ପୌର ଓ ବ୍ଲକ କାର୍ଯ୍ୟାଳୟରେ ଏମ୍‌ପିଙ୍କ ସମୀକ୍ଷା:ସଫେଇ ପାଇଁ କର୍ତ୍ତୃପକ୍ଷଙ୍କୁ ତାଗିଦ

ଅନୁଗୋଳ ଅଫିସ, ୨୪।୯

ଅନୁଗୋଳ ବ୍ଲକ ଓ ପୌରପାଳିକାର କାର୍ଯ୍ୟ ସମୀକ୍ଷା କରିଛନ୍ତି ଢେଙ୍କାନାଳ ଏମ୍‌ପି ମହେଶ ସାହୁ। ପ୍ରଥମେ ସେ ପୌରପାଳିକା କାର୍ଯ୍ୟାଳୟରେ ପହଞ୍ଚି ଏକ ବୈଠକରେ ଯୋଗ ଦେଇଥିଲେ। ପରେ ୨ନଂ ୱାର୍ଡ ପରିଦର୍ଶନ କରି ସହରର ପରିମଳ ବ୍ୟବସ୍ଥା ସୁଧାରିବାକୁ କର୍ତ୍ତୃପକ୍ଷଙ୍କୁ ତାଗିଦ କରିଥିଲେ। ଏହାପରେ ବ୍ଲକ କାର୍ଯ୍ୟାଳୟରେ ବିଭିନ୍ନ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଥିଲେ। ତେବେ ବହୁ ପ୍ରକଳ୍ପ ଅଧପନ୍ତରିଆ ଅବସ୍ଥାରେ ପଡ଼ିଥିବା ଜାଣି ଏମ୍‌ପି ବିରକ୍ତି ପ୍ରକାଶ କରିଥିଲେ।
ଅପରାହ୍ନରେ ଏମ୍‌ପି ଅନୁଗୋଳ ପୌରପାଳିକାରେ କାର୍ଯ୍ୟ ସମୀକ୍ଷା କରିବା ପରେ ରାଜକିଶୋରପଡ଼ାରେ ଥିବା ୨ ନମ୍ବର ୱାର୍ଡରେ ବୁଲି ପରିମଳ ସମସ୍ୟାର ଅନୁଧ୍ୟାନ କରିଥିଲେ। ଉକ୍ତ ଓ୍ବାର୍ଡରେ ଡ୍ରେନ ବ୍ୟବସ୍ଥା ବିପର୍ଯ୍ୟସ୍ତ ଅବସ୍ଥାରେ ଥିବା ଦେଖିବା ପରେ ଏମ୍‌ପି ତୁରନ୍ତ ତାହାକୁ ମରାମତି କରିବାକୁ ନୂତନ ପୌର ନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା ଏବଂ ଜେଇଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ସହରରୁ ତୁରନ୍ତ ଆବର୍ଜନା ସଫା କରିବା ପାଇଁ ସେ ତାଗିଦ କରିଥିଲେ। ପରେ ବ୍ଲକ କାର୍ଯ୍ୟାଳୟରେ ବିଡିଓ ମାୟାଧର ବେହେରା ଓ ଅନ୍ୟ ଅଧିକାରୀଙ୍କୁ ନେଇ ବୈଠକରେ ବିଭିନ୍ନ କାର୍ଯ୍ୟ ସମୀକ୍ଷା କରିଥିଲେ। କେଉଁ ଯୋଜନାରେ କେତେ କାର୍ଯ୍ୟ କରାଯାଇଛି ଓ କେତେ ପ୍ରକଳ୍ପ ଶେଷ ହୋଇପାରି ନାହିଁ ତାହା ପଚାରି ବୁଝିଥିଲେ। ତେବେ ସରକାର କରିଥିବା ଯୋଜନାର ସୁଫଳ ଯେପରି ସମସ୍ତ ଲୋକ ପାଇପାରିବେ ସେଥିପାଇଁ କାର୍ଯ୍ୟ କରିବାକୁ ଏମ୍‌ପି ବିଡିଓଙ୍କୁ ନିର୍ଦ୍ଦେଶ ଦେଇଥିଲେ। ବିଶେଷକରି ବ୍ଲକ କାର୍ଯ୍ୟାଳୟକୁ ଅଭିଯୋଗ କରିବାକୁ ଆସୁଥିବା ବୃଦ୍ଧାବୃଦ୍ଧ, ଦିବ୍ୟାଙ୍ଗ ଓ ବିଧବାମାନେ ଯେପରି ଭତ୍ତା ସହ ଅନ୍ୟାନ୍ୟ ସହାୟତା ପାଇପାରନ୍ତି ସେଥିପ୍ରତି ଧ୍ୟାନ ଦେବାକୁ ଏମ୍‌ପି ବିଡିଓଙ୍କ ସହ କର୍ମଚାରୀଙ୍କୁ ପରାମର୍ଶ ଦେଇଥିଲେ। ଏହି ସମୀକ୍ଷା ବୈଠକରେ ଉପଜିଲାପାଳ ବାସୁଦେବ ଶତପଥୀ, ବ୍ଲକ ଚେୟାରମ୍ୟାନ ନିରଞ୍ଜନ ଦେହୁରୀ, ଭାଇସ୍‌ ଚେୟାରମ୍ୟାନ ମମତା ପ୍ରଧାନ, ବିଡିଓ ମାୟାଧର ବେହେରାଙ୍କ ସମେତ ସମସ୍ତ କର୍ମଚାରୀ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନକ୍ଷତ୍ରରେ ମଙ୍ଗଳ ଗୋଚର: ୪ ରାଶିଙ୍କୁ ବଡ଼ ଡିଲ୍‌ ଅଫର୍‌, ଧନଲାଭ ଯୋଗ

ପୁଷ୍ୟା ନକ୍ଷତ୍ର ହେଉଛି ଶନିଦେବଙ୍କ ନକ୍ଷତ୍ର। ଶନିଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ ବିଭିନ୍ନ ରାଶିର ଲୋକଙ୍କ ଜୀବନ ଉପରେ ପ୍ରଭାବ ପକାଇବ। ସୂଚନାଯୋଗ୍ୟ ଯେ, ମଙ୍ଗଳଙ୍କ ଏହି…

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri