ପୋଲିସ ନିକଟରେ ୮ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୧୮।୩(ଡି.ଏନ୍‌.ଏ.): ପୁଣି ମାଲକାନଗିରି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ନିକଟରେ ବୁଧବାର ୮ ଜଣ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରୁ ମୁଖ୍ୟ ମାଓବାଦୀ ଜଣକ ହେଲେ ସାମ୍ବା ଖରା। ତାଙ୍କ ଘର ସ୍ବାଭିମାନ ଅଞ୍ଚଳର ପାପରମେଟଲା ଥାନା ଅନ୍ତର୍ଗତ ଲୁଛାପାଣି ଗ୍ରାମରେ ବୋଲି ଜଣାପଡ଼ିଛି। ସେ କୋରାପୁଟ ଜିଲା ପଟାଙ୍ଗି ନିକଟରେ ପୋଲିସ ସହ ଗୁଳି ବିନିମୟ, ମାଲକାନଗିରି ଜିଲା ପାପରମେଟଲା ଥାନା ଅନ୍ତର୍ଗତ ଟିକରପଡ଼ା ଗ୍ରାମ ନିକଟରେ ପୋଲିସ ସହ ଗୁଳି ବିନିମୟ, ଆନ୍ଧ୍ରପ୍ରଦେଶର ନାନାବାରୀ ନିକଟରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, କୋରାପୁଟର ବୈପାରୀଗୁଡ଼ା ଥାନା ଅନ୍ତର୍ଗତ ରାମଗିରି ନିକଟରେ ଲ୍ୟାଣ୍ଡ୍‌ମାଇନ୍‌ ବିସ୍ଫୋରଣ, ମାଥିଲି ଥାନା ଅନ୍ତର୍ଗତ ଡକ୍ରିଯୋଡ଼ି ନିକଟରେ ଲ୍ୟାଣ୍ଡ୍‌ମାଇନ ବିସ୍ଫୋରଣ ଆଦି ଘଟଣାରେ ସଂପୃକ୍ତ ଥିବା ଜଣାପଡ଼ିଛି। ସେ ଗତ ୨୦୧୭ ମସିହାରେ ମାଓବାଦୀ ସଂଗଠନରେ ସାମିଲ ହୋଇଥିବା ବେଳେ ବର୍ତ୍ତମାନ ଆନ୍ଧ୍ର ଓଡ଼ିଶା ସୀମାନ୍ତ ସ୍ବତନ୍ତ୍ର ଜୋନାଲ କମିଟି ଅଧିନସ୍ଥ ଆନ୍ଧ୍ର ଓଡ଼ିଶା ସୀମାନ୍ତ ମିଲିଟାରୀ ପ୍ଲାଟୁନ ନମ୍ବର-୧ରେ ପାର୍ଟି ମେମ୍ବର ଭାବେ କାର୍ଯ୍ୟ କରୁଥିଲେ। ତାଙ୍କ ନାମରେ ସରକାର ୨ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରିଥିଲେ।

ଏଥିସହ ସ୍ବାଭିମାନ ଅଞ୍ଚଳ ଅନ୍ତର୍ଗତ ସିମିଳିପଦର ଗ୍ରାମର ଭାସ୍କର ଖିଲ, ଜୋଗି ଖରା, ତ୍ରିନାଥ ଖିଲ, ରାଧାବା ଖିଲ, ଖତ୍ରୁ ହନ୍ତାଳ,ତାରାବେଡ଼ା ଗ୍ରାମର ରଘୁରାମ ହନ୍ତାଳ ଓ ଗୌଡ଼ପୁଟ ଗ୍ରାମର ନିନ୍ଦି ପାଙ୍ଗି ଆତ୍ମସମର୍ପଣ କରିଛନ୍ତି। ତେବେ ଗୁରୁପ୍ରିୟା ସେତୁ ହେବା ପରେ ସଂପୃକ୍ତ ଅଞ୍ଚଳରେ ବିକାଶମୂଳକ କାର୍ଯ୍ୟ ହେଉଥିବା ସହ ମାଓବାଦୀମାନେ ଏହି କାର୍ଯ୍ୟକୁ ବିରୋଧ କରୁଛନ୍ତିି। ତେଣୁ ସମାଜର ମୁଖ୍ୟସ୍ରୋତରେ ସାମିଲ ହେବା ପାଇଁ ସେମାନେ ଆତ୍ମସମର୍ପଣ କରିଛନ୍ତି ବୋଲି ମାଲକାନଗିରି ଆରକ୍ଷୀ ଅଧୀକ୍ଷକ ଋଷିକେଶ ଡି. ଖିଲାରୀ ପ୍ରକାଶ କରିବା ସହ ସରକାରଙ୍କ ଆତ୍ମସମର୍ପଣ ନୀତି ଅନୁଯାୟୀ ସମସ୍ତ ସାହାଯ୍ୟ ଯୋଗାଇ ଦିଆଯିବ ବୋଲି ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ଏଥିରେ ବିଏସ୍‌ଏଫ୍‌ର କମାଣ୍ଡାଣ୍ଟ ଏ.କେ. ଆର୍ଯ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri