ପୋଲିସ,ଅବକାରୀ ବିଭାଗର ମିଳିତ ଚଢାଉ: ମଦ ଜବତ, ୯ ଗିରଫ

ଆସିକା,୨୫ା୭ (ଡି.ଏନ୍‌.ଏ.) – ଆସିକା ଥାନା ଇଲାକାର ବିଭିନ୍ନ ଗ୍ରାମାଞ୍ଚଳରେ ଚାଲିଥିବା ଚୋରା ରନ୍ଧା ମଦ ଭାଟି ଓ ମଦ ଦୋକାନ ଉପରେ ବୁଧବାର ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ମିଳିତ ଚଢାଉ କରାଯାଇଥିଲା। ଏହି ଚଢାଉରେ ୧୨୦ ଲିଟର ରନ୍ଧା ମଦ ଜବତ କରାଯିବା ସହ ୩ ହଜାର ଲିଟର ପୋଚ ନଷ୍ଟ କରାଯାଇଛି। ମଦ ପ୍ରସ୍ତୁତିରେ ବ୍ୟବହୃତ ବହୁ ସରଞ୍ଜାମ ଜବତ କରାଯାଇଛି। ଏହି ମାମଲାରେ ସମୁଦାୟ ୯ଜଣଙ୍କୁ ଗିରଫ କରାଯାଇଛି। ଗିରଫଙ୍କ ମଧ୍ୟରେ ପାଣ୍ଡୁ ନାଇକ ଓ ରାଜେଶ୍ୱରୀ ନାୟକ ବାଲିସିରା, ଏନ୍‌. କବିତା ଓ ଏ. ଜଗନ୍ନାଥମ୍‌ ଠେଙ୍ଗାପଲ୍ଲୀ, ଏ. ଦୁର୍ଗା ଓ ସୀତା ପ୍ରଧାନ ଗଣ୍ଡପଲ୍ଲୀ, ଡି. ନାଗେଶ୍ୱର ନାରାୟଣପରୁ, ପାଣ୍ଡବ ପ୍ରଧାନ ପାକଲାପଲ୍ଲୀ ଓ ବାବୁ ସୁଅଁାସିଆ ରଘୁନାଥ ନଗର ପ୍ରମୁଖ ଅଛନ୍ତି। ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ପୃଥକ୍‌ ପୃଥକ୍‌ ଭାବେ ଘଟଣା ସମ୍ପର୍କରେ ଆସିକା ଥାନାରେ ନଂ.୨୩୮/୧୯ରେ ମାମଲା ରୁଜୁ କରାଯାଇଥିଲା ବେଳେ ଅବକାରୀ ବିଭାଗ ପକ୍ଷରୁ ୮ ମାମଲା ରୁଜୁ କରାଯାଇଥିବା ଜଣାପଡିଛି। ଗିରଫ ଅଭିଯୁକ୍ତଙ୍କୁ ବୁଧବାର ଅପରାହ୍ନରେ କୋର୍ଟ ଚାଲାଣ କରାଯାଇଛି। ଆସିକା ତହସିଲଦାର୍‌ ସୁବାସ ଚନ୍ଦ୍ର ସେଠିଆ ଏହି ଚଢାଉରେ କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ୍‌ ଭାବେ ସାମିଲ ରହିଥିଲାବେଳେ ଆସିକା ଥାନା ଅଧିକାରୀ ପୀତବାସ ଧାରୁଆ, ଅବକାରୀ ଉପ-ଅଧୀକ୍ଷକ ଅଭିରାମ ବେହେରାଙ୍କ ସମେତ ପୋଲିସ ଓ ଅବକାରୀ ବିଭାଗ କର୍ମଚାରୀ ସାମିଲ୍‌ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

ଘର ଛାଡ଼ି ପଳାଇଥିଲେ ଅରକ୍ଷିତ: ଆଜି ମିଳିଲା…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ପୋଲିସ ବୁଧବାର ସକାଳେ ଜଣେ ବୃଦ୍ଧଙ୍କ ମରଶରୀର ମୁଜାଗଡ ଗ୍ରାମ ପୋଖରୀରୁ ଉଦ୍ଧାର କରିଛି। ସେ ହେଲେ ବେଲଗୁଣ୍ଠା ଥାନା ଅନ୍ତର୍ଗତ…

ସିଭିଲ ସର୍ଭିସ ଆଶାୟୀଙ୍କ ପାଇଁ ଖବର: ଗଞ୍ଜାମରେ ପ୍ରସ୍ତୁତି ଚାଲିଛି…

ଭଞ୍ଜନଗର,୮।୪(ବାବୁଲା ପ୍ରଧାନ)-ଗଞ୍ଜାମ ଲକ୍ଷ୍ୟ ନିକେତନ ପ୍ରକଳ୍ପ ମାଧ୍ୟମରେ ସିଭିଲ ସର୍ଭିସ ପରୀକ୍ଷା ପାଇଁ ଯୁବତୀଯୁବକଙ୍କୁ ତାଲିମ ଦିଆଯିବ। ତେଣୁ ଗଞ୍ଜାମ ଜିଲାପାଳ କିର୍ତ୍ତୀ ଭାସନ ଭିଙ୍କ ପ୍ରଚେଷ୍ଟାରେ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ନିଆରା ଜନ୍ମଦିନ ପାଳନ କଲେ ସମାଜସେବୀ ସୁନିଲ

ଗଞ୍ଜାମ,୭।୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଐତିହାସିକ ଲବଣ ସତ୍ୟାଗ୍ରହର ଅନ୍ୟତମ ପୀଠ ହୁମ୍ମାଠାରେ ଜନ କଲ୍ୟାଣ ସ୍ବେଛାସେବୀ ସଂସ୍ଥା ଓ ବଜରଙ୍ଗୀ ଦଳର ମିଳିତ ଆନୁକୁଲ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri