ପୋଲିସ ନିକଟରେ ୮ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୮।୩(ଡି.ଏନ୍‌.ଏ.): ପୁଣି ମାଲକାନଗିରି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ନିକଟରେ ବୁଧବାର ୮ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ମୁଖ୍ୟ ମାଓବାଦୀ ଜଣକ ହେଲେ ସାମ୍ବା ଖରା। ତାଙ୍କ ଘର ସ୍ବାଭିମାନ ଅଞ୍ଚଳର ପାପରମେଟଲା ଥାନା ଅନ୍ତର୍ଗତ ଲୁଛାପାଣି ଗ୍ରାମରେ ବୋଲି ଜଣାପଡ଼ିଛି। ସେ କୋରାପୁଟ ଜିଲା ପଟାଙ୍ଗି ନିକଟରେ ପୋଲିସ ସହ ଗୁଳି ବିନିମୟ, ମାଲକାନଗିରି ଜିଲା ପାପରମେଟଲା ଥାନା ଅନ୍ତର୍ଗତ ଟିକରପଡ଼ା ଗ୍ରାମ ନିକଟରେ ପୋଲିସ ସହ ଗୁଳି ବିନିମୟ, ଆନ୍ଧ୍ରପ୍ରଦେଶର ନାନାବାରୀ ନିକଟରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, କୋରାପୁଟର ବୈପାରୀଗୁଡ଼ା ଥାନା ଅନ୍ତର୍ଗତ ରାମଗିରି ନିକଟରେ ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ, ମାଥିଲି ଥାନା ଅନ୍ତର୍ଗତ ଡକ୍ରିଯୋଡ଼ି ନିକଟରେ ଲ୍ୟାଣ୍ଡ୍‌ମାଇନ ବିସ୍ଫୋରଣ ଆଦି ଘଟଣାରେ ସଂପୃକ୍ତ ଥିବା ଜଣାପଡ଼ିଛି। ସେ ଗତ ୨୦୧୭ ମସିହାରେ ମାଓବାଦୀ ସଂଗଠନରେ ସାମିଲ ହୋଇଥିବା ବେଳେ ବର୍ତ୍ତମାନ ଆନ୍ଧ୍ର ଓଡ଼ିଶା ସୀମାନ୍ତ ସ୍ବତନ୍ତ୍ର ଜୋନାଲ କମିଟି ଅଧିନସ୍ଥ ଆନ୍ଧ୍ର ଓଡ଼ିଶା ସୀମାନ୍ତ ମିଲିଟାରୀ ପ୍ଲାଟୁନ ନମ୍ବର-୧ରେ ପାର୍ଟି ମେମ୍ବର ଭାବେ କାର୍ଯ୍ୟ କରୁଥିଲେ। ତାଙ୍କ ନାମରେ ସରକାର ୨ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଥିଲେ।

ଏଥିସହ ସ୍ବାଭିମାନ ଅଞ୍ଚଳ ଅନ୍ତର୍ଗତ ସିମିଳିପଦର ଗ୍ରାମର ଭାସ୍କର ଖିଲ, ଜୋଗି ଖରା, ତ୍ରିନାଥ ଖିଲ, ରାଧାବା ଖିଲ, ଖତ୍ରୁ ହନ୍ତାଳ,ତାରାବେଡ଼ା ଗ୍ରାମର ରଘୁରାମ ହନ୍ତାଳ ଓ ଗୌଡ଼ପୁଟ ଗ୍ରାମର ନିନ୍ଦି ପାଙ୍ଗି ଆତ୍ମସମର୍ପଣ କରିଛନ୍ତି। ତେବେ ଗୁରୁପ୍ରିୟା ସେତୁ ହେବା ପରେ ସଂପୃକ୍ତ ଅଞ୍ଚଳରେ ବିକାଶମୂଳକ କାର୍ଯ୍ୟ ହେଉଥିବା ସହ ମାଓବାଦୀମାନେ ଏହି କାର୍ଯ୍ୟକୁ ବିରୋଧ କରୁଛନ୍ତିି। ତେଣୁ ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ପାଇଁ ସେମାନେ ଆତ୍ମସମର୍ପଣ କରିଛନ୍ତି ବୋଲି ମାଲକାନଗିରି ଆରକ୍ଷୀ ଅଧୀକ୍ଷକ ଋଷିକେଶ ଡି. ଖିଲାରୀ ପ୍ରକାଶ କରିବା ସହ ସରକାରଙ୍କ ଆତ୍ମସମର୍ପଣ ନୀତି ଅନୁଯାୟୀ ସମସ୍ତ ସାହାଯ୍ୟ ଯୋଗାଇ ଦିଆଯିବ ବୋଲି ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ଏଥିରେ ବିଏସ୍‌ଏଫ୍‌ର କମାଣ୍ଡାଣ୍ଟ ଏ.କେ. ଆର୍ଯ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

ପ୍ରକଳ୍ପ କାର୍ଯ୍ୟ ତ୍ୱରାନ୍ବିତ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ପରାମର୍ଶ ଦେଇ ଜିଲାପାଳ କହିଲେ…

ଧର୍ମଶାଳା,୩୧ା୧୨(ଶିବ ପ୍ରସାଦ ମହାନ୍ତି): ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଧର୍ମଶାଳା ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ କମିଟି ବୈଠକ ବିଳମ୍ବିତ ରାତି ପର୍ଯ୍ୟନ୍ତ ଅନୁଷ୍ଠିତ...

Nimesulide Ban: ପେନ୍ କିଲର ଖାଉଥିଲେ ସାବଧାନ! ଏହି ଔଷଧକୁ ବ୍ୟାନ କଲେ ସରକାର

ନୂଆଦିଲ୍ଲୀ,୩୧।୧୨:  କେନ୍ଦ୍ର ସରକାର ଯନ୍ତ୍ରଣା ନିବାରକ ଔଷଧ ନିମେସୁଲାଇଡ୍ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛନ୍ତି। ସ୍ୱାସ୍ଥ୍ୟ ସୁରକ୍ଷା ଦୃଷ୍ଟିରୁ ୧୦୦ ମିଗ୍ରାରୁ ଅଧିକ ଧାରଣ...

ସୁସ୍ଥ ହେଉଛନ୍ତି ଅଭିଜିତ୍‌ ମଜୁମଦାର: ମେଡିକାଲରୁ ହେବେ ଡିସ୍‌ଚାର୍ଜ

ଭୁବନେଶ୍ୱର, ୩୧।୧୨: ସୁସ୍ଥ ହେଉଛନ୍ତି ସଙ୍ଗୀତକାର ଅଭିଜିତ୍‌ ମଜୁମଦାର। ଆସନ୍ତା ୨/୩ ଦିନ ମଧ୍ୟରେ ଏମ୍ସରୁ ଡିସ୍‌ଚାର୍ଜ ହୋଇପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଅଭିଜିତଙ୍କୁ ଚିକିତ୍ସା...

ବିଳିବିଳାଉଛନ୍ତି ହାଫିଜ ସଇଦ: ଭାରତକୁ ନେଇ ଏମିତି କହିଦେଲେ, ୫୦ ବର୍ଷ ପର୍ଯ୍ୟନ୍ତ…

ଇସଲାମାବାଦ୍‌,୩୧।୧୨: ଜମ୍ମୁ କଶ୍ମୀରରେ ସକ୍ରିୟ ଥିବା ଆତଙ୍କବାଦୀ ସଂଗଠନ ଲସ୍କର-ଏ-ତୋଇବା(LeT)ର ପ୍ରତିଷ୍ଠାତା ହାଫିଜ ସଇଦ ଏବଂ ତାଙ୍କର ନିକଟତର ସହଯୋଗୀମାନେ ପୁଣି ଥରେ ଭାରତର ଅପରେଶନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri