ପୋଲିସକୁ ଆକ୍ରମଣ: ୫ ଗିରଫ

ତିହିଡ଼ି,୧୭।୮ (ଡି.ଏନ.ଏ.) – ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଦୋଳସାହି-ଗୁଆମାଳ ରାସ୍ତାପାର୍ଶ୍ୱରେ ଥିବା ବିଦେଶୀ ମଦ ଦୋକାନ ନିକଟରେ ଗୁରୁବାର ମଧ୍ୟାହ୍ନରେ ତିହିଡ଼ି ପୋଲିସକୁ କେତେକ ଯୁବକ ମିଳିତ ଭାବେ ଆକ୍ରମଣ କରିଥିଲେ। ଏ ନେଇ ତିହିଡ଼ି ଥାନାରେ ଏକ ମାମଲା(ନଂ.୩୭୨/୧୯) ରୁଜୁ କରାଯାଇଛି। ୫ ଆକ୍ରମଣକାରୀ ଯୁବକଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ସେମାନେ ହେଲେ ଦୋଳସାହି ଗ୍ରାମର ତପନ କୁମାର ଓଝା, ଦିଲୀପ କୁମାର ଭଞ୍ଜ, ନିରାକାର ଜେନା, ହରେକୃଷ୍ଣ ଜେନା ଓ ରାଢ଼ଙ୍ଗ ଗ୍ରାମର ଦାମୋଦର ଗିରି।
ପୋଲିସ ସୂଚନା ଅନୁଯାୟୀ, ଗୁରୁବାର ମଧ୍ୟାହ୍ନରେ ଉକ୍ତ ମଦ ଦୋକାନ ନିକଟରେ ବାଇକ୍‌ ଦୁର୍ଘଟଣା ଘଟିଥିଲା। ଏ ସମ୍ପର୍କରେ ଖବର ପାଇ ତିହିଡ଼ି ଥାନା ଏଏସ୍‌ଆଇ ବୈରାଗୀ ଚରଣ ଏକ୍କା ସଦଳବଳ ଦୁର୍ଘଟଣା ସ୍ଥଳରେ ପହଞ୍ଚିଥିଲେ। ପୋଲିସ ପହଞ୍ଚିବା ବେଳକୁ କେତେକ ଯୁବକ ମଦ କାଉଣ୍ଟରକୁ ଇଟା ପଥର ଫୋପାଡ଼ିବା ସହ ଭଙ୍ଗାରୁଜା କରୁଥିଲେ। ଏଏସ୍‌ଆଇ ଏକ୍କା ସେମାନଙ୍କୁ ବାରଣ କରିଥିଲେ। ଏଥିରେ ଉତ୍ତ୍ୟକ୍ତ ହୋଇ କେତେକ ଯୁବକ ତାଙ୍କୁ ଧରି ନେଇ ନିକଟରେ ଥିବା ଧାନ ବିଲରେ ପକାଇ ଦେବା ସହ ମାଡ଼ ମାରିଥିଲେ ଓ ମୋବାଇଲ ଛଡ଼ାଇ ନେଇଯାଇଥିଲେ। ଅନ୍ୟ ପୋଲିସ କର୍ମଚାରୀମାନେ ଏଏସ୍‌ଆଇ ଏକ୍କାଙ୍କୁ ଉଦ୍ଧାର କରି ଥାନାକୁ ନେଇଥିଲେ। ପରେ ଆହତ ଏଏସ୍‌ଆଇଙ୍କୁ ଚିକିତ୍ସା ପାଇଁ ତିହିଡ଼ି ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନିଶାସକ୍ତ ପ୍ରଧାନ ଶିକ୍ଷକଙ୍କୁ ନିଲମ୍ବନ କଲା ପ୍ରଶାସନ, ସ୍କୁଲ ନଯାଇ ମଦ ପିଇ କରୁଥିଲେ…

ଚାନ୍ଦବାଲି,୨।୭(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ରାମପୁର ବୀଣାପାଣି ନୋଡାଲ UPME ସ୍କୁଲର ପ୍ରଧାନ ଶିକ୍ଷକ ଶ୍ରୀନାଥ ଦାସ ନିଲମ୍ବିତ । ବିଇଓ ଗୁରୁବାର ଦିନ…

ରାସ୍ତା ଉପରେ ଜମୁଛି ନର୍ଦ୍ଦମା ପାଣି, ସ୍ଥାୟୀ ସମାଧାନ ଦାବିରେ ଜିଲାପାଳଙ୍କୁ ଭେଟି…

ଅମରପାଲି,୨ା୭(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ଖଣ୍ଡହତା ଗ୍ରାମ ଦେଇ ଯାଇଥିବା ପୂର୍ତ୍ତ ବିଭାଗର ମୁଖ୍ୟ ରାସ୍ତା ଏବେ ସ୍ଥାନୀୟ ଲୋକଙ୍କ ପାଇଁ ଦୁର୍ଦ୍ଦଶାର…

କୂଳ ଲଂଘୁଛି ସମୁଦ୍ର ଜୁଆର, ଜିଲାପାଳ ଅଫିସ ଘେରାଉ କରିବାକୁ ଅଞ୍ଚଳବାସୀ ସଜବାଜ

ଗଞ୍ଜାମ,୨ା୭(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲାର ଗଞ୍ଜାମ ବ୍ଲକ ଅନ୍ତର୍ଗତ ଋଷିକୂଲ୍ୟା ମୁହାଣ ପୁରୁଣାବନ୍ଧ ଠାରୁ ପ୍ରୟାଗି ପର୍ଯ୍ୟନ୍ତ ଗତ କିଛି ମାସ ହେଲା ବେଳାଭୂମି ଦ୍ରୁତଗତିରେ ଅବକ୍ଷୟ…

ସ୍କୁଟି ଚାଳକଙ୍କୁ ଚାପିଦେଲା ମୋରମ ବୋଝେଇ ହାଇଓ୍ବା, ଲୋକେ ଚକାତଳୁ ମୃତଦେହ କାଢ଼ି…

ପୁରୁଷୋତ୍ତମପୁର,୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ଭାଟକୁମରଡ଼ା କଲେଜ ନିକଟରେ ଏକ ହାଇଓ୍ବା ଦ୍ରୁତଗତିରେ ଆସି ସ୍କୁଟିକୁ ଧକ୍କାଦେଇଥିଲା। ଫଳରେ…

ମା-ମାମୁ ମୋବାଇଲ ଛଡ଼ାଇ ନେବାରୁ ବିଷ ପିଇଦେଲେ ନାବାଳିକା

ଉଦଳା,୨ା୭(ସନ୍ତୋଷ କୁମାର ବାଛିନି): ମୋବାଇଲ ଛଡ଼ାଇ ନେଇ ଭାଙ୍ଗି ଦେଲେ ବୋଲି ବିଷ ପିଇଦେଇଛନ୍ତି ଜଣେ ନାବାଳିକା। ଏଭଳି ଘଟଣା ଘଟିଛି ରାଜ ବରହମପୁର ଥାନା ଗଗପାଳ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପାଣିପାଗ କେନ୍ଦ୍ର କହିଲା ୩ ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨ା୭: ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ତତ୍‌ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ନେଇ ଆଇଏମ୍‌ଡି…

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୨ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri