ପୋଲିସ କର୍ମଚାରୀଙ୍କୁ ଠେଲାପେଲା ଘଟଣା: ଚାଳକ ଗିରଫ, କାର୍‌ ଜବତ

ଦାରିଙ୍ଗବାଡ଼ି,୩ା୧(ଡି.ଏନ୍‌.ଏ.)- ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଜଣେ କାର୍ଯ୍ୟରତ କନଷ୍ଟେବଳଙ୍କୁ ଠେଲାପେଲା ସହ ଦୁର୍ବ୍ୟବହାର ଅଭିଯୋଗରେ ପର୍ଯ୍ୟଟକଙ୍କୁ ନେଇ ଆସିଥିବା ଗାଡ଼ି ଚାଳକଙ୍କୁ ପୋଲିସ ଗୁରୁବାର ଗିରଫ କରି କୋର୍ଟ ଚାଲାଣ କରିଛି। ସେ ହେଲେ ଜି.ଉଦୟଗିରି ଥାନା ଗ୍ରେସିଙ୍ଗିଆ ଗ୍ରାମର ସୌମ୍ୟରଞ୍ଜନ ନାୟକ ବୋଲି ଆଇଆଇସି କୌଶିକ ମାଝୀ କହିଛନ୍ତି। ଗାଡି (ନଂ.ଓଡି୧୨ଏ-୮୩୬୮)କୁ ପୋଲିସ ଜବତ କରିଛି। ସୂଚନା ପ୍ରକାରେ, ନୂଆବର୍ଷରେ ପର୍ଯ୍ୟଟକଙ୍କ ଭିଡକୁ ଦୃଷ୍ଟିରେ ରଖି ହିଲ୍‌ଭିୟୁ ଏବଂ ନେଚର ପାର୍କରେ ପୋଲିସ ଟ୍ରାଫିକ ନିୟନ୍ତ୍ରଣ କରୁଥିଲା। ଏହି ସମୟରେ ଉକ୍ତ କାର ଚାଳକ ସୌମ୍ୟରଞ୍ଜନଙ୍କୁ କନଷ୍ଟେବଳ ଦେବେନ୍ଦ୍ର ପ୍ରଧାନ ଟ୍ରାଫିକ ଜାମ୍‌ ନ କରିବାକୁ କହିଥିଲେ। ମାତ୍ର ସୌମ୍ୟରଞ୍ଜନ ଉତ୍ତ୍ୟକ୍ତ ହୋଇ କନଷ୍ଟେବଳଙ୍କୁ ଗାଳିଗୁଲଜ କରିବା ସହ ଧମକ ଦେଇଥିଲେ। ପାର୍କରେ କାର୍ଯ୍ୟରତ କର୍ମଚାରୀ ଏବଂ ଉପସ୍ଥିତ କେତେଜଣ ଲୋକ ପୋଲିସ ଅଧିକାରୀଙ୍କୁ ଖବର ଦେଇଥିଲେ। ଆଇଆଇସି ମାଝୀଙ୍କ ପହଞ୍ଚତ୍ବାବେଳକୁ ଗାଡିଟି ସେଠାରୁ ଚାଲିଯାଇଥିଲା। ପୋଲିସ ଫୋନ ଯୋଗେ ସିମନବାଡ଼ି ଗ୍ରାମବାସୀଙ୍କୁ ଜଣାଇଥିଲେ। ସେଠାରେ ଗ୍ରାମବାସୀ ଗାଡିଟିକୁ ଅଟକାଇଥିଲେ। ପୋଲିସ ପହଞ୍ଚତ୍ ଥାନାକୁ ଆଣି ନଂ.୧/୨୦ରେ ମାମଲା ରୁଜୁକରି ଗାଡ଼ି ଚାଳକଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ତେବାସୀଙ୍କୁ ଘର କାମରେ ଲଗାଇବା ପଡ଼ିଲା ମହଙ୍ଗା

ଚକାପାଦ,୧୮ା୫(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ର ବପଲମେଣ୍ଡି ଉନ୍ନୀତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ମେଟ୍ରୋନ ସୁଜାତା ସାହୁଙ୍କୁ ଜିଲାପାଳ ବେଦଭୂଷଣ ତୁମୁଡ଼ିବନ୍ଧ ରାଙ୍ଗାପାରୁ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟକୁ…

ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି: ଭଉଣୀ ଘରକୁ ଛୁଟି କାଟିବାକୁ ଯାଇ ଆଉ ଫେରିଲେନି…

ଦାରିଙ୍ଗବାଡି, ୧୮।୫ (ଅରୁଣ ସାହୁ): ମୃତ୍ୟୁ କେବେ କେମିତି ଆସେ କେହି ଭାବି ପାରେନି। ଖରା ଛୁଟି ଭଉଣୀ ଘରେ ଆନନ୍ଦରେ କାଟିବାକୁ ଯାଇଥିବା ଜଣେ ଛାତ୍ରୀଙ୍କ…

ପାହାଡ଼ ପାଦଦେଶରେ ବେଆଇନ ଗୃହ ନିର୍ମାଣ ଅଭିଯୋଗ: ତଦନ୍ତ ନିର୍ଦ୍ଦେଶ ଦେଲେ ତହସିଲଦାର

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ହାତୀମୁଣ୍ଡା ପଞ୍ଚାୟତରେ ରହିଥିବା ଐତିହ୍ୟ ତୀର୍ଥକ୍ଷେତ୍ର ଋଷିମାଳରେ ସଂରକ୍ଷିତ ଜଙ୍ଗଲକୁ ସାଧାରଣ ଲୋକଙ୍କ ପକ୍ଷରୁ ଜବରଦଖଲ କରାଯାଉଥିବା ନେଇ…

ସିଆଇଆଇର ଆଦର୍ଶ ମହିଳା ସମ୍ମାନରେ ସମ୍ମାନିତ ହେଲେ ଦାରିଙ୍ଗବାଡ଼ିର ସୁନାଝିଅ ଲକ୍ଷ୍ମୀପ୍ରିୟା

ଦାରିଙ୍ଗବାଡ଼ି,୧୮ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଅଞ୍ଚଳର ଝିଅ ଲକ୍ଷ୍ମୀପ୍ରିୟା ପରିଡ଼ାଙ୍କୁ ଦେଶ ସ୍ତରରେ ସିଆଇଆଇ ଆଦର୍ଶ ମହିଳା ସମ୍ମାନ ମିଳିବା ବ୍ରାହ୍ମଣୀଗାଁ ଅଞ୍ଚଳ…

ନିଜସ୍ବ ଗୃହକୁ ପ୍ରବେଶ କଲା ବଣିକ ସଙ୍ଘ: ସିମନବାଡ଼ିରେ ଗୃହ ପ୍ରତିଷ୍ଠା, ଉତ୍ସବ ସମ୍ପନ୍ନ

ଦାରିଙ୍ଗବାଡ଼ି,୧୫।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ସିମନବାଡ଼ି ମା’ ପାଟ୍ଟଖଣ୍ଡା ବଣିକ ସଙ୍ଘ ଶୁକ୍ରବାର ନିଜସ୍ବ ନୂତନ କୋଠାରେ ପ୍ରବେଶ କରିଛି। ଏହି ଅବସରରେ…

ବିଭିନ୍ନ ଦାବି ନେଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ, ଦାବିପତ୍ରରେ ଭୂମିହୀନଙ୍କୁ…

ଦାରିଙ୍ଗବାଡ଼ି,୧୫ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକରେ ଶୁକ୍ରବାର ଅଲ୍‌ ଇଣ୍ଡିଆ ମୂଳ ନିବାସୀ ସଂଘ ପକ୍ଷରୁ ବିଭିନ୍ନ ଦାବି ନେଇ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ…

ନିଶା ସେବନକୁ ବିରୋଧ କଲେ ପୁଅ, କୀଟନାଶକ ପିଇଦେଲେ ବାପା: ଆଉ ତା’ପରେ…

ଦାରିଙ୍ଗବାଡି, ୧୨।୫ (ଅରୁଣ ସାହୁ):ନିଶା ସେବନ କରି ଘରକୁ ଫେରିଥିଲେ ଜଣେ ବୃଦ୍ଧ। ଆଉ ନିଶା ସେବନକୁ ପୁଅ ବିରୋଧ କରିବାରୁ ବୃଦ୍ଧ ବାପା କୀଟନାଶକ ପିଇଦେଇ…

ଦିଗହରା ହେଉଛି ପ୍ଲାଷ୍ଟିକ ମୁକ୍ତ ଅଭିଯାନ: ପୁତ୍ତିମୟ ଗନ୍ଧରେ ଫାଟୁଛି ଡଷ୍ଟବିନ୍‌

ଦାରିଙ୍ଗବାଡି, ୧୧।୫ (ଅରୁଣ ସାହୁ):ଓଡିଶାର ପର୍ଯ୍ୟଟନ କ୍ଷେତ୍ର ଦାରିଙ୍ଗବାଡି ରାଜ୍ୟ ତଥା ରାଜ୍ୟ ବାହାରେ ପରିଚିତ ଏହାକୁ ବିଶ୍ବସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର କରାଯିବାକୁ ଏବେ ରାଜ୍ୟ ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri