ପୋଲିସ ହେପାଜତରୁ ଅଭିଯୁକ୍ତ ଚମ୍ପଟ

ବ୍ରହ୍ମପୁର ଅଫିସ,୨୩ା୫: ଟାଉନ ଥାନାରୁ ବୁଧବାର ମଧ୍ୟାହ୍ନରେ ପୋଲିସକୁ ଚକ୍‌ମା ଦେଇ ଜଣେ ଅଭିଯୁକ୍ତ ଚମ୍ପଟ ମାରିଛନ୍ତି ।
ସେ ହେଲେ ମହମ୍ମଦ ଇମରାନ। ଏକ ହତ୍ୟା ଉଦ୍ୟମ ମାମଲାରେ ସେ ସମ୍ପୃକ୍ତ ଥିବା ବେଳେ ତାଙ୍କୁ ସଦର ଥାନାରେ ଅଟକ ରଖାଯାଇଥିଲା। ଥାନାରେ ସମସ୍ତ କର୍ମଚାରୀ ଉପସ୍ଥିତ ଥିବା ବେଳେ ସେ କିପରି ଖସି ପଳାଇଲେ ତାହା ଏବେ ପୋଲିସର କାର୍ଯ୍ୟଦକ୍ଷତା ପ୍ରତି ଅଙ୍ଗୁଳି ନିର୍ଦ୍ଦେଶ କରୁଛି। ଘଟଣା ଜଣାପଡ଼ିବା ପରେ ମହମ୍ମଦଙ୍କ ନଁାରେ ଥାନାରୁ ଚମ୍ପଟ ମାରିବା ଅଭିଯୋଗରେ ବୁଧବାର ଆଉଏକ ମାମଲା ରୁଜୁ କରିଥିବା ବ୍ରହ୍ମପୁର ଏସ୍‌ଡିପିଓ ବିଷ୍ଣୁ ପ୍ରସାଦ ପତି ସୂଚନା ଦେଇଛନ୍ତି।
ପ୍ରକାଶ ଯେ, ଗତ ୧୭ ତାରିଖ ରାତିରେ ସଦର ଥାନା ବ୍ୟାଙ୍କ କଲୋନୀରେ ଜଣେ ଅଟୋ ଡ୍ରାଇଭର କେଦାର ଗନ୍ତାୟତଙ୍କୁ ମହମ୍ମଦ ଇମରାନ ଓ ତାଙ୍କର ଜଣେ ସହଯୋଗୀ ଟୁଟୁ ନାୟକ ଲୁହାରଡ଼ରେ ମରଣାନ୍ତକ ଆକ୍ରମଣ କରିଥିଲେ। ପୋଲିସ ନଂ. ୧୨୧/୧୯ରେ ମାମଲା ରୁଜୁ କରି ଗତ ୧୮ରେ ଟୁଟୁଙ୍କୁ କୋର୍ଟଚାଲାଣ କରିଥିଲା। ଇମରାନ ଫେରାର ଥିବା ବେଳେ ଟାଉନ ଥାନା ପୋଲିସ ତାଙ୍କୁ ମଙ୍ଗଳବାର ରାତିରେ ଧରିଆଣି ଥାନାରେ ଅଟକ ରଖିଥିଲା। ଇମରାନଙ୍କୁ ବୁଧବାର ସଦର ଥାନାକୁ ହସ୍ତାନ୍ତର କରିବା ପୂର୍ବରୁ ସେ ଚମ୍ପଟ ମାରିଛନ୍ତିି । ଅନ୍ୟପଟେ ଘଟଣା ବେଳେ ଥାନାରେ ଦାୟିତ୍ୱରେ ଥିବା ସେଣ୍ଟ୍ରିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି କି ନାହିଁ ସେନେଇ ପୋଲିସ ସୂଚନା ଦେଇନାହିଁ ।


Enter your email to get our daily news in your inbox.

All Right Reserved By Dharitri.Com

‘କିଶୋରୀମାନେ ପରିବାରର ବୋଝ ନୁହନ୍ତି’

ଛତ୍ରପୁର,୨୧ା୫(ଦିଲ୍ଲୀପ ସାମଲ): କିଶୋରୀମାନେ ପରିବାରର ବୋଝ ନୁହନ୍ତି। ସେମାନେ ଦେଶର ସ୍ବର୍ଣ୍ଣିମ ଭବିଷ୍ୟତ। ସେମାନଙ୍କୁ ସମସ୍ତ ପ୍ରକାର ସୁବିଧା-ସୁଯୋଗ ତା’ସହିତ ସୁରକ୍ଷା ଓ ସମ୍ମାନ ଯୋଗାଇଦେବା ଆମ…

ଗୋଟିଏ ମଞ୍ଚରେ ଏକାଠି ହୋଇପାରୁନାହାନ୍ତି କଂଗ୍ରେସ ନେତା

ଭଞ୍ଜନଗର,୨୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିର୍ବାଚନମଣ୍ଡଳୀରେ କଂଗ୍ରେସର ସବୁ ନେତା ଏକାଠି ହୋଇ ପାରୁନାହାନ୍ତି ଗୋଟିଏ ମଞ୍ଚରେ। ଇତିମଧ୍ୟରେ ଭଞ୍ଜନଗର ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା…

ଇଞ୍ଜିନିୟର ହେବା ଲକ୍ଷ୍ୟରେ ଶୁଭମ୍‌-କାର୍ତ୍ତିକେୟ, ଯୁକ୍ତ୨ ବିଜ୍ଞାନରେ ରଖିଛନ୍ତି…

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତଦୁଇ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ଛାତ୍ର…

ଯୁକ୍ତ ୨ ବିଜ୍ଞାନରେ ବିଘ୍ନେଶ ଚୌଧୁରୀ ଛତ୍ରପୁର ବ୍ଲକ ଟପ୍ପର, ମିଷ୍ଟାନ ବାଣ୍ଟି ଖୁସି ଜାହିର କଲେ ବିଦ୍ୟାର୍ଥୀ

ଛତ୍ରପୁର, ୨୧।୫(ଦିଲ୍ଲୀପ ସାମଲ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ( ସିଏଚଏସଇ ) ଦ୍ୱାରା +୨ ପରୀକ୍ଷାଫଳ ବୁଧବାର ପ୍ରକାଶ ପାଇଛି l ଏହି ପରିପ୍ରେକ୍ଷୀରେ ଗଞ୍ଜାମ…

ମୁଖ୍ୟଅତିଥି ଭାବେ ଯୋଗ ଦେଇ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସ ପାଳିଲେ ପ୍ରଫୁଲ୍ଲ ପଣ୍ଡା, କହିଲେ ଭାରତକୁ ସମଗ୍ର ବିଶ୍ୱରେ…

ଦିଗପହଣ୍ଡି, ୨୧।୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନଗର କଂଗ୍ରେସ କମିଟି ପକ୍ଷରୁ ଗୁରୁବାର ସ୍ବର୍ଗତ ପ୍ରଧାନମନ୍ତ୍ରୀ ରାଜୀବ ଗାନ୍ଧୀଙ୍କ ତିରୋଧାନ ଦିବସ ପାଳନ କରାଯାଇଥିଲା। ପୁଞ୍ଜିକଂୟା ଛକ…

ତାରାତାରିଣୀ କଲେଜର ସଫଳତା: ଯୁକ୍ତଦୁଇ ବିଜ୍ଞାନରେ ଆଗରେ ପୁଅ, କଳାରେ ଝିଅ

ପୁରୁଷୋତ୍ତମପୁର,୨୧ା୫(ସବିତା ମିଶ୍ର): ଚଳିତବର୍ଷ ଯୁକ୍ତଦୁଇ ଓ ଯୁକ୍ତତିନି ପରୀକ୍ଷାରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜକୁ ବଡ଼ ସଫଳତା ମିଳିଛି। ଅଧ୍ୟକ୍ଷ ଡଃ ପ୍ରଦୀପ କୁମାର ସାହୁ…

ବିଜ୍ଞାନରେ ଏତିକି ନମ୍ବର ରଖି ଦୁଇ ଜଣ ହେଲେ ବ୍ଲକ ଟପ୍ପର : ସଫଳତା ପାଇଁ ଅଧ୍ୟାପକ, ପରିବାରଙ୍କୁ ଦେଲେ ଶ୍ରେୟ

ଛତ୍ରପୁର,୨୧।୫(ଦିଲ୍ଲୀପ ସାମଲ): ପ୍ରକାଶ ପାଇଛି ଯୁକ୍ତ୨ ରେଜଲ୍ଟ । ଏହି ଅବସରରେ ବିଜ୍ଞାନ ବିଭାଗରେ ଦୁଇ ଛାତ୍ର ଛତ୍ରପୁର ବ୍ଲକ ଟପ୍ପର ହୋଇଛନ୍ତି । ଗୋବିନ୍ଦପୁର ସ୍ଥିତ…

ଦୁର୍ଗାମାଧବ ରାଜ୍ୟରେ ଦ୍ୱିତୀୟ: ଛୁଟୁଛି ଶୁଭେଚ୍ଛାର ସୁଅ

ଗଞ୍ଜାମ,୨୧।୫(ବିଦ୍ୟାଧର ସାହୁ): ଚଳିତବର୍ଷ ଯୁକ୍ତଦୁଇ ବିଜ୍ଞାନରେ ରାଜ୍ୟରେ ୨ୟ ସ୍ଥାନ ଅଧିକାର କରିଛନ୍ତି ଦୁର୍ଗାମାଧବ ବାରିକ l ଗଞ୍ଜାମ ସହର ଦୁର୍ଗାଦେବୀ ସାହି ବାସିନ୍ଦା ତଥା ଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri