। ଏହାପରେ ଓଡିଶାର ସ୍ବାର୍ଥ ଦୃଷ୍ଟିରୁ କୌଣସି ଅଗ୍ରଗତି ଘଟି ନ ଥିବାରୁ ମୁଖ୍ୟମନ୍ତ୍ରୀ ଉଦ୍‌ବେଗ ପ୍ରକାଶ କରିଛନ୍ତି। ନିକଟରେ ପରିବେଶ ମନ୍ତ୍ରଣାଳୟ ପୋଲାଭରମ ପ୍ରକଳ୍ପ ନିର୍ମାଣ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ ଉପରେ ସ୍ଥଗିତାଦେଶକୁ ଆଉ ଦୁଇବର୍ଷ ବୃଦ୍ଧି କରିବା ପରିପ୍ରେକ୍ଷୀରେ ମୁଖ୍ୟମନ୍ତ୍ରୀ ଏନେଇ କେନ୍ଦ୍ର ସରକାର ତୁରନ୍ତ ହସ୍ତକ୍ଷେପ କରିବାକୁ ଚିଠିରେ ଉଲ୍ଲେଖ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଫି ଚାଷ ସମ୍ୱନ୍ଧୀୟ ବ୍ଲକ ସ୍ତରୀୟ କର୍ମଶାଳା , ଯୋଗଦେଲେ ଚାଷୀ

ଦାରିଙ୍ଗବାଡି, ୭।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି କଫି ବଗିଚା ପରିସର ମଧ୍ୟରେ ଗୁରୁବାର କଫି ଚାଷ ସମ୍ୱନ୍ଧୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଏହି କର୍ମଶାଳାରେ…

ରାଜ୍ୟରେ ଘନେଇଲାଣି ପେଟ୍ରୋଲ, ଡିଜେଲ ଅଭାବ

ଗତ ଫେବୃଆରୀ ୨୮ରୁ ଇରାନ୍‌ ସହ ଆମେରିକାର ଓ ଇସ୍ରାଏଲର ଯୁଦ୍ଧ ପରଠାରୁ ସାରା ବିଶ୍ୱରେ ଅର୍ଥନୈତିକ ସଙ୍କଟ ଜଟିଳ ହେବାରେ ଲାଗିଛି। ବିଶେଷକରି ଆରବ ଦେଶଗୁଡ଼ିକରୁ…

ଜାତୀୟ ରାଜପଥ ଉପରେ ହାଇଓ୍ବା ଚଢ଼ାଇ କରିଥିଲେ ହତ୍ୟା, ଅଭିଯୁକ୍ତଙ୍କୁ ବାନ୍ଧିଲା…

ଦେବଗଡ଼,୬।୫(ଶଶାଙ୍କ ଶେଖର ଝାଙ୍କର): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଦେବଗଡ଼ ଥାନା ଚଟିବରଘାଟ ଗ୍ରାମ ନିକଟସ୍ଥ ୪୯ ନମ୍ବର ଜାତୀୟ ରାଜପଥ ଉପରେ ହାଇୱାରେ ଧକ୍କା ଦେଇ ସ୍କୁଟି…

ସବ୍‌ସିଡି ପାଇଁ ୩୦ହଜାର ଲାଞ୍ଚ ନେଉଥିଲେ ଡିଆର୍‌ପି, ମାଡିବସିଲା ଭିଜିଲାନ୍ସ

ବରଗଡ଼,୬।୫(ପ୍ରେମାନନ୍ଦ ଖମାରୀ): ପ୍ରଧାନମନ୍ତ୍ରୀ ସୂକ୍ଷ୍ମ ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ଔପଚାରିକରଣ ଯୋଜନା(ପିଏମ୍‌ଏଫ୍‌ଏମ୍‌ଇ)ରେ ଦିଆଯାଉଥିବା ଋଣର ରିହାତି (ସବ୍‌ସିଡି) ରିଲିଜ୍‌ ପାଇଁ ଲାଞ୍ଚ ନେବା ବରଗଡ଼ ଜିଲା ଶିଳ୍ପକେନ୍ଦ୍ର…

କିଏ ସେ ଅଗ୍ନିମିତ୍ରା ପଲ? ଦିଲ୍ଲୀରେ ପହଞ୍ଚିବା ପରେ ବଢ଼ିଲା ହଲଚଲ, ହେବେ କି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ…

କୋଲକାତା,୬।୫: ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ଗଡ଼କୁ ଭାଙ୍ଗି ଭାଜପା ୨୦୭ଟି ଆସନ ସହ ସଂଖ୍ୟାଗରିଷ୍ଠତା ହାସଲ କରିଛି। ଏବେ ମୁଖ୍ୟମନ୍ତ୍ରୀ ଚୟନ ପାଇଁ ଦିଲ୍ଲୀରୁ କୋଲକାତା ପର୍ଯ୍ୟନ୍ତ…

ହାର୍ଦ୍ଦିକ ପାଣ୍ଡ୍ୟା ଖେଳିବେ RCB ବିପକ୍ଷ ମ୍ୟାଚ୍‌, ମୁମ୍ବାଇ ଶିବିରରୁ ବଡ଼ ଖବର

ରାୟପୁର,୬।୫: ପିଠିରେ ଯନ୍ତ୍ରଣା ଯୋଗୁ ଲକ୍ଷ୍ନୌ ବିପକ୍ଷ ମ୍ୟାଚ୍‌ରୁ ବାଦ ପଡ଼ିଥିବା ମୁମ୍ବାଇ ଇଣ୍ଡିଆନ୍ସ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ ସମ୍ପୂର୍ଣ୍ଣ ଫିଟଥିବା ଜଣାପଡ଼ିଛି। ରବିବାର ଦିନ…

ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ, ୧୦ ବେଳକୁ ହେବ….

ଭୁବନେଶ୍ବର,୬ା୫: ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ । ଏକ ମଡେଲ୍ ଅନୁଯାୟୀ ୧୦ରେ ଲଘୁଚାପ ଦାନା ବାନ୍ଧିବାର ସମ୍ଭାବନା ରହିଛି । ଶ୍ରୀଲଙ୍କା ଓ ତାମିଲନାଡୁ ଉପକୂଳରେ…

ପାରିବାରିକ ହିଂସା; ମଉସାଙ୍କୁ ମରଣାନ୍ତକ ଆକ୍ରମଣ ଘଟଣା, ବନ୍ଧାହେଲେ ପୁତୁରା

ଦିଗପହଣ୍ଡି,୬ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଡା ଗ୍ରାମର ଏସ.ପୁନିଆ ରେଡ୍ଡୀ(୬୮) ଙ୍କୁ ତାଙ୍କ ପୁତୁରା ଏସ. ସିମାଞ୍ଚଳ ରେଡ୍ଡୀ ପାରିବାରିକ ବିବାଦକୁ କେନ୍ଦ୍ରକରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri