Posted inଜାତୀୟ

ପୋଲିସ କାର୍ଯ୍ୟାନୁଷ୍ଠାନ ବିରୋଧରେ ଭିସି କାର୍ଯ୍ୟାଳୟ ଘେରାଓ କଲେ ଛାତ୍ର

ନୂଆଦିଲ୍ଲୀ,୧୩।୧: ଦିଲ୍ଲୀର ଜାମିଆ ମିଲିଆ ଇସ୍‌ଲାମିଆ ୟୁନିଭର୍ସିଟିର ଛାତ୍ରମାନେ ସୋମବାର କୁଳପତିଙ୍କ କାର୍ଯ୍ୟାଳୟ ଘେରାଓ କରିଛନ୍ତି। କୁଳପତି ନଜମା ଅଖତରଙ୍କ କାର୍ଯ୍ୟାଳୟ ବାହାରେ ଛାତ୍ରମାନେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ସ୍ଲୋଗାନ ଦେଇଛନ୍ତି। ଏଥିରେ ପରୀକ୍ଷା ତାରିଖକୁ ପୁନଃନିର୍ଦ୍ଧାରଣ, ପୋଲିସ ବିରୋଧରେ ଏତଲା ରୁଜୁ ଏବଂ ଶିକ୍ଷାର୍ଥୀଙ୍କ ସୁରକ୍ଷାକୁ ସୁନିଶ୍ଚିତ କରିବା ପାଇଁ ଛାତ୍ରମାନେ ଦାବି କରିଛନ୍ତି। ସୂଚନାଯୋଗ୍ୟ, ବିଶ୍ୱବିଦ୍ୟାଳୟରେ ଡିସେମ୍ବର ୧୫ରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧରେ ବିକ୍ଷୋଭ ପ୍ରଦର୍ଶନ ସମୟରେ ହିଂସା ଦେଖାଦେଇଥିଲା। ପରିସ୍ଥିତିକୁ ଆୟତ୍ତ କରିବାକୁ ଯାଇ ପୋଲିସ କ୍ୟାମ୍ପସ୍‌ ଭିତରକୁ ପ୍ରବେଶ କରି ଛାତ୍ରଙ୍କ ଉପରେ ଲାଠିଚାର୍ଜ କରିଥିଲା। ଏହାକୁ ବିରୋଧ କରି ଛାତ୍ରମାନେ ସୋମବାର ବିକ୍ଷୋଭ କରିବା ସହ କୁଳପତିଙ୍କୁ ଏନେଇ ଜବାବ ତଲବ କରିଛନ୍ତି। ଅପରପକ୍ଷେ ବିଶ୍ୱବିଦ୍ୟାଳୟର କିଛି ଶିକ୍ଷକ ଛାତ୍ରଙ୍କ ସହ ଆଲୋଚନା କରି ବୁଝାଇବାକୁ ଉଦ୍ୟମ କରିଛନ୍ତି। କିନ୍ତୁ ଛାତ୍ରମାନେ ନିଜ ଜିଦ୍‌ରେ ଅଟଳ ରହି କାର୍ଯ୍ୟାଳୟ ବାହାରେ ଧାରଣା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମ୍ୟାଲେରିଆରେ ଚାଲିଗଲା ଆଶ୍ରମ ସ୍କୁଲ ଛାତ୍ରଙ୍କ ଜୀବନ, ଚିନ୍ତାରେ ପ୍ରଶାସନ

ରାୟଗଡ଼ା,୧୪।୭(କୈଳାଶ ଚନ୍ଦ୍ର ପୃଷ୍ଟି): ରାୟଗଡ଼ା ଜିଲାରେ ମ୍ୟାଲେରିଆ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଅନୁସୂଚିତ ଜାତି ଓ ଜନଜାତି ବିଭାଗ ଦ୍ୱାରା ପରିଚାଳିତ ଆଶ୍ରମ…

ଆସିଲା ବଡ଼ ଖବର, ଏଟିଏମ୍‌ ସାମ୍ନାରେ ପୁଣି ଲାଗିପାରେ ଲମ୍ବା ଲାଇନ୍! ଜାଣନ୍ତୁ କାହିଁକି?

ନୂଆଦିଲ୍ଲୀ,୧୪ା୭: ଉତ୍ତର ପ୍ରଦେଶ, ଦିଲ୍ଲୀ ଏବଂ ହରିୟାଣା ସମେତ ଦେଶର ଅନେକ ରାଜ୍ୟରେ ATM କ୍ୟାସ୍ ରିଫିଲ୍ କର୍ମଚାରୀମାନେ ଧର୍ମଘଟ ଆରମ୍ଭ କରିଛନ୍ତି। ଏହି ଧର୍ମଘଟ କାହିଁକି…

ଘର ବାରଣ୍ଡାରେ ଶୋଇଥିବା ଦେଖି ମହିଳାଙ୍କୁ ବଳାତ୍କାର ଉଦ୍ୟମ, ପାଟି କରିବାରୁ ମାରିଥିଲେ ଚମ୍ପଟ , ଆଉ ଏବେ…

ଦିଗପହଣ୍ଡି,୧୪।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଏକ ଗାଁର ଜଣେ ୫୨ ବର୍ଷୀୟା ମହିଳାଙ୍କୁ ବଳାତ୍କାର ଉଦ୍ୟମ ପରେ ତଣ୍ଟି ଚିପି ହତ୍ୟା…

ବଙ୍ଗୋପସାଗରରେ ବଡ଼ ହଲଚଲ: ୨ ଦିନ ପ୍ରବଳରୁ ଅତି ପ୍ରବଳ ବର୍ଷା, ୩ ଜିଲ୍ଲାକୁ ରେଡ୍ ଆଲର୍ଟ

ନୂଆଦିଲ୍ଲୀ,୧୪ା୭: ପାଣିପାଗକୁ ନେଇ ବଡ଼ ଅପଡେଟ୍‌ । ରାଜ୍ୟରେ ବର୍ଷାର ପ୍ରକୋପ ଆହୁରି ବଢ଼ିବାକୁ ଯାଉଛି । ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଉତ୍ତର ଉପକୂଳ ଓଡ଼ିଶା…

ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: କୋଭିଡକୁ ନେଇ ସରକାର…

ଭୁବନେଶ୍ୱର,୧୪।୭: କୋଭିଡ ମୁକାବିଲା ବୈଠକ ପରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, କୋଭିଡକୁ ନେଇ ଭୟଭୀତ ହୁଅନ୍ତୁ ନାହିଁ, ସରକାର ସଜାଗ ଅଛନ୍ତି।…

ଟସ୍‌ ଜିତିଲା ଇଂଲଣ୍ଡ: ଭାରତୀୟ ଦଳରେ ବଡ଼ ପରିବର୍ତ୍ତନ

ବର୍ମିଂହାମ,୧୪।୭: ବର୍ମିଂହାମର ଏଜବାଷ୍ଟନରେ ଖେଳାଯାଉଥିବା ପ୍ରଥମ ଦିନିକିଆରେ ଇଂଲଣ୍ଡ ଅଧିନାୟକ ହ୍ୟାରି ବ୍ରୁକ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ ଇଣ୍ଡିଆ…

ମହାନଦୀ ବ୍ରିଜରୁ ଡେଇଁପଡିଲେ ଯୁବକ, କାହିଁକି ଜାଣନ୍ତୁ…

ସମ୍ବଲପୁର,୧୪।୭: ସମ୍ବଲପୁର ମହାନଦୀ ଚାଉଁରପୁର ବ୍ରିଜ୍‌ରୁ ଜଣେ ଯୁବକ ନଦୀକୁ ଡେଇଁପଡିଥିଲେ। ହେଲେ ଡେଇଁ ପଡିଥିବା ଯୁବକଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। ପରେ ତାଙ୍କୁ ମେଡିକାଲରେ…

ତାଇୱାନରେ ଚମକିଲା ନୂଆଖାଇ ବାଲୁକା କଳା: ଓମପ୍ରକାଶ କଲେ ବଡ଼ କାରନାମା

କର୍ଲାମୁଣ୍ଡା:୧୪/୭(ପ୍ରଦୀପ କୁମାର ସାହୁ):ଚଳିତ ମାସ ୪ ତାରିଖ ରୁ ୧୦ ରିଖ ପର୍ଯନ୍ତ ତାଇୱାନ ରେ ଅନୁଷ୍ଠିତ ଟଙ୍ଗସାଇଓ ଆନ୍ତର୍ଜାତୀୟ ବାଲୁକା କଳା ପ୍ରଦର୍ଶନୀରେ ଭାରତରୁ ପ୍ରତିନିଧିତ୍ୱ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri