ପୋଲିସ ଦେଖି ଦ୍ରୁତ ବାଇକ୍‌ ଚାଳନା, ସଚେତନ କଲେ ପ୍ରଶାସନ

ଜଟଣୀ,୫ା୪(ଡି.ଏନ୍‌.ଏ.): କରୋନା ମୁକାବିଲା ଲାଗି ଲକଡାଉନ ଘୋଷଣା ହୋଇଥିବାବେଳେ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲାରହିଛି। ଏଥିରେ ମଧ୍ୟ ଭିଡ ଜମିବାରୁ ସହରର ପ୍ରାୟ ହାଟ, ବଜାରକୁ ସକାଳ ୭ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଖୋଲିବାକୁ ନିର୍ଦ୍ଦେଶ ରହିଛି। ଏଥିପାଇଁ ଲୋକଙ୍କୁ ପରିବା କିଣିବା ପାଇଁ ଚାଲିକି ଆସିବା ପାଇଁ କୁହାଯାଇଥିବାବେଳେ ଜଟଣୀରେ ବ୍ୟତିକ୍ରମ ଦେଖାଯାଇଛି। ଲୋକେ ବାଇକ ନେଇ ହାଟ ବଜାରକୁ ଆସୁଥିବୋବେଳେ ପୋଲିସ ଆସିବା ଦେଖି ଦ୍ରୁତଗତିରେ ଚାଲିଯାଉଛନ୍ତି। ଏହାଦ୍ୱାର ଦୁର୍ଘଟଣାର ସମ୍ଭାବନା ସୃଷ୍ଟି ହେଉଛି। ଏହା ବାରମ୍ବାର ହେବାରୁ ଅତିିିରିକ୍ତ ତହସିଲଦାର ଦିଲୀପ ଷଡଙ୍ଗୀ, ମ୍ୟୁନିସିପାଲିଟି ନିର୍ବାହୀ ଅଧିକାରୀ ତପନ କୁମାର ମହାପାତ୍ର, ଥାନା ଆଇଆଇସି ବିଶ୍ୱରଞ୍ଜନ ସାହୁ ଓ ଅନ୍ୟ କର୍ମଚାରୀ ବିଭିନ୍ନ ଅଞ୍ଚଳ ବୁଲି ଲୋକଙ୍କୁ ସଚେତନ କରିଥିଲେ। ପୋଲିସ୍‌ ଓ ପ୍ରଶାସନିକ ଅଧିକାରୀଙ୍କୁ ଦେଖି ଅନେକ ସମୟରେ ଲୁଚକାଳି ଖେଳ ଖେଳୁଛନ୍ତି। ଏପରି କି ବାଇକ ଛାଡ଼ି ଦୌଡ଼ି ପଳାଉଛନ୍ତି। ଏଣୁ ଅଭିଭାବକମାନେ ଏଥିପ୍ରତି ସତର୍କ ରହିବା ସହ ପିଲାମାନଙ୍କୁ ସଚେତନ କରିବାକୁ ପ୍ରଚାର କରାଯାଇଥିଲା। ଏହାଛଡ଼ା ବାହାରୁ କେହି ଆସୁଥିଲେ ପୋଲିସ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିବା ସହ ଗୁଜବକୁ ବିଶ୍ୱାସ ନ କରିବା ପାଇଁ ଲୋକଙ୍କୁ ବୁଝାଇଥିଲେ। ଏହାଛଡ଼ା ଅଗ୍ନିଶମ ବିଭାଗ ପକ୍ଷରୁ ସହର ଓ ଗ୍ରାମାଞ୍ଚଳକୁ ସ୍ପ୍ରେ କରାଯାଇ ବିଶୋଧନ ଜାରି ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri