ପୋଲିସକୁ ଖୋଲା ଚ୍ୟାଲେଞ୍ଜ : ଥାନା ସମ୍ମୁଖରୁ ୩.୫୦ ଲକ୍ଷ ଟଙ୍କା ଲୁଟ୍‌

ଯାଜପୁର ଟାଉନ,୭ା୬(ଡିଏନଏ) :  ଯାଜପୁର ସହରରେ ଦିନକୁ ଦିନ ରାହାଜାନି, ଛିନ୍‌ତାଇ ବଢ଼ିବାରେ ଲାଗିଥିବାବେଳେ ଗୁରୁବାର ପୋଲିସକୁ ଖୋଲା ଚ୍ୟାଲେଞ୍ଜ କରି ଲୁଟେରା ଥାନା ସାମ୍ନାରୁ ୩ଲକ୍ଷ ୫୦ ହଜାର ଟଙ୍କା ଲୁଟି ନେଇଥିବା ଜଣାପଡ଼ିଛି। ଏ ନେଇ ଯାଜପୁର ଥାନାରେ ଲିଖିତ ଅଭିଯୋଗ ହୋଇଛି। ପ୍ରକାଶ ଯେ, ଯାଜପୁରସହର ବୃନ୍ଦାବନପୁର ଗ୍ରାମର ଶିକ୍ଷକ ରବିନାରାୟଣ ରଥ ତାଙ୍କ ଝିଅ ବାହାଘର ପାଇଁ ଯାଜପୁର ଷ୍ଟେଟ୍‌ ବ୍ୟାଙ୍କରୁ ଗୁରୁବାର ୩ଲକ୍ଷ ୫୦ ହଜାର ଟଙ୍କା ଉଠାଇ ଘରକୁ ଫେରୁଥିବା ସମୟରେ ଯାଜପୁର ଥାନା ସମ୍ମୁଖରେ ଗାଡ଼ି ରଖି ତାଙ୍କ ଭାଇଙ୍କ ପାସ୍‌ପୋର୍ଟ କଥା ବୁଝିବା ପାଇଁ ଥାନାକୁ ଯାଇଥିଲେ। କିଛି ସମୟ ପରେ ଆସି ତାଙ୍କ ଗାଡି ଡ଼ିକି ଭଙ୍ଗାଯାଇ ସମସ୍ତ ଟଙ୍କା ଲୁଟ୍‌ ହୋଇଯାଇଥିବା ଦେଖିଥିଲେ। ଏ ସମ୍ପର୍କରେ ରଥ ଥାନାରେ ଲିଖିତ ଏତଲା ଦେବାପରେ ପୋଲିସ ଏକ ମାମଲା (ନଂ. ୧୪୬ /୧୯) ରୁଜୁ କରିଛି। ଏହି ଘଟଣା ସମୟରେ ସେଠାରେ ଉପସ୍ଥିତ ଥିବା ସ୍କୁଲ ପିଅନଙ୍କୁ ପୋଲିସ ଅଟକ ରଖି ପଚରାଉଚରା ଜାରି ରଖିଛି। ସୂଚନା ଥାଉକି, ଗତ ୨୯ ତାରିଖ ଯାଜପୁରସହର କୋର୍ଟ ନିକଟରୁ ଗାଡି ଡିକି ଭାଙ୍ଗି ୮୦ହଜାର ଟଙ୍କା ଲୁଟ୍‌ ହୋଇଥିଲା। ମାତ୍ର ଏପର୍ଯ୍ୟନ୍ତ ଲୁଟେରାଙ୍କର ପୋଲିସ କୌଣସି ସୁରାକ୍‌ ପାଇ ନ ଥିବାବେଳେ ଥାନା ସମ୍ମୁଖରୁ ଲୁଟ୍‌ ହେବା ଘଟଣା ପରେ ସହରବାସୀ ଛାନିଆ ହୋଇଯାଇଥିବା ଜଣାପଡ଼ିଛି। ଦୀର୍ଘଦିନ ଧରି ଯାଜପୁର ସହରରେ ରାହାଯାନୀ, ଛିନ୍‌ତାଇ, ଚୋରି ଆଦି ଘଟୁଥିଲେ ମଧ୍ୟ ପୋଲିସ ପ୍ରଶାସନ ଏହାକୁ ରୋକିବା ଦିଗରେ ସମ୍ପୂର୍ଣ୍ଣ ବିଫଳ ହୋଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

BJPକୁ ବଡ଼ ଝଟକା! ଦଳ ଛାଡିଲେ ଏହି ଅଭିନେତା, ମଞ୍ଚ ଉପରୁ ଘୋଷଣା କରି ଚମକାଇଦେଲେ

ତିରୁଭାନନ୍ତପୁରମ୍‌,୧୬।୮: କେରଳରେ ଭାଜପାକୁ ବଡ଼ ଝଟକା ଲାଗିଛି । ଅଭିନେତା ତଥା କେରଳ ଭାଜପାର ଉପାଧ୍ୟକ୍ଷ ଏସ୍‌. ଦେବନ ଦଳର ଉପାଧ୍ୟକ୍ଷ ପଦ ସହ ପ୍ରାଥମିକ ସଦସ୍ୟତାରୁ…

ଜଳପ୍ରପାତରେ ଗାଧୋଉଥିବା ବେଳେ ଖସିପଡ଼ିଲେ ଶିକ୍ଷକ, ତାପରେ….

ବରଗଡ଼,୧୬।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ଥାନା ଅଞ୍ଚଳରେ ଥିବା ପର୍ଯ୍ୟଟନସ୍ଥଳୀ ବାରବଖରା ଜଳପ୍ରପାତରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି । ଏହି ଜଳପ୍ରପାତରେ ଗାଧୋଉଥିବା…

ଦିନ ଦ୍ବିପ୍ରହରରେ ଆତଙ୍କ ମଚାଇଲେ ଦୁର୍ବୃତ୍ତ, ଦିବ୍ୟାଙ୍ଗଙ୍କ ଘର କବାଟ ଭାଙ୍ଗି ଲୁଟିନେଲେ…

ଦାରିଙ୍ଗବାଡି,୧୬।୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ପଞ୍ଚାୟତ କାରିପାଙ୍ଗା ସାହିରେ ରବିବାର ଦିନ ଦ୍ବିପ୍ରହରରେ ଏକ ଲୁଟ୍ ଘଟଣା ସମଗ୍ର ଅଞ୍ଚଳରେ ଆତଙ୍କ ସୃଷ୍ଟି…

ଖୁଣ୍ଟରେ ଚଢ଼ି ମରାମତି ବେଳେ ଲାଗିଲା ବିଦ୍ୟୁତ ଝଟକା, ତାପରେ ହଠାତ୍….

ଦେବଗଡ଼,୧୬।୮(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା କଲା ଗ୍ରାମରେ ଅଘଟଣ । ବିଦ୍ୟୁତ ସ୍ପର୍ଶରେ ଆସି ଚାଲିଗଲା ବିଦ୍ୟୁତ କର୍ମଚାରୀଙ୍କ ଜୀବନ । ମୃତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri