ପୋଲିସ କର୍ମଚାରୀଙ୍କ ବିରୋଧରେ ଅଭିଯୋଗ ଆଣିଲେ ଗଞ୍ଜେଇ ଚୋରାଚାଲାଣକାରୀ

ମାଲକାନଗିରି,୧୭।୯(ଡି.ଏନ.ଏ): ୨ ବର୍ଷ ଧରି ଗଞ୍ଜେଇ ଚୋରାଚାଲାଣ ରୋକିବାରେ ମାଲକାନଗିରି ପୋଲିସ ସଫଳ ରହିଛି। ଏହି ସମୟ ମଧ୍ୟରେ ଜିଲାର ପ୍ରାୟ ୩୦୦ରୁ ଉର୍ଦ୍ଧ୍ୱ ଗଞ୍ଜେଇ ଚୋରା ବ୍ୟାପାରୀଙ୍କୁ ପୋଲିସ ଗିରଫ କରିବା ସହ ଦଶ ଚକିଆ, ଚାରି ଚକିଆ, ଛଅ ଚକିଆ, ଦଇ ଚକିଆ ଓ କ୍ୟାଣ୍ଟିନର ଜବତ କରିଛି ା ପାଖାପାଖି ୫୦୦ କୋଟିରୁ ଉର୍ଦ୍ଧ୍ୱ ଗଞ୍ଜେଇ ଜବତ କରି ପ୍ରଶଂସିତ ହୋଇଛି ପୋଲିସ। କିନ୍ତୁ ଜଣେ ପୋଲିସ୍‌ କର୍ମଚାରୀଙ୍କ ବିରୋଧରେ ଲାଞ୍ଚ ଅଭିଯୋଗ ଆଣିଛନ୍ତି ଗଞ୍ଜେଇ ଚୋରାଚାଲାଣକାରୀ। ଲକ୍ଷେ ଟଙ୍କା ଲାଞ୍ଚଦେଲେ ଛାଡିଦେବି ବୋଲି ପୋଲିସ କର୍ମଚାରୀ ଜଣଙ୍କ ତାଙ୍କୁ କହିଥିବା ସେ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ, ଗତ ୨୪ ତାରିଖରେ ଚିତ୍ରକୋଣ୍ଡା ଥାନା କେସ୍‌ ନମ୍ବର ୯୫ ଅନୁଯାୟୀ, ଏକ ପାଣି ବୋଝେଇ ଟ୍ରକ୍‌ ତଳେ ୩ କୁଇଣ୍ଟାଲରୁ ଅଧିକ ଗଞ୍ଜେଇ ଥିବା ପୋଲିସ ଜାଣି ଗାଡି ଏବଂ ଗଞ୍ଜେଇ ଜବତ କରିବା ସହ ଏଥିରେ ସଂପୃକ୍ତ ଥିବା ଜବ୍‌ତର ସିଂ, ବଣ୍ଟି ସିଂଙ୍କୁ କୋର୍ଟ ଚାଲାଣ କରିଛି। କିନ୍ତୁ ଗଞ୍ଜେଇ ଗାଡି ଜବତ ସମୟରେ ଚିତ୍ରକୋଣ୍ଡା ଥାନାର ଜଣେ ପୋଲିସ କର୍ମଚାରୀ (ହୋମ୍‌ଗାର୍ଡ) ଜବ୍‌ତର ଏବଂ ବଂଟିଙ୍କୁ କେସ୍‌ରୁ ମୁକ୍ତ କରାଇବା ପାଇଁ ୨ ଲକ୍ଷ ଟଙ୍କା ଦାବି କରିଥିଲେ ା ହେଲେ ସେମାନଙ୍କ ନିକଟରେ ଅର୍ଥ ନ ଥିବାରୁ କେସ୍‌ରୁ ମୁକ୍ତି ପାଇଯିବେ ଭାବି ପ୍ରଥମେ ଏକ ଲକ୍ଷ ଟଙ୍କାର ଚେକ୍‌ ଦେବେ ବୋଲି କହିଥିଲାବେଳେ ଆମେ ହରିୟାଣାରେ ପହଞ୍ଚିବା ପରେ ଆଉ ଏକ ଲକ୍ଷ ଟଙ୍କା ଦେବୁ ବୋଲି କହିଥିଲେ। ଏକ ଲକ୍ଷ ଟଙ୍କାର ଚେକ୍‌ ଦେଲା ପରେ ଚିତ୍ରକୋଣ୍ଡା ପୋଲିସ ୨ ଅଭିଯୁକ୍ତଙ୍କ ଗଞ୍ଜେଇ ଗାଡି ଜବତ କରି ଥାନାରେ କେସ୍‌ ନମ୍ବର ୯୫ ଅନୁଯାୟୀ କୋର୍ଟ ଚାଲାଣ କରିଥିଲେ ା ହରିୟାଣାର ଏହି ୨ ବ୍ୟକ୍ତି ମାଲକାନଗିରି ଜେଲ୍‌ରେ ଥିବା ଖବର ପାଇଲା ପରେ ତାଙ୍କ ପିତା ମାଲକାନଗିରି ଆସି ପୁଅକୁ ସାକ୍ଷାତ କଲା ପରେ ଏହି ସବୁ ଘଟଣା ପ୍ରକାଶ କରିଛନ୍ତି। ତେବେ ଏ ଘଟଣା ସମ୍ବନ୍ଧରେ ଚିତ୍ରକୋଣ୍ଡା ଥାନାର କୌଣସି ପୋଲିସ ଅଧିକାରୀ ଜାଣି ନ ଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କନ୍ୟାସନ୍ତାନ ଜନ୍ମଦେବା ପରେ ଆଖି ବୁଜିଲେ ମା’

ପାଟଣା, ୧ା୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ବଡ଼ପଶି ଗ୍ରାମର କମଳ କିଶୋର ଜେରାଇଙ୍କ ସ୍ତ୍ରୀ ତିଲୋତ୍ତମା ତିରିଆ (୨୫)ଙ୍କର ଚିକିତ୍ସାଧୀନ…

ମହିଳାଙ୍କୁ ଫସାଇ ଏକାଧିକ ଥର ବଳାତ୍କାର, ଅନ୍ତରଙ୍ଗ ମୁହୁର୍ତ୍ତ ଫଟୋ ଭିଡିଓ ଭାଇରାଲ: ଅବସରପ୍ରାପ୍ତ ସାମରିକ କର୍ମଚାରୀ ଗିରଫ

ଦିଗପହଣ୍ଡି,୧|୯(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ଜଣେ ବିବାହିତା ମହିଳାଙ୍କୁ ପ୍ରେମଜାଲରେ ଫସାଇ ଏକାଧିକ ଥର ବଳାତ୍କାର କରିବା ସହ…

ନିୟମିତ ହେଉଛି ଭଡ଼ା ଆଦାୟ: ରକ୍ଷଣାବେକ୍ଷଣରେ ଅବହେଳା, ତେଜିଲା ଦୋକାନୀଙ୍କ ଅସନ୍ତୋଷ…

ଜୁନାଗଡ଼,୧ା୯(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ନୂଆ ବସ୍‌ଷ୍ଟାଣ୍ଡ ନିକଟରେ ଥିବା ଏନ୍‌ଏସି ମାର୍କେଟ କମ୍ପ୍ଲେକ୍ସ ଜରାଜୀର୍ଣ୍ଣ ହୋଇପଡିଛି। ଏଠାରେ ୧୪ଟି ଗୃହ ଥିବାବେଳେ ମରାମତି…

୨୦ ହଜାର ଟଙ୍କା ଲାଞ୍ଚ ନେଇ ଜେଲ ଗଲେ ଶ୍ରମ ଅଧିକାରୀ

କେନ୍ଦୁଝର,୧।୯(ନରେଶ ଚନ୍ଦ୍ର ପଟ୍ଟନାୟକ): ୨୦ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଥିବା କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇଙ୍କୁ ମଙ୍ଗଳବାର କୋର୍ଟ ଚାଲାଣ…

ଘୁମୁସର ବନଖଣ୍ଡରେ ୯୪ ହାତୀ: ଧାନ ଫସଲ ନଷ୍ଟ କରୁଛନ୍ତି ହାତୀପଲ, ଚିନ୍ତାରେ ଚାଷୀ

ଭଞ୍ଜନଗର,୧।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର ଘୁମୁସର ଉତ୍ତର ଓ ଘୁମୁସର ଦକ୍ଷିଣ ବନଖଣ୍ଡରେ ହାତୀ ଉପଦ୍ରବ ବଢ଼ିବାରେ ଲାଗିଛି। ସୋମବାର ସୁଦ୍ଧା ଦୁଇ ବନଖଣ୍ଡର ବିଭିନ୍ନ…

ନୂଆଁଖାଇ ପାଇଁ ଏକଜୁଟ ହେଲେ ଦୁଇ ଖଣ୍ଡ ଗାଁର ୮୦୦ ପରିବାର

ବଲାଙ୍ଗୀର, ୧।୯: ବଲାଙ୍ଗୀର ଜିଲାରେ ନୂଆଁଖାଇ ପର୍ବ ପାଳନକୁ ନେଇ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଗଲାଣି। ଗଣପର୍ବ ନୂଆଁଖାଇ ଭାଇଚାରା ଓ ଏକତାର ପର୍ବ ହୋଇଥିବାରୁ ବିଭିନ୍ନ…

ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ ପ୍ରସଙ୍ଗରେ ଗର୍ଜିଲା ବିଜେଡି

ଧାମନଗର,୧।୯(ସନ୍ତୋଷ କୁମାର ମହାପାତ୍ର): ଫର୍ମ-୭ର ଅପବ୍ୟବହାର କରି ପ୍ରାୟ ୩ ହଜାରରୁ ଊଦ୍ଧର୍‌ବ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୋଗ୍ୟ ଭୋଟରଙ୍କ ନାମ ତାଲିକାରୁ ବାଦ ଦେବା ପ୍ରସଙ୍ଗରେ ଧାମନଗର…

ମୟୂରଭଞ୍ଜ ପ୍ରବଳରୁ ଅତି ପ୍ରବଳ ବର୍ଷା: ଉପୁଜିଲା ବନ୍ୟା ଆଶଙ୍କା

ବାରିପଦା,୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଲଘୁଚାପଜନିତ ବର୍ଷା ପ୍ରଭାବରେ ବନ୍ୟା ପରିସ୍ଥିତି ଉପୁଜିଛି। ଜିଲାର ବିଭିନ୍ନ ବ୍ଲକ ସମେତ ଶିମିଳିପାଳର ବିଭିନ୍ନ ସ୍ଥାନରେ ସୋମବାର ସକାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri