ପୋଲିସ ପରିଚୟଦେଇ ମହିଳାଙ୍କଠାରୁ ସୁନା ଅଳଙ୍କାର ଲୁଟ୍‌

ପୁରୀ ଅଫିସ,୧୪।୧୦: ନିଜକୁ ପୋଲିସ ପରିଚୟ ଦେଇ ୨ ଯୁବକ ମହିଳାଙ୍କଠାରୁ ସୁନାଅଳଙ୍କାର ଲୁଟି ନେଇଛନ୍ତି। ଘଟଣାଟି ଘଟିଛି ପୁରୀ ଜିଲା ସିଟି ଡିଏସ୍‌ପିଙ୍କ ଅଫିସଠାରୁ ମାତ୍ର ଶହେ ମିଟର ଦୂରରେ। ଲୁଟ୍‌ର ଶିକାର ହୋଇଥିବା ମହିଳା ହେଲେ କୁମୁଟି ସାହିର ବିନୋଦିନୀ ନାୟକ।
ମିଳିଥିବା ସୂଚନା ଅନୁଯାୟୀ, ବିନୋଦିନୀ ଶାଶୁ ଉର୍ମିଳାଙ୍କ ସହ କଲେଜ ଛକରୁ
ସଉଦା କିଣି ଘରକୁ ଫେରୁଥିଲେ। ଛକ ନିକଟରେ ଦୁଇ ଯୁବକ ଏକ ବାଇକ ଯୋଗେ ଆସି ନିଜକୁ ପୋଲିସ ପରିଚୟ ଦେଇଥିଲେ। କାହିଁକି ସୁନା ଚେନ ପିନ୍ଧି ଯାଉଛନ୍ତି, ଲୁଟପାଟ୍‌ ଚାଲିଛି । ତେଣୁ ସବୁ ସୁନା କାଢ଼ିଦେବାକୁ କହିଲେ। ବିନୋଦିନୀ ତାଙ୍କ ବେକ ଓ ହାତରେ ପିନ୍ଧିଥିବା ସମସ୍ତ ୩ଟି ସୁନାଚେନ ଓ ୨ହଳ ଚୁଡ଼ି ବାହାରକରି କାନିରେ ବାନ୍ଧିଥିଲେ। କାନିରେ କାହିଁକି ବାନ୍ଧୁଛ କାଗଜରେ ଗୁଡ଼େଇ ଦିଅ ବୋଲି ଜଣେ ଯୁବକ କହିଥିଲେ। ପରେ ତାଙ୍କ ହାତରୁ ନେଇ ଚମ୍ପଟ ମାରିଥିଲେ। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ନିକଟରେ ଲାଗିଥିବା ସିସିଟିଭିକୁ ଯାଞ୍ଚ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଗବାନଙ୍କ ଭରସାରେ ପରିବାର: ୩୦ ବର୍ଷ ବିତିଗଲା, ପଲିଥିନ ତଳେ ବିତୁଛି ଜୀବନ, ପ୍ରଶାସନ ନିଦାବିଷ୍ଣୁ

କେସିଙ୍ଗା, ୧୬।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନସ୍ଥ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ରାମେଶ୍ୱର…

ଅପହୃତ ବ୍ୟବସାୟୀ ଉଦ୍ଧାର, ଅଭିଯୁକ୍ତ ଅଟକ: ମୁହାଁମୁହିଁ ଜେରା …

ବଲାଙ୍ଗୀର, ୧୬।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଅପହୃତ ବ୍ୟବସାୟୀ ନରେନ୍ଦ୍ର ସାହୁ ଓରଫ୍‌ ଗୁଣ୍ଡାଙ୍କୁ ବଲାଙ୍ଗୀର ପୋଲିସର ସ୍ୱତନ୍ତ୍ର ଟିମ୍‌ ଭୁବନେଶ୍ୱରରୁ ସୁରକ୍ଷିତ ଭାବେ ଉଦ୍ଧାର…

ଥୁଆମୂଳ ରାମପୁରରେ ସ୍ବାଧୀନତା ଦିବସ: କୋର୍ଟରେ ପତାକା ଉତ୍ତୋଳନ କଲେ ବିଚାରପତି

ଥୁଆମୂଳ ରାମପୁର,୧୫।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ସରକାରୀ ଏବଂ ବେସରକାରୀ ଅନୁଷ୍ଠାନଗୁଡ଼ିକରେ ୮୦ତମ ସ୍ବାଧୀନତା ଦିବସ ଉତ୍ସାହ ଏବଂ ଆନନ୍ଦର ସହିତ…

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ବିଧାୟକଙ୍କ ଦ୍ଵାରା ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ ଉଦଘାଟିତ: ୭ ଟିମ୍ ଖେଳିଲେ ମ୍ୟାଚ୍, ରବିବାର ହେବ…

ଦିଗପହଣ୍ଡି, ,୧୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ୍ ଏବଂ ଏନ୍ଏସି କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ପବିତ୍ର ସ୍ଵାଧୀନତା ଦିବସ ଅବସରରେ…

ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ପାଳିତ: ମାନବ ଜୀବନର ଲକ୍ଷ୍ୟ କେବଳ…

ଭଞ୍ଜନଗର,୧୫। ୮(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ଶ୍ରୀଅରବିନ୍ଦ ଶକ୍ତିପୀଠରେ ଶନିବାର ମହାପୁରୁଷ ଶ୍ରୀଅରବିନ୍ଦଙ୍କ ୧୫୪ତମ ଜୟନ୍ତୀ ଅତ୍ୟନ୍ତ ଶ୍ରଦ୍ଧା ଓ ଭକ୍ତିର ସହ ପାଳିତ ହୋଇଯାଇଛି।…

ସ୍ବାଧୀନତା ଦିବସରେ ରକ୍ତଦାନ କଲେ ସ୍ବେଚ୍ଛାସେବୀ

ବରଗଡ଼,୧୫।୮(ପ୍ରେମାନନ୍ଦ ଖମାରୀ): ସ୍ବାଧୀନତା ଦିବସ ଅବସରରେ ବରଗଡ଼ର ସାମାଜିକ ଅନୁଷ୍ଠାନ ସଂକଳ୍ପ ପରିବାର ପକ୍ଷରୁ ଏକ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଥିଲା। ଜିଲାସ୍ତରୀୟ ସ୍ବାଧୀନତା ଦିବସ…

କଥା ଦେଇ କଥା ରଖିଲେ ଅକରୁଆ ସରପଞ୍ଚ: ପକ୍କା ହେଲା ବଡ଼ସାହି-କେନ୍ଦୁଗୁଡ଼ା ରାସ୍ତା , ଗ୍ରାମବାସୀଙ୍କ ମଧ୍ୟରେ ଖୁସିର…

ହାଟଡିହୀ/ଛେନାପଦୀ,୧୫।୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଦିନେ ଯେଉଁ ରାସ୍ତାରେ ଆଣ୍ଠୁଏ କାଦୁଅ ଓ ପାଣି ଜମି ରହୁଥିବାରୁ ଯାତାୟାତ ଦୁର୍ବିସହ ହୋଇପଡ଼ୁଥିଲା, ଶେଷରେ ସେହି ରାସ୍ତା ପକ୍କା ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri