ପୋଲିସ ଏନ୍‌କାଉଣ୍ଟର: ସୁପାରିକିଲର ମେହେତାବ ଗୁରୁତର, କଟକ ବଡ଼ ମେଡିକାଲରେ ଭର୍ତ୍ତି

କେନ୍ଦ୍ରାପଡ଼ା ଅଫିସ,୬।୮: କେନ୍ଦ୍ରାପଡ଼ା ସଦର ପୋଲିସ ଓ ଜିଲା ପୋଲିସ ସ୍କ୍ବାଡ୍‌ ପକ୍ଷରୁ ଗଣ୍ଡାଖିଆ ରାସ୍ତାର ଏରାଠାରେ ସୋମବାର ବିଳମ୍ବିତ ରାତିରେ ଏନ୍‌କାଉଣ୍ଟର କରାଯାଇଛି। ଏଥିରେ ଟାଉନ ଥାନା ଅନ୍ତର୍ଗତ ଜଇପୁରା ଗ୍ରାମର ସେକ୍‌ ମେହେତାବ ଗୁରୁତର ହୋଇ କଟକ ବଡ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କଠାରୁ ପୋଲିସ ଗୋଟିଏ ୯ ଏମ୍‌ଏମ୍‌ ପିସ୍ତଲ, ୯ ହଜାର ଟଙ୍କା, ୨ ମୋବାଇଲ ଫୋନ୍‌ ଓ ଗୋଟିଏ ବାଇକ ଜବତ କରିଛି।
ଦୀର୍ଘଦିନ ଧରି ମେହେତାବ ଫେରାର୍‌ ଥିବା ବେଳେ ସୋମବାର କେନ୍ଦ୍ରାପଡ଼ାକୁ ଆସୁଥିବା କୌଣସି ସୂତ୍ରରୁ ଖବର ପାଇ କେନ୍ଦ୍ରାପଡ଼ା ସଦର ପୋଲିସ ଓ ଜିଲା ପୋଲିସ ସ୍କ୍ବାଡ୍‌ ମିଳିତ ଚଢ଼ାଉ କରିଥିଲେ। ମେହେତାବ ଓ ତାଙ୍କର ଜଣେ ସହଯୋଗୀ ପୋଲିସ ଉପରକୁ ୪ ରାଉଣ୍ଡ ଗୁଳି ଚଳାଇ ଖସିଯିବାକୁ ଉଦ୍ୟମ କରୁଥବା ବେଳେ ପୋଲିସ ପାଲଟା ଗୁଳି ଚଳାଇଥିଲା। ଏଥିରେ ମେହେତାବଙ୍କ ୨ ଆଣ୍ଠୁରେ ଗୁଳି ବାଜିବା ପରେ ତାଙ୍କୁ ପୋଲିସ କାବୁ କରିଥିଲା। ତେବେ ତାଙ୍କ ସହଯୋଗୀ ଫେରାର୍‌ ହୋଇଯାଇଥିଲେ। ସୁପାରି ନେଇ ହତ୍ୟା, ଡକାୟତି, ରାହାଜାନି, ଲୁଟ୍‌, ଦାଦାବଟି ଆଦାୟ ଆଦି ଘଟଣାରେ ମେହେତାବଙ୍କ ସମ୍ପୃକ୍ତି ଥିବା ବେଳେ କେନ୍ଦ୍ରାପଡ଼ାରେ ଘଟିଥିବା ବାବୁଲି ମହାରଣା ଗୁଳିକାଣ୍ଡ ଘଟଣାର ସେ ମୁଖ୍ୟ ଅଭିଯୁକ୍ତ ବୋଲି ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି। ତେବେ କେନ୍ଦ୍ରାପଡ଼ା ସ୍ପେଶାଲ ସ୍କ୍ବାଡ୍‌ ଉପରକୁ ଗୁଳିମାଡ ଓ ବାଲେଶ୍ୱର ପୋଲିସ ଉପରକୁ ବୋମାମାଡ଼ କରିଥିବା ନେଇ ମେହେତାବଙ୍କ ନାମରେ ଏକାଧିକ ମାମଲା ରହିଛି। ତାଙ୍କ ନାମରେ କେନ୍ଦ୍ରାପଡ଼ା ସମେତ ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତ୍‌ସିଂହପୁର ଜିଲାରେ ପ୍ରାୟ ୩୦ରୁ ଅଧିକ ମାମଲା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସିଦ୍ଧ ଅଗ୍ନି ଭୈରବଙ୍କ ଝାମୁଯାତ୍ରା ମହାଆଡ଼ମ୍ବରରେ ସମ୍ପନ୍ନ, କମ୍ପିଲା ଲାଞ୍ଜିଗଡ଼; ତତଲା ନିଆଁ ଉପରେ ଚାଲିଲେ…

ଲାଞ୍ଜିଗଡ଼,୩୦ା୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସହରର ପରମ ଆରାଧ୍ୟ ଦେବତା ଅଗ୍ନି ଭୈରବଙ୍କ ବିଶ୍ୱପ୍ରସିଦ୍ଧ ଝାମୁଯାତ୍ରା ବୁଧବାର ମହା ସମାରୋହରେ ପାଳିତ ହୋଇଯାଇଛି। ଏହି…

ବିଶ୍ୱ ରେକର୍ଡ ଭାଙ୍ଗିଲେ ଗିଲ୍, ଏହି ଖେଳାଳିଙ୍କୁ ପଛରେ ପକାଇ କଲେ…

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତୀୟ ଅଧିନାୟକ ଶୁବମନ ଗିଲ୍ ନିଜ ନାମରେ ଆଉ ଏକ ବଡ଼ ବିଶ୍ୱ ରେକର୍ଡ ଯୋଡ଼ିଛନ୍ତି । ଗୁଆହାଟୀର ବାରସାପାରା…

ସାନଖେମୁଣ୍ଡିରେ ବ୍ୟାପିଲା ଝାଡ଼ାବାନ୍ତି, ଜଣଙ୍କ ମୃତ୍ୟୁ, ୪ ଗୁରୁତର; ବ୍ରହ୍ମପୁର MKCGରେ…

ଦିଗପହଣ୍ଡି,୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର ଗାଁରେ ଗତ ୪ ଦିନ ହେଲା ଝାଡ଼ାବାନ୍ତି କାୟା ବିସ୍ତାର କରିବାରେ ଲାଗିଛି।…

ମହାସଂଯୋଗ! ଅକ୍ଟୋବର ଆରମ୍ଭରୁ ଚମକିବ ୫ଟି ରାଶିର ଭାଗ୍ୟ! ବୁଧ-ଅରୁଣଙ୍କ କୃପାରୁ ହେବେ ମାଲାମାଲ୍ !

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ଗୋଚର ଓ ବିଶେଷ ସଂଯୋଗର ଏକ ବଡ଼ ଗୁରୁତ୍ୱ ରହିଛି । ୩୦ ସେପ୍ଟେମ୍ବର ୨୦୨୬ ସକାଳ ୮ଟା ୫୬ ମିନିଟ୍‌ରେ ବୁଧ…

ବଦଳିଗଲା ନିୟମ! ରାସନ୍ ନେବା ପାଇଁ ଆଉ ଦରକାର ନାହିଁ ଫିଙ୍ଗରପ୍ରିଣ୍ଟ, ଅକ୍ଟୋବର ୧ ରୁ କରିବାକୁ ପଡ଼ିବ…

ନୂଆଦିଲ୍ଲୀ,୩୦ା୯: ୧୭ଶ ଆଧାର ଦିବସ (୨୯ ସେପ୍ଟେମ୍ବର ୨୦୨୬) ଅବସରରେ ଦେଶର କୋଟି କୋଟି ରାଶନ୍ କାର୍ଡଧାରୀଙ୍କ ପାଇଁ ଏକ ପ୍ରମୁଖ ସୁବିଧାର ଘୋଷଣା କରାଯାଇଛି ।…

ଗ୍ରାହକଙ୍କୁ ବଡ଼ ଝଟକା; ବଢ଼ିଲା କ୍ଷୀର ଦର, ଅକ୍ଟୋବର ୧ରୁ ଲିଟର ପିଛା…

ଭୋପାଳ,୩୦।୯: ମଧ୍ୟପ୍ରଦେଶର ଇନ୍ଦୋରରେ ବଢ଼ିଲା କ୍ଷୀର ଦର ।ଅକ୍ଟୋବର ୧ ତାରିଖରୁ ଏହା ଲାଗୁ ହେବ । ଇନ୍ଦୋର ଦୁଗ୍ଧ ବିକ୍ରେତା ସଂଘ କ୍ଷୀର ଦର ଲିଟର…

‘ସ୍ତ୍ରୀ ମୋତେ ବହୁତ ମାନସିକ ନିର୍ଯାତନା…’, ଆତ୍ମହତ୍ୟା ପୂର୍ବରୁ ଭିଡିଓ କରି ଝୁଲିପଡ଼ିଲେ ଯୁବକ

ଲକ୍ଷ୍ନୌ,୩୦।୯: ଉତ୍ତରପ୍ରଦେଶର ଗ୍ରେଟର ନୋଏଡାର ବିସରଖ ଥାନା ଅଞ୍ଚଳରେ ଜଣେ ୨୫ ବର୍ଷୀୟ ଯୁବକ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଘଟଣା ସାମ୍ନାକୁ ଆସିଛି । ମୃତକଙ୍କ…

୩୮ ବର୍ଷୀୟ ଉମେଶ ଯାଦବଙ୍କୁ ସୁଯୋଗ ଦେଲା ଶୁଭମନ ଗିଲଙ୍କ ଟିମ୍, ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲା ନିଷ୍ପତ୍ତି!

ନୂଆଦିଲ୍ଲୀ,୩୦ା୯: ଭାରତୀୟ କ୍ରିକେଟ ଦଳର ଅଭିଜ୍ଞ ଦ୍ରୁତ ବୋଲର ଉମେଶ ଯାଦବ ୩୮ ବର୍ଷ ବୟସରେ ଏକ ନୂଆ ଦଳରୁ ଖେଳିବାର ସୁଯୋଗ ପାଇଛନ୍ତି। ଆଗାମୀ ଘରୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?