ପୌରସଂସ୍ଥା, ସଦରବ୍ଲକ କାର୍ଯ୍ୟାଳୟକୁ ମନ୍ତ୍ରୀଙ୍କ ଅଚାନକ ଗସ୍ତ:ଯୋଜନାର ଠିକ୍‌ ତଥ୍ୟ ରଖିବାକୁ ନିର୍ଦ୍ଦେଶ

ଢେଙ୍କାନାଳ ଅଫିସ,୨୯ା୧୦

ମୁଖ୍ୟମନ୍ତ୍ରୀଙ୍କ ୫-ଟି କାର୍ଯ୍ୟକ୍ରମକୁ ସଫଳତାର ସହ କାର୍ଯ୍ୟକାରୀ କରିବାକୁ ସଚିବମାନେ ବିଭିନ୍ନ ସ୍ଥାନ ଗସ୍ତ କରୁଥିବାବେଳେ ଏହାର ଅନୁଧ୍ୟାନ କରିବାକୁ ଏବେ ମନ୍ତ୍ରୀଙ୍କ ପାଳିପଡିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ପଞ୍ଚାୟତିରାଜ, ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା ସୋମବାର ପୂର୍ବାହ୍ନ ପ୍ରାୟ ସାଢେ ୧୧ଟାରେ ଅଚାନକ ପୌରସଂସ୍ଥା କାର୍ଯ୍ୟାଳୟ ଓ ପରେ ସଦର ବ୍ଲକ କାର୍ଯ୍ୟାଳୟକୁ ଗସ୍ତ କରିଛନ୍ତି। ସରକାରୀ ଯୋଜନା ସମ୍ବନ୍ଧୀୟ ସମସ୍ତ ତଥ୍ୟ ଠିକ୍‌ ଭାବେ ପ୍ରସ୍ତୁତ କରି ରଖିବା ପାଇଁ ମନ୍ତ୍ରୀ ଏହି ଅବସରରେ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଜନ ଅଭିଯୋଗ ଶୁଣାଣି ଦିବସରେ ଅଧିକାରୀ ଓ କର୍ମଚାରୀମାନେ କାର୍ଯ୍ୟାଳୟରେ ଉପସ୍ଥିତ ରହି ଲୋକଙ୍କ ଅଭିଯୋଗକୁ ଗୁରୁତ୍ୱର ସହ ନେଇ ସେମାନଙ୍କୁ ନ୍ୟାୟ ପ୍ରଦାନ କରିବାକୁ ପରାମର୍ଶ ଦେଇଥିଲେ।
ମନ୍ତ୍ରୀ ପ୍ରଥମେ ପୌରସଂସ୍ଥା କାର୍ଯ୍ୟାଳୟରେ ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଲୋକାଭିମୁଖୀ ଯୋଜନା ସମ୍ପର୍କରେ ନିର୍ବାହୀ ଅଧିକାରୀ ଓ ଅନ୍ୟାନ୍ୟ କର୍ମଚାରୀଙ୍କ ସହ ଆଲୋଚନା କରିଥିଲେ। ରାଜ୍ୟ ସରକାରଙ୍କ ଜାଗା ମିଶନ ଯୋଜନା ମାଧ୍ୟମରେ ସମସ୍ତ ବସ୍ତିବାସିନ୍ଦା ହିତାଧିକାରୀ ଓଡ଼ିଶା ବସ୍ତି ବାସିନ୍ଦା ଭୂମି ଅଧିକାର ନିୟମ-୨୦୧୭ ଅନୁଯାୟୀ ଭୂମି ଅଧିକାର ପ୍ରମାଣପତ୍ର କିପରି ଶୀଘ୍ର ପାଇପାରିବେ ସେ ଦିଗରେ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ। ଉନ୍ନତୀକରଣ ଯୋଜନାଗୁଡିକରେ ସମସ୍ତ ଅର୍ଥ ଶୀଘ୍ର ଖର୍ଚ୍ଚ କରିବା ପାଇଁ ପରାମର୍ଶ ଦେଇଥିଲେ। ଆସନ୍ତା ୧ ତାରିଖ ସୁଦ୍ଧା ମାଇକ୍ରୋ କମ୍ପୋଷ୍ଟିଂ ସେଣ୍ଟର ଓ ମାଟେରିଆଲ ରିକଭରି ଫାସିଲିଟି ସେଣ୍ଟରଗୁଡିକୁ ଚାଲୁ ହେବାକୁ ନିର୍ଦ୍ଦେଶ ଦେବା ସହ ଚିହ୍ନଟ ହୋଇଥିବା ବସ୍ତି ଗୁଡିକରେ ଶିଶୁ ଦିବସରେ ଅବଶିଷ୍ଟ ରହିଯାଇଥିବା ହିତାଧିକାରୀମାନଙ୍କୁ ଭୂଅଧିକାର ପ୍ରମାଣପତ୍ର ଦେବାକୁ ନିର୍ଦ୍ଦେଶ ଦେଇଥିଲେ। ରାଜ୍ୟ ସରକାରଙ୍କ ଆମ ସହର, ଆମ ଉନ୍ନତି କାର୍ଯ୍ୟକ୍ରମ ଅନ୍ତର୍ଗତ ଯୋଜନାର ପ୍ରକଳ୍ପଗୁଡିକ ପୂର୍ଣ୍ଣାଙ୍ଗ ହୋଇଥିବାରୁ ସନ୍ତୋଷ ବ୍ୟକ୍ତ କରିଥିଲେ। ଏହି ଅବସରରେ ମନ୍ତ୍ରୀ ରାଶନ କାର୍ଡ ଓ ଭତ୍ତା ନିମନ୍ତେ ପୌର କାର୍ଯ୍ୟାଳୟକୁ ଆସିଥିବା ହିତାଧିକାରୀମାନଙ୍କ ସହିତ ସିଧାସଳଖ ଆଲୋଚନା କରି ସେମାନଙ୍କ ସମସ୍ୟାକୁ ଶୀଘ୍ର ସମାଧାନ କରିବା ନିମନ୍ତେ ନିର୍ଦ୍ଦେଶ ଦେଇଥିଲେ। ପୌର କାର୍ଯ୍ୟାଳୟ ପରିସର ପରିଷ୍କାର ନ ଥିବା ଦେଖି ମନ୍ତ୍ରୀ ଅସନ୍ତୋଷ ପ୍ରକାଶ କରିବା ସହ ସ୍ବଚ୍ଛତା ବଜାୟ ରଖିବା ଉପରେ ଗୁରୁତ୍ୱ ପ୍ରଦାନ କରିଥିଲେ। ଆଲୋଚନାବେଳେ ରାଜ୍ୟ ପୌର ପ୍ରଶାସନ ନିର୍ଦ୍ଦେଶକ ସଂଗ୍ରାମଜିତ୍‌ ନାୟକ ଓ ଢେଙ୍କାନାଳ ପୌରସଂସ୍ଥା ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ ଉପସ୍ଥିତ ଥିଲେ। ପରେ ମନ୍ତ୍ରୀ ସଦର ବ୍ଲକ କାର୍ଯ୍ୟାଳୟ ପରିଦର୍ଶନ କରି ଆମ ଗାଁ ଆମ ବିକାଶ କାର୍ଯ୍ୟକ୍ରମର ସମୀକ୍ଷା କରିଥିଲେ। ଏହି ଯୋଜନାରେ ବ୍ଲକରେ ୨୪୨ଟି ପ୍ରକଳ୍ପ ମଧ୍ୟରୁ ୫୫ଟି ପ୍ରକଳ୍ପ କାମ ପଡିରହିଛି ବୋଲି ବିଡିଓ ସୁକାନ୍ତ ମାଝି ଓ ଏବିଡିଓ ଝାଡେଶ୍ୱର ଦାସ ସୂଚନା ଦେଇଥିଲେ। ଏହାପରେ ଏମ୍‌ପି, ବିଧାୟକ ଓ ଜିଲା ପରିଷଦ ପାଣ୍ଠି ବିନିଯୋଗ ଉପରେ ଆଲୋଚନା କରିଥିଲେ ା ପ୍ରଧାନମନ୍ତ୍ରୀ ଆବାସ ଯୋଜନା ସମ୍ପର୍କରେ ମଧ୍ୟ ଆଲୋଚନା ହୋଇଥିଲା। ଏଥିରେ ସଦର ବ୍ଲକ ଜିଲାର ୮ଟି ବ୍ଲକ ମଧ୍ୟରୁ ପ୍ରଥମ ସ୍ଥାନରେ ଥିବା ଜାଣି ମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଥିଲେ ା ପ୍ରକଳ୍ପଗୁଡିକୁ ନିର୍ଦ୍ଧାରିତ ସମୟ ମଧ୍ୟରେ ସାରିବା ସହିତ ବିନିଯୋଗ ପ୍ରମାଣପତ୍ର ଦାଖଲ କରିବା ପାଇଁ ବିଡିଓଙ୍କୁ ମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ବିଡିଓ ବିଭିନ୍ନ ଯୋଜନାର ତଥ୍ୟ ଠିକ୍‌ ଭାବରେ ଉପସ୍ଥାପନ କରି ନ ପାରିବାରୁ ମନ୍ତ୍ରୀ ଅସନ୍ତୋଷ ପ୍ରକାଶ କରିଥିଲେ। ଗସ୍ତ ସମ୍ପର୍କରେ ସୂଚନା ଦେଇ ମନ୍ତ୍ରୀ ଗଣମାଧ୍ୟମ ପ୍ରତିନିଧିଙ୍କୁ କହିଲେ ଯେ, ଅଚାନକ ପରିଦର୍ଶନରେ ଆସିଥିଲୁ। ପୌରସଂସ୍ଥା ଓ ବ୍ଲକ କାର୍ଯ୍ୟାଳୟରେ ସରକାରୀ ଯୋଜନାର କାର୍ଯ୍ୟ ସନ୍ତୋଷଜନକ। କେବଳ ଠିକ୍‌ ତଥ୍ୟ ପ୍ରସ୍ତୁତ କରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ତଥ୍ୟ ସହ ଦୁର୍ନୀତି ଅଭିଯୋଗ ପ୍ରମାଣିତ ହେଲେ ନିଶ୍ଚିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଥିଲେ। ଏହାପରେ ମନ୍ତ୍ରୀ ବାଞ୍ଝକୁସୁମଠାରେ ଥିବା ପୌରସଂସ୍ଥାର ଫିକିଲ ସ୍ଲଜ୍‌ ଟ୍ରିଟମେଣ୍ଟ ପ୍ଲାଣ୍ଟ ପରିଦର୍ଶନ କରି ଫେରିଯାଇଥିଲେ ା


Enter your email to get our daily news in your inbox.

All Right Reserved By Dharitri.Com

ଆଶଙ୍କାରେ ପେନ୍‌ସନ୍‌ଭୋଗୀଙ୍କ ଭବିଷ୍ୟତ, ସମସ୍ତେ ଏକାଠି ହୋଇ…

କେନ୍ଦୁଝର,୨୦ା୩(ନରେଶ ଚନ୍ଦ୍ର): କେନ୍ଦୁଝର ଜିଲା ଅବସରପ୍ରାପ୍ତ ମାଧ୍ୟମିକ ଶିକ୍ଷକ ଓ କର୍ମଚାରୀ ସଂଘର ଏକ ବୈଠକ ସଭାପତି ସଞ୍ଜୟ ବସନ୍ତ ଚକ୍ରଙ୍କ ଅଧ୍ୟକ୍ଷତାରେ ଶିକ୍ଷକ ଭବନ କେନ୍ଦୁଝରଠାରେ…

ଶ୍ୱଶୁରଙ୍କୁ ନେଇ ଏମିତି କହିଦେଲେ ଧୋନୀଙ୍କ ସ୍ତ୍ରୀ: ଚାରିଆଡ଼େ ହେଉଛି ଚର୍ଚ୍ଚା

ରାଞ୍ଚି,୨୦।୩: ଭରତୀୟ କ୍ରିକେଟ୍‌ ଦଳର ପୂର୍ବତନ କ୍ରିକେଟର୍‌ ମହେନ୍ଦ୍ର ସିଂହ ଧୋନୀଙ୍କ ପରିବାର ସମ୍ପର୍କରେ ଏକ ଭାବପ୍ରବଣ ପୋଷ୍ଟ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ତାଙ୍କ…

ଇରାନକୁ ଆଉ ଏକ ବଡ଼ ଝଟକା, ଇସ୍ରାଏଲୀ ଆକ୍ରମଣରେ IRGC ମୁଖପାତ୍ର ଅଲି ମହମ୍ମଦଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୨୦ା୩: ଇସ୍ରାଏଲ ଏବଂ ଆମେରିକା ସହିତ ଇରାନର ବିବାଦ ଜାରି ରହିଛି । ଏହି ବିବାଦ ମଧ୍ୟରେ ଇରାନକୁ ଆଉ ଏକ ବଡ଼ ଧକ୍କା ଲାଗିଛି ।…

ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଲେ ମା’ କନକ ଦୁର୍ଗା

ଦେବଗଡ,୨୦।୩(ଶଶାଙ୍କ ଶେଖର ଝାଙ୍କର): ମଠ ସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତୀକ ନବରାତ୍ର ପୂଜା ଦ୍ୱିତୀୟ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶୁକ୍ରବାର ମା’ କନକ…

ଲିଭ୍‌ ଇନ୍‌ରେ ରହୁଥିଲେ; ବାହାରେ ଜଗିଥିଲା ପୋଲିସ, ଭିତରେ ଘଟିଲା…

ପୁରୁଣା ଭୁବନେଶ୍ୱର/ପିପିଲି, ୨୦ା୩ (ସୁବାସ ଚନ୍ଦ୍ର ପ୍ରଧାନ/ଦୁର୍ଗାମାଧବ ମିଶ୍ର):ଲିଭ୍‌ ଇନ୍‌ରେ ରହୁଥିବା ଯୁବତୀଙ୍କ ଅଭିଯୋଗ ଆଧାରରେ ଗିରଫ କରିବା ପାଇଁ ଘର ବାହାରେ ପୋଲିସ ଜଗିଥିଲା, ହେଲେ…

ମାଓବାଦୀ ନେତା ଶୁକ୍ରୁ ବିପଦରେ

ଭୁବନେଶ୍ୱର,୨୦।୩: ଡିଜିପି ଓ୍ବାଇ.ବି ଖୁରାନିଆଙ୍କ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ଆସନ୍ତା ୩୧ ତାରିଖ ସୁଦ୍ଧା ରାଜ୍ୟରୁ ମାଓବାଦୀ ନିପାତ ଲକ୍ଷ୍ୟରେ ଶେଷ ଲଢ଼େଇ ଜାରି…

ଇରାନ ବିବାଦ: ଟ୍ରମ୍ପଙ୍କ ନାଁ ନନେଇ ଏମିତି କହିଦେଲେ ମୋହନ ଭାଗବତ, ବିଶ୍ବକୁ ଦେଲେ ଶାନ୍ତିର ମନ୍ତ୍ର

ନୂଆଦିଲ୍ଲୀ,୨୦।୩: ଇରାନ-ଆମେରିକା ବିବାଦ ଭିତରେ ଆରଏସଏସ ମୁଖ୍ୟ ମୋହନ ଭାଗବତ ବିଶ୍ୱକୁ ଶାନ୍ତିର ବାର୍ତ୍ତା ଦେଇଛନ୍ତି । ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (ଆରଏସଏସ)ର ମୁଖ୍ୟ ମୋହନ ଭାଗବତ…

ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ବୟାନ: ମାଟ୍ରିକ ପରୀକ୍ଷା ଦେଲେନି ୯୯୩୦ ଛାତ୍ରୀଛାତ୍ର

ଭୁବନେଶ୍ୱର,୨୦।୩: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଶୁକ୍ରବାର ଗୃହରେ ଏକ ବଡ଼ ବୟାନ ଦେଇଛନ୍ତି। ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ୯୯୩୦ଜଣ ଛାତ୍ରୀଛାତ୍ର ଅନୁପସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri