ପୋଲିସ ଡ୍ରେସ୍‌ ପିନ୍ଧି ଦୁର୍ବ୍ୟବହାର: ଧାରଣାରେ ବସିଲେ ନର୍ସ

କୋରାପୁଟ,୧୬।୭(ସ୍ବ.ପ୍ର): କୋରାପୁଟ ମେଡିକାଲ କଲେଜ ଓ ହସପିଟାଲର ପୁରୁଷ ସର୍ଜରୀ ୱାର୍ଡରେ ରବିବାର ବିଳମ୍ବିତ ରାତିରେ ୨ ଜଣ ଯୁବକ ପୋଲିସ ଡ୍ରେସ ପିନ୍ଧି ନର୍ସମାନଙ୍କୁ ଦୁର୍ବ୍ୟବହାର କରିଥିଲେ ା ଏହାର ପ୍ରତିବାଦରେ ସୋମବାର ସମସ୍ତ ନର୍ସ ମେଡିକାଲର ମୁଖ୍ୟ ଫାଟକଠାରେ ଧାରଣାରେ ବସିଥିଲେ। ତୁରନ୍ତ ଅଭିଯୁକ୍ତଙ୍କୁ ଗିରଫ କରିବା, ନର୍ସମାନଙ୍କୁ ସୁରକ୍ଷା ଦେବା ଓ ପ୍ରତି ରୋଗୀ ପିଛା ଆଣ୍ଟେଣ୍ଡାଣ୍ଟ ନିୟୋଜିତ କରିବାକୁ ଦାବି କରିଥିଲେ। ଏନେଇ ସନ୍ଧ୍ୟାରେ କୋରାପୁଟ ମେଡିକାଲରେ ପୋଲିସ ଓ ମେଡ଼ିକାଲ କର୍ତ୍ତୃପକ୍ଷ ଦୀର୍ଘ ୩ ଘଣ୍ଟା ଧରି ଆଲୋଚନା କରିଥିଲେ ା ମେଡିକାଲରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯିବ ା ଏଥିସହିତ ଆସନ୍ତା ୧୮ ତାରିଖରୁ ମେଡିକାଲରେ ପୋଲିସ ମୁତୟନ କରାଯିବା ନେଇ ପ୍ରତିଶ୍ରୁତି ଦେବା ପରେ ନର୍ସମାନେ ଧାରଣାରୁ ଓହରିଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା, ସବୁ ଦେଖି ବନ ବିଭାଗ ଚୁପ

ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଦାରିଙ୍ଗବାଡ଼ି ବନାଞ୍ଚଳର ଜାତୀୟ ରାଜପଥ ସମେତ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛରେ ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା କରାଯାଉଛି। ବିଭିନ୍ନ ସରକାରୀ ବେସରକାରୀ…

ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର…

ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍‌ ହେଲା ବିସ୍ଫୋରଣ, ଆଉ ତା’ ପରେ…

ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର…

ଟ୍ରମ୍ପଙ୍କ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ: ପର୍ଯ୍ୟବେକ୍ଷକ ଭାବେ ସାମିଲ ହେଲା ଭାରତ

ୱାଶିଂଟନ,୨୦।୨: ଓ୍ୱାଶିଂଟନରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୂତନ ସଂଗଠନ ‘ବୋର୍ଡ ଅଫ୍ ପିସ୍’ର ପ୍ରଥମ ବୈଠକ ଅନୁଷ୍ଠିତ ହୋଇଯାଇଛି। ସବୁଠାରୁ ବଡ଼ ଖବର ହେଉଛି, ଭାରତ…

ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା: ଆବେଦନ ଫର୍ମରେ ଯୋଡ଼ିହେଲା ‘ତୃତୀୟ ଲିଙ୍ଗ’ ବିକଳ୍ପ

ଭୁବନେଶ୍ୱର,୨୦।୨: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସେସ୍ (OCS) ପରୀକ୍ଷା-୨୦୨୫ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ବର୍ତ୍ତମାନର ଅନଲାଇନ୍ ଆବେଦନ ଫର୍ମରେ…

ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି

ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ…

ବିଜୟ ସହ ଅଭିଯାନ ଶେଷ କଲା ଆଫଗାନିସ୍ତାନ

ଚେନ୍ନାଇ,୧୯ା୨- ଇବ୍ରାହିମ ଜଦ୍ରାନଙ୍କ ଅପରାଜିତ ୯୫ ରନ୍‌ ଏବଂ ମହମ୍ମଦ ନବିଙ୍କ ଯାଦୁଗରୀ ବୋଲିଂ ବଳରେ ଗୁରୁବାର ସନ୍ଧ୍ୟାରେ ଖେଳାଯାଇଥିବା ଟି୨୦ ବିଶ୍ୱକପ୍‌ର ଏକ ଲିଗ୍‌ ମ୍ୟାଚ୍‌ରେ…

ବିଷାକ୍ତ ଗ୍ୟାସ୍‌ ଲିକ୍‌: ଚାଲିଗଲା ୩୭ ଜୀବନ

ଆବୁଜା,୧୯ା୨: ନାଇଜେରିଆର ଉତ୍ତର କେନ୍ଦ୍ରୀୟ ଅଞ୍ଚଳସ୍ଥିତ ଏକ ଖଣିରୁ ବିଷାକ୍ତ ଗ୍ୟାସ୍‌ ଲିକ୍‌ ହେବା ଯୋଗୁ ସେଠାରେ କାର୍ଯ୍ୟ କରୁଥିବା ଲୋକଙ୍କ ମଧ୍ୟରୁ ୩୭ଜଣଙ୍କ ମୃତ୍ୟୁ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri