ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର ମହଙ୍ଗା ପଡ଼ିଲା: ଭିଡିଓ ଭାଇରାଲ ହେବା ପରେ ଗିରଫ ହେଲେ ବିଜେଡି ନେତା

ଝାରସୁଗୁଡା ଅଫିସ/ଲଖନପୁର, ୨।୧୦(ଡି.ଏନ୍‌.ଏ.)-ଝାରସୁଗୁଡା ଜିଲା ବେଲପାହାଡ ସହରରେ ପୋଲିସର ଟ୍ରାଫିକ ସଚେତନତା ବେଳେ ଜଣେ ବିଜେଡି ନେତା ପୋଲିସ ଅଧିକାରୀଙ୍କୁ ଦୁର୍ବ୍ୟବହାର କରିଥିଲେ। ଏହି ସମ୍ବେଦନଶୀଳ ଘଟଣାକୁ ପୋଲିସ ଚାପି ଦେବାକୁ ଉଦ୍ୟମ କରିଥିଲା। ମାତ୍ର ପରମୁହୂର୍ତ୍ତରେ ଏହାକୁ ନେଇ ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା। ଏପରିକି କେତେକ ଇଲୋଟ୍ରୋନିକ ଗଣମାଧ୍ୟମ ଖବର ପ୍ରସାରଣ କରିଥିଲେ। ଏହାପରେ ପୋଲିସ ବାଧ୍ୟ ହୋଇ ସମ୍ପୃକ୍ତ ବିଜେଡି ନେତା ତଥା ଝାରସୁଗୁଡା ଜିଲା ବିଜେଡି ଉପସଭାପତି ଶମ୍ଭୁ ମହାନ୍ତିଙ୍କୁ ଗତ ମଙ୍ଗଳବାର ରାତିରେ ଗିରଫ କରିଛି। ପୋଲିସ ତାଙ୍କ ନାମରେ ବେଲପାହାଡ ଥାନାରେ ମାମଲା(ନଂ. ୧୭୦/୧୯)ରେ ରୁଜୁ କରି ତଦନ୍ତ ଚଳାଇଥିବା ବୁଧବାର ନିଜ କାର୍ଯ୍ୟାଳୟରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ଏସ୍‌ପି ଅଶ୍ବନୀ କୁମାର ମହାନ୍ତି ସୂଚନା ଦେଇଛନ୍ତି।

ଗତ ସୋମବାର ରାତି ସାଢ଼େ ୮ଟାରେ ବେଲପାହାଡ଼ ଥାନା ସବ୍‌ଇନସ୍ପେକ୍ଟର ଅର୍ଜ୍ଜୁନ ଓରାମ ସ୍ଥାନୀୟ ରେଳ ଫାଟକ ନିକଟରେ ଛିଡା ହୋଇ ଲୋକଙ୍କୁ ଟ୍ରାଫିକ ସଚେତନତା କରାଉଥିଲେ। ଏହି ସମୟରେ ବିଧାୟକ କିଶୋର ମହାନ୍ତି ଗାଡିରେ ଆସି ସେଠାରେ ପହଞ୍ଚିଥିଲେ। ପୋଲିସ ଅଧିକାରୀ ଓରାମ ବିଧାୟକଙ୍କୁ ସିଟ ବେଲ୍ଟ ପିନ୍ଧିବାପାଇଁ ଅନୁରୋଧ କରିଥିଲେ। ଏଥିରେ ଉତକ୍ଷିପ୍ତ ହୋଇ ବିଧାୟକଙ୍କ ସମର୍ଥକ ଶମ୍ଭୁ ମହାନ୍ତି ପୋଲିସ ଅଧିକାରୀଙ୍କୁ ଅସଭ୍ୟ ଭାଷାରେ ଗାଳିଗୁଲଜ କରି ଅନ୍ୟତ୍ର ବଦଳି କରିବା ପାଇଁ ଧମକ ଦେଇଥିବା ନେଇ ଏସ୍‌ପି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟାବାଞ୍ଜିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହର ମାଛ ବଜାର ବଙ୍ଗୋମୁଣ୍ଡା ଫାଟକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ବାଇକ୍‌କୁ…

ଇରାନ-ଆମେରିକା ଯୁଦ୍ଧ ମଧ୍ୟରେ ଏଣ୍ଟ୍ରି ମାରିଲାଣି ଚାଇନ, ଦେଉଛି ଏମିତି ଉପଦେଶ

ବେଜିଂ,୧୧।୬: ଆମେରିକା ଦ୍ୱାରା ଇରାନ ଉପରେ ପୁନଃ ଆକ୍ରମଣ ପରେ ମଧ୍ୟପ୍ରାଚ୍ୟ ପୁଣି ଥରେ ଏକ ବଡ଼ ସଙ୍କଟ ଦ୍ୱାରା ଆକ୍ରାନ୍ତ ହୋଇଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଇରାନ ଉପରେ ଆମେରିକାର ଆକ୍ରମଣ ଯୋଗୁ ଖରାପ ହେଉଛି ମଧ୍ୟପ୍ରାଚ୍ୟ ପରିସ୍ଥିତି; ଜୁନ ୧୬ରେ ଫ୍ରାନ୍ସରେ ଏକାଠି ହେବେ G-7 ରାଷ୍ଟ୍ର

ପ୍ୟାରିସ,୧୧।୬: ଜୁନ ୧୬ରେ G7 ଶିଖର ସମ୍ମିଳନୀ ସମୟରେ ମଧ୍ୟପ୍ରାଚ୍ୟ ପରିସ୍ଥିତି ସମ୍ପର୍କରେ ଏକ ବିଶେଷ ବୈଠକ ଅନୁଷ୍ଠିତ ହେବ। ଫ୍ରାନ୍ସ ଏହି ବିଶେଷ ଅଧିବେଶନକୁ UAE,…

ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ

ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର…

ପୁଣି ବାଜି ମାରିଲା ଭାଜପା! ରାଜ୍ୟ ସଭା ନିର୍ବାଚନରେ ୯ ଭାଜପା ପ୍ରାର୍ଥୀ ଜିତିଲେ

ନୂଆଦିଲ୍ଲୀ,୧୧।୬: ଗୁରୁବାର ଭାରତୀୟ ଜନତା ପାର୍ଟି (ଭାଜପା) ପାଇଁ ଏକ ବଡ଼ ଖବର ଆଣିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତାର ୧୨ ବର୍ଷ କାର୍ଯ୍ୟକାଳ ପୂରଣ କରିଥିବା…

ଭଞ୍ଜନଗରରେ ରଜ ମହୋତ୍ସବ ପାଳିତ, ଋତୁସ୍ରାବକୁ ନେଇ ସଚେତନ କରାଇଲେ ସିଡିପିଓ

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବନ ବିହାର ପରିସରରେ ଗୁରୁବାର ରଜ ମହୋତ୍ସବ ପାଳିତ ହୋଇଯାଇଛି । ଆଇନା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଋତୁସ୍ରାବ…

ସ୍ଲିପର ବସ୍ ମାଲିକଙ୍କୁ ବଡ଼ ଝଟ୍‌କା! ବେଆଇନ ଡ୍ରାଇଭର ପାର୍ଟିସନ ଡୋର୍ ଉପରେ ଚାଲିଲା ‘ସ୍ପେଶାଲ ଡ୍ରାଇଭ୍’, ୭ ଦିନରେ ୩୮୯ଟି ଗାଡ଼ିକୁ ଚାଲାଣ

କଟକ,୧୧।୬(କାର୍ତ୍ତିକ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ ଏବଂ ଯାତ୍ରୀଙ୍କ ସୁରକ୍ଷା ବୃଦ୍ଧି ଲକ୍ଷ୍ୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟରେ…

ଶ୍ରୀଲଙ୍କା ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା; ରାହୁଲ ଦ୍ରାବିଡଙ୍କ ପୁଅକୁ ମିଳିଲା ସ୍ଥାନ; ଜାଣନ୍ତୁ କିଏ ହେଲେ ଅଧିନାୟକ

ନୂଆଦିଲ୍ଲୀ,୧୧।୬: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ର ଜୁନିଅର କ୍ରିକେଟ କମିଟି ଗୁରୁବାର (ଜୁନ ୧୧) ଶ୍ରୀଲଙ୍କା ବିପକ୍ଷରେ ଆଗାମୀ ODI ଏବଂ ମଲ୍ଟି ଡେ’…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri