ପୋଲିସ କର୍ମଚାରୀଙ୍କ କୋଭିଡ୍‌ ଟେଷ୍ଟ: ଆୟୁର୍ବେଦ ମହାବିଦ୍ୟାଳୟ ପରିସରରେ ଚାଲିଛି ସ୍ବାବ୍‌ ସଂଗ୍ରହ

ପୁରୀ ଅଫିସ,୨୪ା୬: କରୋନା ସଂକ୍ରମକୁ ଦୃଷ୍ଟିରେରଖି ପ୍ରଥମେ ରଥଯାତ୍ରାକୁ ଅନୁମତି ଦେଇ ନ ଥିଲେ ସୁପ୍ରିମ୍‌କୋର୍ଟ । ପରବର୍ତ୍ତୀ ସମୟରେ ସର୍ତ୍ତମୂଳକ ଅନୁମତି ପ୍ରଦାନ କରାଯାଇଥିଲା । ତେବେ କୋଭିଡ୍‌ ସଂକ୍ରମଣ ଯେପରି ନ ବ୍ୟାପିବ ସେଥିପ୍ରତି ପ୍ରାଥମିକତା ଦେବାକୁ ନିର୍ଦ୍ଦେଶ ଥିଲା। ଏହାକୁ ଗୁରୁତର ସହ ନେଇ ପ୍ରଶାସନ ସମସ୍ତ ସେବାୟତଙ୍କ କୋଭିଡ୍‌ ଟେଷ୍ଟ କରିଥିଲା। ପୂର୍ବରୁ ୭୫୪ ଜଣ ସେବାୟତଙ୍କ କୋଭିଡ୍‌ ପରୀକ୍ଷା କରାଯାଇଥିଲା । ମାତ୍ର ସୁପ୍ରିମ୍‌କୋର୍ଟଙ୍କ ରାୟ ପରେ ରଥଯାତ୍ରାର ପୂର୍ବଦିନ ଅର୍ଥାତ୍‌ ସୋମବାର ପ୍ରାୟ ୧,୧୪୩ ସେବାୟତଙ୍କ କୋଭିଡ୍‌ ଟେଷ୍ଟ ହୋଇଥିଲା । ସେମାନଙ୍କ ମଧ୍ୟରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି । ତେବେ ଏହାକୁ ଗୁରୁତର ସହ ନେଇଛି ପ୍ରଶାସନ। ଏଥିପାଇଁ ରଥଯାତ୍ରାରେ ସାମିଲ ସମସ୍ତ ପୋଲିସ କର୍ମଚାରୀଙ୍କ କୋଭିଡ୍‌ ଟେଷ୍ଟ ଲାଗି ନିଷ୍ପତ୍ତି ହେବା ପରେ ବୁଧବାର ଆୟୁର୍ବେଦ ମହାବିଦ୍ୟାଳୟ ପରିସରରେ ସ୍ବବ୍‌ ସଂଗ୍ରହ ଜାରି ରହିଛି । ବୁଧବାର ୧ ହଜାର ପୋଲିସ କର୍ମଚାରୀଙ୍କ କୋଭିଡ୍‌ ଟେଷ୍ଟ ହେବ ଏବଂ ଅନ୍ୟ କର୍ମଚାରୀଙ୍କ ଗୁରୁବାର ଟେଷ୍ଟ କରାଯିବ ବୋଲି ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍‌ପିଆଇ

ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍‌ ୟିଲ୍ଡ…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

ଆମେରିକାକୁ ପଛରେ ପକାଇ ଭାରତ ହେବ ୨ୟ ବୃହତ୍‌ ଅର୍ଥନୀତି

ନୂଆଦିଲ୍ଲୀ,୧୪ା୯: ଆସନ୍ତା ୨୫ ବର୍ଷ ମଧ୍ୟରେ ଆମେରିକାକୁ ପଛରେ ପକାଇ ଭାରତ ବିଶ୍ୱର ଦ୍ୱିତୀୟ ବୃହତ୍ତମ ଅର୍ଥବ୍ୟବସ୍ଥା ହେବା ପଥରେ ଅଗ୍ରସର ହେଉଛି। ପରବର୍ତ୍ତୀ ସମୟରେ ଏହା…

ଆସନ୍ତାକାଲି ନୂଆଖାଇ: ପୂଜା ପାଇଁ ଘର ଘର ବୁଲି ଚାଉଳ ସଂଗ୍ରହ

କେସିଙ୍ଗା, ୧୪।୯ (ତୁମେଶ୍ୱର ସାହୁ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇକୁ ନେଇ ସବୁଠି ଉତ୍ସାହ ଓ ଆନନ୍ଦର ପରିବେଶ। ଆସନ୍ତାକାଲି ନୂଆଖାଇ ପାଳନ ହେବାକୁ ଥିବାବେଳେ ଗରିବଠାରୁ…

ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ ପୁଟିନ୍‌ଙ୍କ ଆହ୍ବାନ

ନୂଆଦିଲ୍ଲୀ,୧୪ା୯: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ ବ୍ରିକ୍ସ ଦେଶଗୁଡ଼ିକ ମଧ୍ୟରେ ଏକ ନୂତନ ବୀମା ବ୍ୟବସ୍ଥା ପ୍ରଚଳନ କରିବା ସହିତ ମିଳିତ ଶସ୍ୟ ବଜାର ପ୍ରତିଷ୍ଠା ପାଇଁ…

‘ଢେମ୍‌ସା ନୃତ୍ୟ ଆନ୍ଧ୍ରପ୍ରଦେଶର’ ଗୁଗ୍‌ଲରେ ଉଲ୍ଲେଖ ନେଇ ବଢ଼ୁଛି ଅସନ୍ତୋଷ

ପଟ୍ଟାଙ୍ଗି,୧୪ା୯(ଶରତ କୁମାର ଧଳ):କୋରାପୁଟ କଫି ଏବେ ବ୍ରିକ୍ସ ସମ୍ମିଳନୀରେ ବିଶ୍ୱ ପ୍ରତିନିଧିମାନଙ୍କୁ ପରଷା ଯାଉଛି। କୋରାପୁଟ କଫିକୁ ବିଶ୍ୱ ଦରବାରରେ ପରିଚିତ କରାଇବା ପାଇଁ ଚେଷ୍ଟା ଜାରି…

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?