ପୋଲିସ ଫୋର୍ସ ବଳୟରେ ପାଚେରି କାମ ଆରମ୍ଭ

ଛତ୍ରପୁର,୧୫।୨(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ କାଳିପଲ୍ଲୀ ନିକଟ ଟାଟା ଇଣ୍ଡଷ୍ଟ୍ରିଆଲ ପାର୍କ ପରିସରରେ ସ୍ମାର୍ଟକେମ ଟେକ୍ନୋଲଜିର ଆମୋନିୟମ ନାଇଟ୍ରେଟ୍‌ ପ୍ଲାଣ୍ଟ ସ୍ଥାପନକୁ ସ୍ଥାନୀୟ ଲୋକଙ୍କ ବିରୋଧ ଜାରି ରହିଛି ା ଅପରପକ୍ଷରେ ପ୍ରଶାସନ ପକ୍ଷରୁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇ ମଙ୍ଗଳବାରଠାରୁ ପ୍ଲାଣ୍ଟର ପାଚେରି କାମ ଆରମ୍ଭ ହୋଇଛି। ଏ ନେଇ ସ୍ଥାନୀୟ ଗ୍ରାମବାସୀ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିବା ସହ ଏହା ବେଆଇନ୍‌ ବୋଲି କହିଛନ୍ତି।
ରାସାୟନିକ ପ୍ଲାଣ୍ଟ ହେଲେ ସେଥିରୁ ନିର୍ଗତ ବିଷାକ୍ତ ଗ୍ୟାସରେ ସ୍ଥାନୀୟ ୧୮ଟି ଗାଁର ଲୋକେ ବିଶେଷ ପ୍ରଭାବିତ ହେବେ ବୋଲି ଆଶଙ୍କା କରି ଲୋକେ ଗତବର୍ଷ ଜୁନ୍‌ ମାସରୁ ନିର୍ମାଣ କାର୍ଯ୍ୟକୁ ବିରୋଧ କରିଆସୁଛନ୍ତି। ଛତ୍ରପୁର ତହସିଲଦାର ମଙ୍ଗଳବାର ମଧ୍ୟାହ୍ନରେ ଗାଁରେ ପହଞ୍ଚି ଏକ ପ୍ରତିନିଧି ଦଳର ରୁଦ୍ଧଦ୍ୱାର ବୈଠକ କରିଥିଲେ ା ତେବେ ସେଥିରୁ କିଛି ନିଷ୍କର୍ଷ ବାହାରିପାରିନି। ପୂର୍ବଭଳି ଉକ୍ତ କମ୍ପାନୀ ପ୍ରତିଷ୍ଠାକୁ ବିରୋଧ ଜାରି ରହିବ ବୋଲି ଗ୍ରାମ କମିଟି ପକ୍ଷରୁ କୁହାଯାଇଛି ା ଅପରାହ୍ନରେ ଗାଁରେ ଏକ ବୈଠକ ବସି ଏହା ଉପରେ ଆଲୋଚନା ହୋଇଛି ା ଗଞ୍ଜାମ ଏସ୍‌ପି ଜଗମୋହନ ମୀନା ଉକ୍ତ ସ୍ଥାନକୁ ଯାଇ ସ୍ଥିତି ଅନୁଧ୍ୟାନ କରିଛନ୍ତି। ସୂଚନାଯୋଗ୍ୟ, ଗତ ୪ ତାରିଖରେ ତ୍ରିପାକ୍ଷିକ ଆଲୋଚନା ବୈଠକ ଜିଲାପାଳ ଦିବ୍ୟଜ୍ୟୋତି ପରିଡାଙ୍କ ଅଧ୍ୟକ୍ଷତାରେ ବସିଥିଲା ା ସେଥିରୁ କୌଣସି ନିଷ୍କର୍ଷ ବାହାରିପାରି ନ ଥିଲା। ୭ ଦିନ ମଧ୍ୟରେ ନିଷ୍ପତ୍ତି ଜଣାଇବାକୁ ଜିଲାପାଳ ପରାମର୍ଶ ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

ହାର୍ଦ୍ଦିକଙ୍କ ପରେ ଜାଡେଜା ହାସଲ କଲେ ଏହି ମାଇଲଖୁଣ୍ଟ

ଗୁଆହାଟୀ,୧୧ା୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ବିପକ୍ଷ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏକ ମାଇଲଖୁଣ୍ଟ ହାସଲ କରିଛନ୍ତି। ସେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ…

କେଶରୀପଙ୍କାଳ ନାଳ ନିକଟରେ ପଡ଼ିଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ପରିଚୟ ଖୋଜୁଛି ମୋହନା ପୋଲିସ

ମୋହନା୧୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ଲୁହାଗୁଡ଼ି ଗ୍ରାମ ନିକଟସ୍ଥ କେଶରୀପଙ୍କାଳ ନାଳ ନିକଟରୁ ଅଜଣା ମୃତଦେହ ଉଦ୍ଧାର କରିଛି ପୋଲିସ। ଗ୍ରାମର କିଛି…

ପ୍ରେମିକା ଗର୍ଭବତୀ ହେବା ପରେ ବିବାହ ପୂର୍ବରୁ ଛୁଆ ମନା କହି କଲେ ଗର୍ଭପାତ, ଏବେ  ବଳାତ୍କାର ଅଭିଯୋଗରେ ବନ୍ଧାହେଲେ…

ରିଆମାଳ,୧୧।୪(ବଦ୍ରିନାରାୟଣ ଅଗ୍ରୱାଲା): ଯୁବତୀକୁ ବଳାତ୍କାର ମାମଲାରେ ଜଣେ ଯୁବକଙ୍କୁ ଶନିବାର ଗିରଫ କରିଛି ରିଆମାଳ ପୋଲିସ। ସେ ହେଲେ ଭେଙ୍କଟେଶ ସୁନାନୀ(୨୮)। ସୂଚନାନୁଯାୟୀ, ରିଆମାଳ ଥାନା ଅଞ୍ଚଳର…

ହାଇଦ୍ରାବାଦ୍‌କୁ ହରାଇ ପଞ୍ଜାବର ତୃତୀୟ ବିଜୟ

ଚଣ୍ଡିଗଡ଼,୧୧ା୪: ଅଧିନାୟକ ଶ୍ରେୟସ ଆୟାରଙ୍କ ଅପରାଜିତ ୬୯ ରନର ଇନିଂସ ବଳରେ ପଞ୍ଜାବ କିଙ୍ଗ୍ସ ଏକ ହାଇସ୍କୋରିଂ ଆଇପିଏଲ୍‌ ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦ୍‌କୁ ପରାସ୍ତ କରିଛି। ପଞ୍ଜାବର…

ଭାରତକୁ ମିଳିଲା ୧୩ ସ୍ବର୍ଣ୍ଣ ପଦକ

ଶିମ୍‌ଲା, ୧୧ା୪: ଭାରତୀୟ ଟେବୁଲ ଟେନିସ ଖେଳାଳି ସାଉଥ ଏସିଆନ ୟୁଥ୍‌ ଟେବୁଲ ଟେନିସ ଚାମ୍ପିୟନଶିପ୍‌ରେ ଆଧିପତ୍ୟ ବିସ୍ତାର କରି ସମସ୍ତ କାଟେଗୋରିରେ ମୋଟ ୧୩ ସ୍ବର୍ଣ୍ଣ…

ଧରିତ୍ରୀ ପ୍ରଭାବ: ଆରମ୍ଭ ହେଲା ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତା କାମ

ଖଜୁରିପଡ଼ା, ୧୧ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ବଲସକୁମ୍ପା-ଛନ୍ଦୁରୁପଦର ରାସ୍ତାର ସମସ୍ୟାକୁ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶ ପାଇବା ପରେ ପ୍ରଶାସନର ନିଦ ଭାଙ୍ଗିଛି। ଦୀର୍ଘ…

ଲଜ୍ଜା: ୫ ବର୍ଷର ବାଳିକାଙ୍କୁ ବଳାତ୍କାର କରି ଅଖାରେ ବାନ୍ଧି ଫିଙ୍ଗିଦେଲେ

ଦୁର୍ଗ,୧୧ା୪: ଛତିଶଗଡ଼ ଦୁର୍ଗ ଜିଲାରେ ଏକ ଲଜ୍ଜାକର ଘଟଣା ସାମ୍ନାକୁ ଆସିଛି। ଜଣେ ୫ ବର୍ଷର ବାଳିକାଙ୍କୁ ଅପହରଣ କରି ବଳାତ୍କାର କରାଯାଇଥିବା ଅଭିଯାଗ ହୋଇଛି। ଏପରିକି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri