ପୋଲିସକୁ ଦୁର୍ବ୍ୟବହାର: ୨ ଠିକାଦାର ଗିରଫ, କାର ଜବତ

ବ୍ରହ୍ମପୁର ଅଫିସ,୧୪ା୭-ଜଣେ କାର୍ଯ୍ୟରତ ପୋଲିସ କନଷ୍ଟେବଳ ବି. ସୀମାଦ୍ରି ରାଓଙ୍କୁ ଦୁର୍ବ୍ୟବହାର କରିବା ଅଭିଯୋଗରେ ଟାଉନ ଥାନା ପୋଲିସ ୨ ଜଣ ଠିକାଦାରଙ୍କୁ ଗିରଫ କରିଛି। ସେମାନେ ହେଲେ ଛତ୍ରପୁର ବି. ଲିଙ୍ଗରାଜ ପାତ୍ର (୪୦) ଓ ବି. ଦଣ୍ଡପାଣି ପାତ୍ର (୩୮)। ଅଭିଯୁକ୍ତମାନେ ୨ ଭାଇ ଅଟନ୍ତି। ସେମାନେ ଗାନ୍ଧୀନଗରରେ ଘର ଭଡାନେଇ ରହୁଛନ୍ତି। ଘଟଣା ବେଳେ ସେମାନେ ବ୍ୟବହାର କରିଥିବା କାର (ନଂ. ଓଡି୦୭ଟି୮୧୧୮)କୁ ଜବତ କରାଯାଇଥିବା ଥାନାଧିକାରୀ ସନ୍ତୋଷିନୀ ଓରାମ ସୂଚନା ଦେଇଛନ୍ତି। ନଂ.୧୩୮/୧୯ରେ ସେମାନଙ୍କୁ ଶନିବାର କୋର୍ଟ ଚାଲାଣ କରାଯାଇଛି ବୋଲି ସେ କହିଛନ୍ତି।
ପ୍ରକାଶ ଯେ, ଶୁକ୍ରବାର ସନ୍ଧ୍ୟାରେ ବିଶାଲ ମେଗା ମାର୍କେଟ ଛକରେ ଟ୍ରାଫିକ ଦାୟିତ୍ୱରେ କନଷ୍ଟେବଳ ବି. ସୀମାଦ୍ରୀ ରାଓ ଥିଲେ। ଉକ୍ତ ରାସ୍ତାଟି ଯାନବାହନ ଯାତାୟାତ ପାଇଁ ଏକ ପାଖିଆ ରହିଛି। ହେଲେ ଉପରୋକ୍ତ ୨ ଭାଇ ନିଜ କାରରେ ସେଠାରେ ପହଞ୍ଚି ଉକ୍ତ ରାସ୍ତା ଦେଇ ଯିବା ପାଇଁ କହିଥିଲେ। ଟ୍ରାଫିକ ପୋଲିସ ମନା କରିଥିଲେ। ୨ ଭାଇ କାର ମଝି ରାସ୍ତାରେ ରଖି ପୋଲିସ ସହିତ ଝଗଡା କରିବା ସହ ତାଙ୍କୁ ଦୁର୍ବ୍ୟବହାର କରିଥିଲେ। ଏପରିକି ପୋଲିସ ସୀମାଦ୍ରିକଙ୍କ ସାର୍ଟ ଧରି ଟଣାଓଟରା କରିଥିଲେ। ପୋଲିସ ଓ ଠିକାଦାରଙ୍କ ମଧ୍ୟରେ ଧସ୍ତାଧସ୍ତି ହେବା ଫଳରେ ରାସ୍ତା ଅବରୋଧ ହୋଇଥିଲା। ଖବରପାଇ ଟାଉନ ଥାନା ପୋଲିସ ସେଠାରେ ପହଞ୍ଚି ଯାଇଥିଲେ। ପରେ ଉଭୟ ପୋଲିସ ଓ ଠିକାଦାର ଭାଇଙ୍କୁ ଟାଉନ ଥାନାକୁ ଯିବାକୁ ପଡିଥିଲା। ସେଠାରେ ପୋଲିସ କନଷ୍ଟେବଳ ରାଓ ଏନେଇ ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ତୃଣମୂଳ ସ୍ତରରେ ସଂଗଠନ ହେବ ସୁଦୃଢ଼: ଜିଲା ସଭାପତି ହେଉ ହେଉ ସାଙ୍ଗଠନିକ କମିଟି ଗଠନ କଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଭାଜପା ଭଞ୍ଜନଗର ସାଙ୍ଗଠନିକ ଜିଲା ନୂତନ କମିଟି ଗଠିତ ହୋଇଛି। ଫଳରେ ନୂତନ କର୍ମକର୍ତ୍ତାଙ୍କୁ ନେଇ ତୃଣମୂଳ ସ୍ତରରେ ସଂଗଠନ ଆହୁରି ସୁଦୃଢ଼...

ରାଜ୍ୟସ୍ତରୀୟ ଚକରା ବିଷୋୟୀ ଜୟନ୍ତୀ: ଆମେ ଲୋକଙ୍କ ଡାକ ପିଅନ କହିଲେ…

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଠାରେ ବୀର ଚକରା ବିଷୋୟୀଙ୍କ ରାଜ୍ୟ ସ୍ତରୀୟ ୨୦୩ ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥିରେ...

ପାହାଡ଼ ଉପରେ ପୂଜା ପାଉଛନ୍ତି ମା’ ବାଳକୁମାରୀ, ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ଏହି ସ୍ଥାନ

ଗଞ୍ଜାମ ,୩୦।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ଜିଲା ବ୍ରହ୍ମପୁର ଠାରୁ ୨୫ କି.ମି. ଚିକିଟିରୁ ୮ କିଲୋମିଟର ଗଲାପରେ ଧାନ ଘର ଛକ ଏବଂ ସେଠାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri