ପୋଲିସ ମୁଖ୍ୟାଳୟରେ ଛୁରାମାଡ଼:୪ ଅଧିକାରୀ ମୃତ, ହତ୍ୟାକାରୀ ନିହତ

ପ୍ୟାରିସ୍‌,୪-୧୦(ଏଏଫ୍‌ପି):ପ୍ୟାରିସ୍‌ର ପୋଲିସ ମୁଖ୍ୟାଳୟରେ ଗୁରୁବାର ଜଣେ ବ୍ୟକ୍ତି ଛୁରାମାଡ଼ କରିଛନ୍ତି। ତାଙ୍କ ଆକ୍ରମଣରେ ୪ ପୋଲିସ ଅଧିକାରୀ ନିହତ ହୋଇଛନ୍ତି। ପୋଲିସର ଗୁଳିମାଡ଼ରେ ଆକ୍ରମଣକାରୀ ଟଳିପଡ଼ିଛନ୍ତି।
ରାଜଧାନୀ ପ୍ୟାରିସ୍‌ର କେନ୍ଦ୍ରସ୍ଥଳରେ ରହିଛି ପୋଲିସ ମୁଖ୍ୟାଳୟ। ବିଲ୍ଡିଂ ପରିସରରେ ସ୍ଥାନୀୟ ସମୟ ୧ଟାରେ ଜଣେ ବ୍ୟକ୍ତି ପୋଲିସ ଉପରେ ଛୁରାମାଡ଼ କରିବାରେ ଲାଗିଥିଲେ। ଡାକବାଜି ଯନ୍ତ୍ରରେ ଘୋଷଣା କରାଗଲା, ଏହା ଏକ ଆକ୍ରମଣ ବୋଲି। ପୋଲିସ ଅଧିକାରୀମାନେ ସଜାଗ ହୋଇ ଚାରିଆଡ଼େ ଘେରିଗଲେ। କିଛି ସମୟ ପରେ ପୋଲିସ ଗୁଳିରେ ଆକ୍ରମଣକାରୀ ନିହତ ହେଲେ। ତେବେ ସେତେବେଳ ଯାଏ ଛୁରାମାଡ଼ରେ ୪ ପୋଲିସ ଅଧିକାରୀଙ୍କ ଜୀବନ ଯାଇସାରିଥିଲା। ୪୫ ବର୍ଷୀୟ ଆକ୍ରମଣକାରୀ ପୋଲିସ ମୁଖ୍ୟାଳୟରେ ୨୦ ବର୍ଷ ଧରି କାର୍ଯ୍ୟ କରିଥିଲେ ବୋଲି ଜଣାପଡ଼ିଛି। ରାଷ୍ଟ୍ରପତି ଇମାନ୍ବେଲ୍‌ ମାକ୍‌ରଁ, ପ୍ରଧାନମନ୍ତ୍ରୀ ଏଡୁଆର୍ଡ ଫିଲିପ୍‌ ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଖ୍ରୀଷ୍ଟୋଫେ କାଷ୍ଟାନେର ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି। ଫ୍ରାନ୍ସରେ ପୋଲିସ ଅଧିକାରୀମାନଙ୍କ ଉପରେ କ୍ରମାଗତ ଆକ୍ରମଣକୁ ନେଇ ପୋଲିସ ପକ୍ଷରୁ ଦେଶବ୍ୟାପୀ କାର୍ଯ୍ୟବନ୍ଦ ଆନ୍ଦୋଳନ କରାଯିବାର ଦିନକ ପରେ ଏହି ଟାର୍ଗେଟ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କଳା ପୋଷାକ ପିନ୍ଧି ସଂସଦ ଆସିବେ ବିରୋଧୀ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୨।୭: ସଂସଦର ମୌସୁମୀ ଅଧିବେଶନର ଆଜି ହେଉଛି ତୃତୀୟ ଦିନ। ହଙ୍ଗାମାର ଆଶାକୁ ଦୃଷ୍ଟିରେ ରଖି ଲୋକସଭା ବାଚସ୍ପତି ଓମ ବିର୍ଲା ସମସ୍ତ ଦଳ ସହିତ ଆଲୋଚନା…

ଦାରିଙ୍ଗବାଡିରେ ସପ୍ତାହେ ଲାଗି ରହିଛି ବର୍ଷା: ହସୁଛି ଧାନ-ହଳଦୀ କ୍ଷେତ

ଦାରିଙ୍ଗବାଡି, ୨୨।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲଜ ଅଞ୍ଚଳରେ ରଥଯାତ୍ରା ପୂର୍ବ ରାତିଠାରୁ ଲାଗିରହିଛି। ବର୍ଷା ମଝିରେ ମଝିରେ ବର୍ଷା କମିଲେ ମଧ୍ୟ ପାଗ…

ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର: ହସ୍ପିଟାଲରରେ ହେଲେ ଭର୍ତ୍ତିି, ଆରୋଗ୍ୟ କାମନା କଲେ…

ପାଟଣା, ୨୨।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ କାହ୍ନୁଚରଣ ନାଏକ ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି…

CJP ପ୍ରଦର୍ଶନ ମଧ୍ୟରେ ଭାଜପା କଲା ବଡ଼ ଘୋଷଣା: ରାହୁଲ ଗାନ୍ଧୀଙ୍କ ବିରୋଧରେ ସାରା ଦେଶରେ ହେବ…

ନୂଆଦିଲ୍ଲୀ,୨୨।୭: ଭାଜପା ଆଜି ସାରା ଦେଶରେ ରାଜ୍ୟ କଂଗ୍ରେସ କାର୍ଯ୍ୟାଳୟକୁ ଘେରାଉ କରିବାକୁ ଯାଉଛି। ଭାଜପାର କହିବାନୁଯାୟୀ ରାହୁଲ ଗାନ୍ଧୀ ଦୁର୍ଭାବନାପୂର୍ଣ୍ଣ ମନୋଭାବ ରଖି ପ୍ରଧାନମନ୍ତ୍ରୀ ଆବାସ…

CJP ଆନ୍ଦୋଳନ ଭିତରେ କେନ୍ଦ୍ର ସରକାରଙ୍କ ଠାରେ ବଡ଼ ଦାବି କଲେ ମୁଖ୍ୟମନ୍ତ୍ରୀ ବିଜୟ: NEET ପରୀକ୍ଷାକୁ…

ନୂଆଦିଲ୍ଲୀ,୨୨।୭: କକ୍ରୋଚ ଜନତା ପାର୍ଟି (CJP)ର ପ୍ରଦର୍ଶନ ଏବଂ ବିବାଦ ଭିତରେ ତମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ ଥଲାପତି କେନ୍ଦ୍ର ସରକାରଙ୍କ ନିକଟରେ ଏକ ବଡ଼ ଦାବି ରଖିଛନ୍ତି।…

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ପେଟ୍ରୋଲ ପରେ ଡିଜେଲର ପାଳି! ଆରମ୍ଭ ହେବ ବାୟୋ ଡିଜେଲ, ଜାଣନ୍ତୁ କେତେ ପରିମାଣରେ ମିଶିବ…

ନୂଆଦିଲ୍ଲୀ,୨୨।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ (Ethnaol Blending) କୁ ନେଇ ସାରା ଦେଶରେ ବେଶ୍ ହଙ୍ଗାମା ଚାଲିଛି। ଏହି ପେଟ୍ରୋଲ ଯୋଗୁଁ ସେମାନଙ୍କ ଗାଡ଼ି ଖରାପ ହେଉଥିବା…

ସୋନମ ୱାଙ୍ଗଚୁକଙ୍କ ପାଇଁ ନ୍ୟୁୟର୍କଠାରୁ ଆରମ୍ଭ କରି ଲଣ୍ଡନ ପର୍ଯ୍ୟନ୍ତ ପ୍ରଦର୍ଶନ, ଭାରତ ସରକାରଙ୍କୁ କଲେ ବଡ଼ ଅପିଲ୍‌

ନୂଆଦିଲ୍ଲୀ,୨୨।୭: ଆମେରିକାସ୍ଥିତ ଏକ ଅଧିକାର ଗ୍ରୁପର କର୍ମକର୍ତ୍ତାମାନେ ଆମରଣ ଅନଶନ କରୁଥିବା ସୋନମ ୱାଙ୍ଗଚୁକଙ୍କ ପ୍ରତି ଏକଜୁଟତା ଜାହିର କରିବା ପାଇଁ ନ୍ୟୁୟର୍କ ଏବଂ ସାନ ହୋଜେରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri