ପୋଲିସ-ମାଜିଷ୍ଟ୍ରେଟ୍‌ ସମନ୍ବୟ ବୈଠକ: ସହଯୋଗରେ ସମାଧାନ ହେବ ମାମଲା

ଢେଙ୍କାନାଳ ଅଫିସ,୪ା୧୦- ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଗୁରୁବାର ଅପରାହ୍ନରେ ଜିଲାସ୍ତରୀୟ ପୋଲିସ-ମାଜିଷ୍ଟ୍ରେଟ ସମନ୍ବୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରି ଜିଲାରେ ହେଉଥିବା ମାମଲା ଗୁଡିକୁ ପୋଲିସ ଓ ମାଜିଷ୍ଟ୍ରେଟଙ୍କ ପୂର୍ଣ୍ଣ ସହଯୋଗରେ କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ଜିଲାରେ ହେବାକୁ ଥିବା ଦୁର୍ଗାପୂଜା ଓ ଗଜଲକ୍ଷ୍ମୀ ପୂଜା ଉତ୍ସବକୁ ଶାନ୍ତିଶୃଙ୍ଖଳାର ସହ ଶେଷ କରିବାକୁ ଜିଲାପାଳ କହିଥିଲେ। ଏସ୍‌ପି ଅନୁପମା ଜେମ୍ସ ପୂଜା ସମୟରେ ଆଇନଶୃଙ୍ଖଳା ପରିସ୍ଥିତିକୁ ସୁଚାରୁରୂପେ ପରିଚାଳନା କରିବା ପାଇଁ ପୋଲିସ ଓ ମାଜିଷ୍ଟ୍ରେଟମାନଙ୍କର ସହଯୋଗ କାମନା କରିଥିଲେ। ସହରାଞ୍ଚଳରେ ସିସିଟିଭି କ୍ୟାମେରା ଲଗାଇବା ପାଇଁ ଏସ୍‌ପି ଗୁରୁତ୍ୱାରୋପ କରିଥିଲେ। ହିନ୍ଦୋଳ ଏସ୍‌ଡିପିଓ କାର୍ଯ୍ୟାଳୟ ପାଇଁ ଜାଗା ଯୋଗାଣ ସମ୍ପର୍କରେ ଆଲୋଚନା ହୋଇଥିଲା ା ହିନ୍ଦୋଳରେ ସରକାରୀ ଜାଗା ଅବରୋଧକାରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିମନ୍ତେ ନିଷ୍ପତ୍ତି ନିଆଯାଇଥିଲା। କାମାକ୍ଷାନଗର ଓ ଭୁବନରେ ଦୁର୍ଗାପୂଜା ସମୟରେ ଅଧିକ ପୋଲିସ ମୁତୟନ ପାଇଁ ଆଲୋଚନା ହୋଇଥିଲା। ବେଆଇନ ଖଣି ଖନନ ଓ କ୍ରସର ଉପରେ ତହସିଲଦାରମାନେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଜିଲାପାଳ ନିର୍ଦ୍ଦେଶ ଦେଇଥିଲେ ା ମୋଟର ଗାଡିଗୁଡିକ ତନଖି କରାଯିବା ସହିତ ଆରଟିଓ କାର୍ଯ୍ୟାଳୟ ଦଲାଲମୁକ୍ତ କରାଯାଉଥିବା ସୂଚନା ଦିଆଯାଇଥିଲା ା ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ଯୁଗ୍ମ ଭାବେ ଲକ୍ଷ୍ମୀପୂଜା ପୂର୍ବରୁ ଧରପଗଡ କରାଯିବ ବୋଲି ଆଲୋଚନା ହୋଇଥିଲା ା ଜିଲାରେ ମଦ୍ୟପାନ କରି ୧୧୦ ଗାଡ଼ି ଚାଳକ ଧରାପଡିଥିବା ସୂଚନା ଦିଆଯାଇଥିଲା। ଡଙ୍ଗାବୁଡି, ସାପକାମୁଡା, ବଜ୍ରପାତ ଜନିତ ମୃତ୍ୟୁର ଅନୁଗ୍ରହ ରାଶି ଚଳିତମାସ ଶେଷ ସୁଦ୍ଧା ପ୍ରଦାନ କରିବାକୁ ଜିଲାପାଳ ତହସିଲଦାରମାନଙ୍କୁ ନିର୍ଦ୍ଦେଶ ଦେଇଥିଲୋ ଅତିରିକ୍ତ ଜିଲାପାଳ ଭବେଶ କୁମାର ନାୟକ ସ୍ବାଗତ ଭାଷଣ ଦେଇଥିଲେ। ପିଡି ଡିଆରଡିଏ ନରୋତ୍ତମ ବେହେରା, କାମାକ୍ଷାନଗର ଉପଜିଲାପାଳ ବିଷ୍ଣୁ ପ୍ରସାଦ ଆଚାର୍ଯ୍ୟ, ଢେଙ୍କାନାଳ ଉପଜିଲାପାଳ ସାଫଲ୍ୟ ମଣ୍ଡିତ ପ୍ରଧାନ, ହିନ୍ଦୋଳ ଉପଜିଲାପାଳ ଉଦୟ କୁମାର ମହାପାତ୍ର, ଅବକାରୀ ଅଧୀକ୍ଷକ ମନୋଜ ସେଠୀ, ଆଞ୍ଚଳିକ ପରିବହନ ଅଧିକାରୀ ଶ୍ରୀବତ୍ସ ଦଳେଇ ପ୍ରମୁଖଙ୍କ ସମେତ ଜିଲାର ସମସ୍ତ ମାଜିଷ୍ଟ୍ରେଟ, ପୋଲିସ ଓ ଜିଲାସ୍ତରୀୟ ଅଧିକାରୀମାନେ ଯୋଗ ଦେଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ…

ସିଜିମାଳି ଖଣିରେ ରାସ୍ତା ନିର୍ମାଣକୁ ନେଇ ତୁମୁଳକାଣ୍ଡ: ଗ୍ରାମବାସୀ-ପୋଲିସ ମୁହାଁମୁହିଁ, ୧୦୦ରୁ ଊର୍ଦ୍ଧ୍ୱ ଆହତ,ଗିରଫ ଭୟରେ…

ରାୟଗଡ଼ା,୭।୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲା ସିଜିମାଳି ପାହାଡରେ ରାସ୍ତା ନିର୍ମାଣକୁ ନେଇ ସମଗ୍ର ଅଞ୍ଚଳ ଅଶାନ୍ତ ହୋଇପଡିଛି। ରାସ୍ତା ନିର୍ମାଣ କାର୍ଯ୍ୟକୁ ବିରୋଧ କରି କାଶୀପୁର…

ରାତିରେ କାଠଗଦାରେ ଚାଲୁଥିଲା ୧୨ ଫୁଟର କିଂ କୋବ୍ରା: ହଠାତ ପଡିଲା ଲୋକଙ୍କ ନଜରରେ…

ଦିଗପହଣ୍ଡି,୭।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ପେଣ୍ଡୁରାବାଡ଼ି ଗାଁରୁ ୧୨ ଫୁଟ ଲମ୍ବର ଏକ ଅହିରାଜ (କିଙ୍ଗକୋବ୍ରା) ସାପକୁ ବନବିଭାଗ କର୍ମଚାରୀ…

ବେଶି ଦିନ ତିଷ୍ଠିଲାନି ପ୍ରେମ ବିବାହ: ସ୍ତ୍ରୀଙ୍କୁ ହତ୍ୟା କଲା ପରେ ଝୁଲିପଡିଲେ ସ୍ବାମୀ, ଅଞ୍ଚଳରେ ଚାଞ୍ଚଲ୍ୟ…

ଭଞ୍ଜନଗର,୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ଥାନା ଅନ୍ତର୍ଗତ ସରନୂଆଁପଲ୍ଲୀ ଗ୍ରାମରେ ସୋମବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ପ୍ରେମ ବିବାହ କରିଥିବା ସ୍ତ୍ରୀଙ୍କୁ ହତ୍ୟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri