ପୋଲିସର ଜୁଆଖେଳ ଭିଡିଓ ଭାଇରାଲ, ନିଲମ୍ବିତ କଲେ ଏସ୍‌ପି

ବୁଗୁଡା,୧୦ା୧୦(ଡି.ଏନ.ଏ.)- ପରମ୍ପରା ନଁାରେ ପାର୍ବଣରେ ଚାଲିଛି ଜୁଆଖେଳ। ସର୍ବସ୍ବ ହରାଉଛନ୍ତି ଜୁଆଡି। ଏହା ଉପରେ ରୋକ ଲଗାଇବାକୁ ବିଭିନ୍ନ ସମୟରେ ପୋଲିସ ଚଢାଉ କରି ଲକ୍ଷାଧିକ ଟଙ୍କା ଜବତ କରିବା ସହ ଜୁଆଡିଙ୍କୁ ଗିରଫ କରୁଛି। ମାତ୍ର ଗଞ୍ଜାମ ଜିଲା ବୁଗୁଡା ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ କନଷ୍ଟେବଳ ଜୁଆ ଖେଳୁଥିବା ଭିଡିଓ ଭାଇରାଲ ପରେ ଏସ୍‌ପି ତାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ସେ ହେଲେ ବୁଗୁଡା ଥାନାର କନଷ୍ଟେବଳ କାଳୁଚରଣ ପାଢ଼ୀ।
ପ୍ରକାଶ ଯେ, କନଷ୍ଟେବଳ କାଳୁ ଜୁଆ ଖେଳୁଥିବାର ଏକ ଭିଡିଓ ଗୁରୁବାର ବିଭିନ୍ନ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ତାଙ୍କ ଘର ପୋଲସରା ଥାନା କଣିହାପଲ୍ଲୀ ଗ୍ରାମରେ। ସେ ବର୍ତ୍ତମାନ ବୁଗୁଡା ଥାନାରେ କାର୍ଯ୍ୟରତ। ବୁଧବାର ତାଙ୍କ ନିଜ ଗ୍ରାମ କଣିହାପଲ୍ଲୀରେ ଅନ୍ୟମାନଙ୍କ ସହ ବିନା ୟୁନିଫର୍ମରେ ଜୁଆ ଖେଳୁଥିଲେ। ଏହି ସମୟରେ କେହି ଜଣେ ଭିଡିଓ ଉତ୍ତୋଳନ କରି ଗୁରୁବାର ସୋସିଆଲ ମିଡିଆରେ ଛାଡିଦେଇଥିଲା। ପରେ ଏହା ଭାଇରାଲ ହୋଇଯାଇଥିଲା। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ଛତ୍ରପୁର ଏସ୍‌ପି ବ୍ରିଜେଶ କୁମାର ରଏ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଏଥିସହ ତାଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଯୋଗାଯୋଗ ବେଳେ କହିଛନ୍ତି। ଘଟଣାର ତଦନ୍ତ ପାଇଁ ଭଞ୍ଜନଗର ଏସ୍‌ଡିପିଓଙ୍କୁ ଦାୟିତ୍ୱ ଦିଆଯାଇଛି। ରାଜ୍ୟ ସରକାରଙ୍କ ୫-ଟିର ସଦୁପଯୋଗ କରିବାକୁ ଗୁରୁତ୍ୱ ଦେଉଥିବାବେଳେ ଜଣେ ପୋଲିସ କର୍ମଚାରୀଙ୍କ ଏଭଳି ଜୁଆଖେଳ ପୋଲିସ ପ୍ରଶାସନର ଚିନ୍ତା ବଢାଇ ଦେଇଥିବାବେଳେ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି।
((((((ଫଟୋ-ବିଏମ-୧୦-୫- କନଷ୍ଟେବଳ କାଳୁ ଜୁଆ ଖେଳୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘୋଷଣା ହେଲା ଓଡ଼ିଶା ହାଇକୋର୍ଟର ଗ୍ରୀଷ୍ମ ଅବକାଶ, ଏହି ତାରିଖରୁ ବନ୍ଦ ରହିବ

କଟକ,୨୧।୫(ପ୍ରଭୁକଲ୍ୟାଣ ପାଲ୍): ଓଡ଼ିଶା ହାଇକୋର୍ଟରେ ଗ୍ରୀଷ୍ମ ଅବକାଶ । ମେ ୨୩ରୁ ଜୁନ୍ ୨୧ ତାରିଖ ପର୍ଯ୍ୟନ୍ତ ଗ୍ରୀଷ୍ମ ଅବକାଶ ରହିବ । ଜୁନ୍ ୨୨ ତାରିଖରେ…

ଭିଜିଲାନ୍ସ ଜାଲରେ ଟିଟିଲାଗଡ଼ ARCS ଅଫିସ୍‌ର ସିନିୟର୍ ଆସିଷ୍ଟାଣ୍ଟ, ବକେୟା ଦରମା କରାଇ ଦେବାକୁ ନେଉଥିଲେ ଲାଞ୍ଚ

ବଲାଙ୍ଗୀର,୨୧।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା ଟିଟିଲାଗଡ଼ ARCS ଅଫିସରେ ଭିଜଲାନ୍ସ ଚଢ଼ାଉ । ARCS ଅଫିସର ସିନିୟର୍ ଆସିଷ୍ଟାଣ୍ଟ ଅନିଲ୍ ପଣ୍ଡାଙ୍କୁ ଧରିଲା ବଲାଙ୍ଗୀର,ସୋନପୁର ଭିଜିଲାନ୍ସ…

୧୦୬ ଜଣଙ୍କୁ ମିଳିଲା ହଜିଲା ଫୋନ୍‌, ଏସ୍‌ପି କହିଲେ- ଏହି ପୋର୍ଟାଲ ମାଧ୍ୟମରେ ପାଇହେବ ଚୋରି ହୋଇଥିବା ମୋବାଇଲ

ବରଗଡ଼,୨୧।୫( ପ୍ରେମାନନ୍ଦ ଖମାରୀ): କିଏ ମୋବାଇଲ ହଜାଇ ଦେଇଥିଲେ ତ ଆଉ କାହାର ମୋବାଇଲ ଲୁଟ କିମ୍ବା ଚୋରି ହୋଇଥିଲା । ଦିନେ କି ଦୁଇଦିନ ନୁହେଁ,…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ, ଟେଣ୍ଟ ତଳେ ଚାପି ହୋଇ ୩ ମୃତ

କେନ୍ଦୁଝର,୨୧।୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ୍ ଥାନା ଅନ୍ତର୍ଗତ ନରଣପୁରରେ ଅଭାବନୀୟ ଘଟଣା ଘଟିଯାଇଛି । ପ୍ରଚଣ୍ଡ ପବନରେ ଟେଣ୍ଟ ଭୁଶୁଡ଼ିବାରୁ ଚାପି ହୋଇ ୩ଜଣଙ୍କ ମୃତ୍ୟୁ…

‘କିଶୋରୀମାନେ ପରିବାରର ବୋଝ ନୁହନ୍ତି’

ଛତ୍ରପୁର,୨୧ା୫(ଦିଲ୍ଲୀପ ସାମଲ): କିଶୋରୀମାନେ ପରିବାରର ବୋଝ ନୁହନ୍ତି। ସେମାନେ ଦେଶର ସ୍ବର୍ଣ୍ଣିମ ଭବିଷ୍ୟତ। ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା-ସୁଯୋଗ ତା’ସହିତ ସୁରକ୍ଷା ଓ ସମ୍ମାନ ଯୋଗାଇଦେବା ଆମ…

ଗୋଟିଏ ମଞ୍ଚରେ ଏକାଠି ହୋଇପାରୁନାହାନ୍ତି କଂଗ୍ରେସ ନେତା

ଭଞ୍ଜନଗର,୨୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ କଂଗ୍ରେସର ସବୁ ନେତା ଏକାଠି ହୋଇ ପାରୁନାହାନ୍ତି ଗୋଟିଏ ମଞ୍ଚରେ। ଇତିମଧ୍ୟରେ ଭଞ୍ଜନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା…

ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ, ସମସ୍ତ କୁଳପତିଙ୍କୁ ଚିଠି ଲେଖି…

ଭୁବନେଶ୍ୱର,୨୧ା୫: ସରକାରୀ ବିଶ୍ୱବିଦ୍ୟାଳୟରେ ବେଆଇନ ନିଯୁକ୍ତି ନେଇ ତାଗିଦ କରିଛନ୍ତି ଉଚ୍ଚଶିକ୍ଷା ସଚିବ। ଏନେଇ ସମସ୍ତ କୁଳପତିଙ୍କୁ ଚିଠି ଲେଖି ସତର୍କ କରାଇଛନ୍ତି। ବେଆଇନ ନିଯୁକ୍ତି ଓ…

ଇଞ୍ଜିନିୟର ହେବା ଲକ୍ଷ୍ୟରେ ଶୁଭମ୍‌-କାର୍ତ୍ତିକେୟ, ଯୁକ୍ତ୨ ବିଜ୍ଞାନରେ ରଖିଛନ୍ତି…

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri