ପୋଲିସ ପରିଚୟ ଦେଇ ଯୁବକଙ୍କୁ ଅପହରଣ ଅଭିଯୋଗ

ଗୋପାଳପୁର, ୨୪ା୪-ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳର ଜଣେ  ଯୁବକ ଧାର ଟଙ୍କା ଫେରସ୍ତ ନ କରିବାରୁ ତାଙ୍କ ଭାଇଙ୍କୁ ପୋଲିସ  ପରିଚୟ ଦେଇ ବନ୍ଧୁକ ଦେଖାଇ ଅପହରଣ କରି ନିସ୍ତୁକ ମାଡ଼ ମାରିଥିବା ଗୋଳନ୍ଥରା ଥାନାରେ ମଙ୍ଗଳବାର ରାତି ପ୍ରାୟ ୯ଟାରେ ଅଭିଯୋଗ ହୋଇଛି। ଏ ନେଇ ନଂ. ୧୨୨/୧୯ରେ ମାମଲା ରୁଜୁ କରାଯାଇଛି।

ପ୍ରକାଶ ଯେ, ଏହି ଥାନା ଅନ୍ତର୍ଗତ କନିଷି ହାଟ ଗ୍ରାମର ନିରଞ୍ଜନ ସାହୁ ୬ବର୍ଷ ତଳେ ରଣ୍ଢାଗ୍ରାମର ପ୍ରଭାକର ଦାସଙ୍କଠାରୁ ୨ଲକ୍ଷ ୨୦ ହଜାର ଟଙ୍କା ଧାର ନେଇଥିଲେ। ଏହି ଟଙ୍କା ଠିକ୍‌ ସମୟରେ ନିରଞ୍ଜନ ପ୍ରଭାକରଙ୍କୁ ଫେରାଇ ପାରି ନ ଥିଲେ। ଏ ନେଇ ପ୍ରଭାକର ବାରମ୍ବାର ନିରଞ୍ଜନଙ୍କୁ ଟଙ୍କା ମାଗିଥିଲେ ସୁଦ୍ଧା ସେ ନ ଦେଇ ଦିନ ଗଡାଇ ଚାଲିଥିଲେ। ମଙ୍ଗଳବାର ଅପରାହ୍ନ ପ୍ରାୟ ୩ଟାରେ ୪ ଜଣ ବ୍ୟକ୍ତି ଏକ ଗାଡ଼ି (ନଂ. ଓଡି୦୫ଏଏଚ୍‌୪୬୮୦)ରେ କନିଷି ହାଟରେ ନିରଞ୍ଜନଙ୍କ ସାନ ଭାଇ ନାରାୟଣଙ୍କ ହୋଟେଲକୁ ଆସି ଧମକ ଚମକ ଦେଇଥିଲେ ା ପରେ ତାଙ୍କ ବଡଭାଇଙ୍କ ସମ୍ପର୍କରେ ପଚାରିଥିଲେ। ସେଠାରୁ ନାରାୟଣଙ୍କୁ ବନ୍ଧୁକ ଦେଖାଇ ଅପରହଣ କରି ନେଇ ନିରଞ୍ଜନ କେଉଁଠି ଅଛନ୍ତି  ବୋଲି କହି ବ୍ରହ୍ମପୁର ନେଇଯାଇଥିଲେ। ଏହି ସମୟରେ ନାରାୟଣଙ୍କୁ ନିସ୍ତୁକ ମାଡ଼ ମାରିଥିବା ମଧ୍ୟ ଅଭିଯୋଗ ହୋଇଛି। ପୁଣି ସନ୍ଧ୍ୟା ୭ଟାରେ ନାରାୟଣଙ୍କ କନିଷି ହାଟସ୍ଥିତ ଘରକୁ ଆସି ଧାର ଟଙ୍କା ନେଇଥିବା ସମ୍ପର୍କରେ ବଣ୍ଡ ପେପରରେ ଦସ୍ତଖତ କରିବାକୁ ତାଙ୍କ ମା’ଙ୍କୁ ମଧ୍ୟ କହିଥିଲେ। ଏ ନେଇ ନାରାୟଣ ଗୋଳନ୍ଥରା ଥାନାରେ ଲିଖିତ ଅଭିଯୋଗ କରିଥିବା ଜଣାପଡ଼ିଛି। ଏଥିସହ ଗୋଳନ୍ଥରା ପୋଲିସ ୪ ଜଣଙ୍କୁ ଅଟକ ରଖି ପରେ ଛାଡ଼ିଦେଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଜ୍ରକୋଟ ଗ୍ରାମ ନିକଟରେ କଲରାପତରିଆ ବାଘଛୁଆର ମୃତଦେହ: ଘଟଣାସ୍ଥଳରେ ଡିଏଫ୍ଓ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)- ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ମୁଜାଗଡ ରେଞ୍ଜ ବଜ୍ରକୋଟ ଗ୍ରାମ ନିକଟରେ ବୁଧବାର ସନ୍ଧ୍ୟାରେ ଏକ କଲରାପତରିଆ ବାଘ ଛୁଆ ମରି…

ଗଞ୍ଜାମ ପୋଲିସ ଜିଲା ହାବିଲଦାର-କନଷ୍ଟେବଳ ସଂଘ ନିର୍ବାଚନ: ପୁଣି ସଭାପତି ହେଲେ ଗୋରାଚାନ୍ଦ, ସମ୍ପାଦକ ହେଲେ ସୁବାଷ

ଛତ୍ରପୁର,୧୮।୨(ଦିଲୀପ ସାମଲ): ଗଞ୍ଜାମ ପୋଲିସ ଜିଲା ହାବିଲଦାର ଓ କନଷ୍ଟେବଳ ସଂଘର କର୍ମକର୍ତ୍ତା ନିର୍ବାଚନର ବୁଧବାର ଗଣତି ସହିତ ଫଳାଫଳ ଘୋଷଣା ହୋଇଯାଇଛି। ପୁଣି ନିର୍ବାଚନରେ ଗୋରାଚାନ୍ଦ…

ମାର୍ଚ୍ଚ ୧୦ରୁ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ପ୍ରାକ୍‌ ପ୍ରସ୍ତୁତିକୁ ତ୍ୱରାନ୍ବିତ କରିବାକୁ…

ଛତ୍ରପୁର, ୧୮ା୨(ଦିଲୀପ ସାମଲ)- ଚଳିତବର୍ଷ ମାର୍ଚ୍ଚ ମାସ ୧୦ ତାରିଖରୁ ଗଞ୍ଜାମର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ ଆରମ୍ଭ ହେବ। ଗଞ୍ଜାମ ଜିଲାପାଳ ଭି.କୀର୍ତ୍ତି…

ଏପ୍ରିଲ ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: ମାର୍ଚ୍ଚ ୧୧ରେ ଶୁଭଖୁଣ୍ଟି ସ୍ଥାପନ,ମେ’ ୨୦ରେ…

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ବୁଧବାର ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀ…

ଅନଲାଇନ୍ ନିରାପତ୍ତା ଓ ସାଇବର ଅପରାଧ ନେଇ ସଚେତନତା   

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସମ୍ମିଳନୀ କକ୍ଷରେ ବୁଧବାର ସ୍ଥାନୀୟ ସିଡିପିଓ କାର୍ଯ୍ୟାଳୟ ପକ୍ଷରୁ ବେଟି ବଚାଓ ଓ ବେଟି ପଢାଓ କାର୍ଯ୍ୟକ୍ରମ…

ମା’ ବାଙ୍କେଶ୍ୱରୀଙ୍କ ଦୋଳଯାତ୍ରା ପାଇଁ ପ୍ରସ୍ତୁତି: ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ହେବ ସମାଗମ

ଦିଗପହଣ୍ଡି,୧୮।୨(ଅଶେଷ ନାଥ ମିଶ୍ର) ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ମା’ ବାଙ୍କେଶ୍ୱରୀଙ୍କ ଦୋଳ ଯାତ୍ରା ନିମନ୍ତେ ପ୍ରସ୍ତୁତି ସଭା ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମ…

ରେଳ ଧାରଣାରୁ ମହିଳା ମେଡିକାଲ ଆଟେଣ୍ଡାଣ୍ଟ୍‌ଙ୍କ ମୃତଦେହ ଜବତ: ହତ୍ୟା ଅଭିଯୋଗ ଆଣିଲେ ପରିବାର

ବ୍ରହ୍ମପୁର,୧୮/୨(ସୁବାସ ଚନ୍ଦ୍ର ପାଢ଼ୀ): ସରକାରୀ ରେଳବାଇ ପୋଲିସ (ଜିଆରପି) ବୁଧବାର ବଢି ଭୋର ଜଣେ ମହିଳାଙ୍କ ମୃତଦେହ ରେଳଧାରଣା କରୁ ଜବତ କରିଛି। ମୃତକଙ୍କ ପରିଚୟ ପ୍ରଥମେ…

ଠାକୁରାଣୀ ଯାତ୍ରା ପାଇଁ ଜୋରଦାର ପ୍ରସ୍ତୁତି: ବିଧାୟକ,ଉପଜିଲାପାଳଙ୍କ ନୂଆ ହେବ ଅନୁଭୂତି

ଭଞ୍ଜନଗର,୧୮।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଐତିହାସିକ ଠାକୁରାଣୀ ଯାତ୍ରାର ପ୍ରସ୍ତୁତି ବୈଠକ ଆଜି ସନ୍ଧ୍ୟାରେ ସ୍ଥାନୀୟ ରଘୁନାଥ ମନ୍ଦିର ପରିସରରେ ଅନୁଷ୍ଠିତ ହେବ। ଏନେଇ ସମସ୍ତ ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri