ପୋଲାଭରମ୍‌ ପ୍ରଳକ୍ପକୁ ନେଇ ବିଧାନସଭାରେ ଉଦ୍‌ବେଗ: ଗୃହ କମିଟି ଗଠନ କରିବାକୁ ଦାବି

ଭୁବନେଶ୍ୱର, ୨୮।୬(ବ୍ୟୁରୋ): ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟକୁ ନେଇ ବିଧାନସଭାରେ ଶାସକ ଓ ବିରୋଧୀ ଦଳର ସଦସ୍ୟମାନେ ଉଦ୍‌ବେଗ ପ୍ରକାଶ କରିଛନ୍ତି। ପୋଲାଭରମ୍‌ ପ୍ରକଳ୍ପ କାର୍ଯ୍ୟକାରୀ ହେଲେ ମାଲକାନଗିରିର ବହୁ ଜଙ୍ଗଲ ଓ ଆଦିବାସୀ ଗାଁ ବୁଡିଯିବ। ତୁରନ୍ତ ଏହି ପ୍ରକଳ୍ପକୁ ବନ୍ଦ କରାଯାଉ ବୋଲି ସେମାନେ ଦାବି କରିଛନ୍ତି। ଶୂନ୍ୟକାଳରେ ବିଜେଡି ସଭ୍ୟ ଦେବୀ ପ୍ରସାଦ ମିଶ୍ର ଏହି ପ୍ରସଙ୍ଗ ଉଠାଇ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ପ୍ରକଳ୍ପ ବନ୍ଦ କରିବାକୁ ଏକ ପ୍ରସ୍ତାବ ଗୃହରେ ଅଣାଯାଉ। ବିଧାନସଭା ଗୃହ କମିଟି ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତକରି ପ୍ରକଳ୍ପ ବନ୍ଦ କରିବା ପାଇଁ ଦାବି ଜଣାଇବାକୁ ସେ କହିଥିଲେ। ଏହାକୁ କଂଗ୍ରେସ ଦଳ ସଦସ୍ୟ ତାରାପ୍ରସାଦ ବାହିନୀପତି ସମର୍ଥନ କରିବା ସହିତ ରାଜ୍ୟର ସମସ୍ତ ରାଜନୈତିକ ଦଳ ଏକାଠି ହୋଇ ପ୍ରକଳ୍ପ ବନ୍ଦ କରିବା ପାଇଁ ଆଗେଇ ଆସନ୍ତୁ। ଆଦିବାସୀଙ୍କ ସ୍ବାର୍ଥ ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ପ୍ରଦୀପ୍ତ ନାଏକ, ମୁଖ୍ୟମନ୍ତ୍ରୀ ଏକ ବୈଠକ ଡାକି ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ପାଇଁ ସମୟ ମାଗନ୍ତୁ ବୋଲି ସେ ଦାବି କରିଥିଲେ। ବିଜେଡି ସଭ୍ୟ ଅରବିନ୍ଦ ଢାଲି ପୋଲାଭରମ୍‌ ପ୍ରକଳ୍ପ ଦ୍ୱାରା ମାଲକାନଗିରିର ସଂରକ୍ଷିତ ଜଙ୍ଗଲ ଏବଂ ୩୫ଟି ଆଦିବାସୀ ଗାଁ ବୁଡିଯିବ। ଏକ ହାଉସ୍‌ କମିଟିକରି ପ୍ରକଳ୍ପ ବନ୍ଦ କରିବା ପାଇଁ କେନ୍ଦ୍ର ସରକାରଙ୍କୁ ଦାବିପତ୍ର ଦେବାକୁ ସେ ବାଚସ୍ପତିଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନକୁ ଟ୍ରମ୍ପଙ୍କ ଚରମ ଚେତାବନୀ: ‘ଶାନ୍ତି ଆଲୋଚନା ବିଫଳ ହେଲେ ଆକ୍ରମଣ ପାଇଁ ଆମେରିକା ପ୍ରସ୍ତୁତ’

ୱାଶିଂଟନ,୧୦।୭: ଇରାନ ଏବଂ ଆମେରିକା ମଧ୍ୟରେ ଶାନ୍ତିବାର୍ତ୍ତା ନେଇ ଆଲୋଚନା ହେବାକୁ ଥିବା ବେଳେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ବଡ଼ ଧମକ ଦେଇଛନ୍ତି। ଇସଲାମାବାଦରେ…

ଧାରଣାକୁ ମାସେ ବିତିଲା: ଡାଲି, ଚାଉଳ ମାଗି ଚୁଲି ଜାଳୁଛନ୍ତି ଚାଷୀ; ତଥାପି ସରକାରୀ କଳ…

ବରଗଡ଼, ୧୦।୪(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲାରେ ଗତ ୭ତାରିଖରୁ ଖରିଫ୍ ଧାନ ସଂଗ୍ରହ ପ୍ରକ୍ରିୟାକୁ ସରିଯାଇଛି। ଅନ୍ୟ ପକ୍ଷରେ ଆଉ ପ୍ରାୟ ମାସକ ପରେ ଜିଲାରେ…

ଏଲ୍‌ପିଜି ସଙ୍କଟ ଯୋଗୁ ରୋଜଗାର ହରାଇଛନ୍ତି କ୍ଷୁଦ୍ର ବ୍ୟବସାୟୀ, ପରିବାର ଚଳାଇବା କଷ୍ଟସାଧ୍ୟ, ଯୋଗାଣ ଦାବିରେ…

କୋରାପୁଟ, ୧୦।୪ (ଅମିତାଭ ବେହେରା): ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବେ ସ୍ଥାନୀୟ ରନ୍ଧନ ଗ୍ୟାସ (LPG) ବଜାର ଉପରେ ଶକ୍ତ ଆଘାତ ଦେଇଛି। ଏହି ଗ୍ୟାସ…

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

ହର୍ମୁଜରୁ ଭାରତୀୟ ଜାହାଜ ପାର୍‌ କଲେ ଇରାନ ମାଗିବ କେତେଟଙ୍କା? ଦିନକ ଭିତରେ କମାଇବ…

ନୂଆଦିଲ୍ଲୀ,୧୦।୪: ମଧ୍ୟପ୍ରାଚ୍ୟରେ ଶତ୍ରୁତା ବନ୍ଦ ହେବା ପରେ ମଧ୍ୟ, ହର୍ମୁଜ ପ୍ରଣାଳୀ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ୱାଭାବିକତାକୁ ଫେରିନାହିଁ। ଏହା ତୈଳ ପାଇଁ ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ପଥ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri