Posted inଫୁରସତ

ପୋଲ ତଳକୁ ଡେଇଁ ଆତ୍ମହତ୍ୟା କଲେ ମାଲିକ: ୪ ଦିନ ଅପେକ୍ଷା କରି ବସିଲା କୁକୁର !

ବେଜିଂ,୯।୬: ଚାଇନାର ଉହାନରେ ଥିବା ଏକ କୁକୁରର କାହାଣୀ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି କୁକୁରର ମାଲିକ ଏକ ପୋଲ ଉପରୁ ନଦୀକୁ ଡେଇଁ ଆତ୍ମହତ୍ୟା କରିଥିଲେ। ଆଉ ସେ ଯେଉଁଠାରେ ନଦୀକୁ ଡେଇଁ ପଡିଥିଲେ ପୋଲର ସେହି ସ୍ଥାନରେ ତାଙ୍କ ପୋଷା କୁକୁରଟି ପାଖାପାଖି ୪ ଦିନ ପର୍ଯ୍ୟନ୍ତ ମାଲିକଙ୍କୁ ଅପେକ୍ଷା କରି ବସି ରହିଥିଲା। ପରେ ଉକ୍ତ ବ୍ୟକ୍ତିଙ୍କର ଜଣେ ବନ୍ଧୁ ବହୁ କଷ୍ଟରେ ସେଠାରୁ କୁକୁରଟିକୁ ନେଇ ଯାଇଥିଲେ। ଡେଲି ମେଲ୍‌ରେ ପ୍ରକାଶିତ ଏକ ଖବର ଅନୁଯାୟୀ, ମେ’ ୩୦ରେ ଉହାନର ଜଣେ ବ୍ୟକ୍ତି ତାଙ୍କ କୁକୁରକୁ ସାଥିରେ ଧରି ବାହାରକୁ ବୁଲିବାକୁ ଯାଇଥିଲେ। ଏହାପରେ ନିକଟରେ ଥିବା ୟାଂଗାତଜେ ନଦୀର ପୋଲ ଉପରୁ ହଠାତ୍‌ ବ୍ୟକ୍ତି ଜଣଙ୍କ ପାଣିକୁ ଡେଇଁପଡି ଆତ୍ମହତ୍ୟା କରିଥିଲେ। ଘଟଣା ସମ୍ପର୍କରେ ଜଣାପଡିବା ପରେ ପୋଲିସ ଘଟଣାସ୍ଥଳରେ ପହଞ୍ଚିଥଲା। ଏହାପରେ କୁକୁରଟିକୁ ପୋଲିସ ସେଠାରୁ ହଟାଇବାକୁ ଚେଷ୍ଟା କରି ବିଫଳ ମଧ୍ୟ ହୋଇଥିଲା। କେହି ଜଣେ ପୋଲିସ କୁକୁରଟିର ଫଟୋ ସୋସିଆଲ ମିଡିଆରେ ଅପଲୋଡ କରିବା ପରେ ଏହା ଭାଇରାଲ ହୋଇଥିଲା। ଉହାନର ଏକ ଖବର କାଗଜର ସୂଚନା ମୁତାବକ ଅନେକ ଲୋକ କୁକୁରଟିକୁ ଘରକୁ ନେବାକୁ ଚେଷ୍ଟା କରିଥିଲେ ମଧ୍ୟ ବିଫଳ ହୋଇଥିଲେ। ନିକଟରେ ଲାଗିଥିବା ସିସିଟିଭିରେ ସମସ୍ତ ଘଟଣା ରେକର୍ଡ ହୋଇଥିବା କୁହାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri