ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ୧୨ ଛାତ୍ରୀଛାତ୍ର ଅସୁସ୍ଥ: ଗୁଣିଆ ଡାକି ଝାଡ଼ିଲେ ଅଭିଭାବକ

ବନ୍ତଳା,୩୦।୧୦(ଡି.ଏନ.ଏ.)-ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଜଗନ୍ନାଥପୁର ପଞ୍ଚାୟତ ଟାକରିଶିଙ୍ଗା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମଙ୍ଗଳବାର ଅସୁସ୍ଥ ହୋଇପଡ଼ିଥିବା ୧୨ ଛାତ୍ରୀଛାତ୍ରଙ୍କୁ ଝଡ଼ାଫୁଙ୍କା କରିଛନ୍ତି ଗୁଣିଆ। ଶିକ୍ଷକମାନଙ୍କ ବାରଣ ସତ୍ତ୍ୱେ କେତେଜଣ ଅଭିଭାବକ ଏପରି ଅନ୍ଧବିଶ୍ୱାସର ସାହାରା ନେବା ଚର୍ଚ୍ଚାର ବିଷୟ ହୋଇଛି। ସେହିପରି ପଲାଙ୍କୁ ମଧ୍ୟାହ୍ନଭୋଜନ ନ ଦେଇ ଫିଙ୍ଗାଯାଇଥିବା ଜଣାପଡ଼ିଛି।
ସୂଚନା ଅନୁଯାୟୀ, ପୂର୍ବାହ୍ନ ୧୦ଟା ୩୦ରେ ଚତୁର୍ଥ, ପଞ୍ଚମ, ଷଷ୍ଠ ଓ ସପ୍ତମ ଶ୍ରେଣୀର ୧୨ ଜଣ ଛାତ୍ରୀଛାତ୍ରଙ୍କ ମୁଣ୍ଡ ବୁଲାଇବା ସହିତ ଗୋଡ଼ ହାତ ଅତ୍ୟଧିକ ଥଣ୍ଡା ହୋଇଯାଇଥିଲା। କେତେଜଣ ପେଟ ଦରଜ ହେଉଥିବା କହି ଅସୁସ୍ଥ ଅନୁଭବ କରିଥିଲେ। ଖବରପାଇ ଅଭିଭାବକମାନେ ବିଦ୍ୟାଳୟରେ ପହଞ୍ଚି ଥିଲେ। ସେମାନଙ୍କ ମଧ୍ୟରୁ କେତେଜଣ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଭୂତ ଲାଗିଥିବା ସନ୍ଦେହ କରି ଗୁଣିଆ ଡକାଇ ସ୍କୁଲ ପରିସରରେ ଝଡାଫୁଙ୍କା କରିଥିଲେ। କେତେଜଣ ଅଭିଭାବକ ଛାତ୍ରୀଛାତ୍ରଙ୍କୁ ଘରକୁ ନେଇ ସେଠାରେ ମଧ୍ୟ ଝଡ଼ାଫୁଙ୍କା କରିଥିଲେ। ତେବେ ଶିକ୍ଷକ ପ୍ରକାଶ ଚନ୍ଦ୍ର ଦେହୁରୀ, ଅଭିଭାବକ ମମତା ପ୍ରଧାନ, ସେଚ୍ଛାସେବୀ ଟିକିଲି ପ୍ରଧାନ ଓ ବବୁଲ ପ୍ରଧାନ ପ୍ରମୁଖ ଏକ ଅଟୋରେ ପାଞ୍ଚ ଜଣଙ୍କୁ ଜଗନ୍ନାଥପୁର ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଡାକ୍ତର ବିଶ୍ୱଜିତ ନାଏକ, ଡାକ୍ତର ବିଜୟ ପ୍ରଧାନ ଓ ଫାର୍ମାସିଷ୍ଟ ଅଜିତ କୁମାର ସାହୁ ପ୍ରମୁଖ ସେମାନଙ୍କୁ ଚିକିତ୍ସା କରି ଘରକୁ ପଠାଇ ଦେଇଥିଲେ। ପରେ ଶିକ୍ଷା କମିଟି ଓ ଗ୍ରାମବାସୀଙ୍କୁ ନେଇ ଏକ ବୈଠକ ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଥିଲା। ଗ୍ରାମ ସଭାପତି ଭଗବାନ ପ୍ରଧାନ, ଶିକ୍ଷା ପରିଚାଳନା କମିଟି ସଭାପତି ତ୍ରୈଲୋକ୍ୟ ପ୍ରଧାନ, ଉପ ସଭାପତି ବବିତା ନାଏକ, ୱାର୍ଡମେମ୍ବର ମୂଳିଆ ଦେହୁରୀ, ସରପଞ୍ଚ ବିନୋଦ ସାହୁ, ଅନନ୍ତ ପ୍ରଧାନ, ମମତା ସାହୁ, ଲିଲି ସାହୁ, ଚିତା ଦାସଙ୍କ ସହିତ ସମସ୍ତ ଅଭିଭାବକ ଉପସ୍ଥିତ ଥିଲେ। କାଳେ ପିଲାଙ୍କର କିଛି ଅସୁବିଧା ହେବ ସେଥିପାଇଁ ରୋଷେଇ ହୋଇଥିବା ମଧ୍ୟାହ୍ନ ଭୋଜନ ପିଲାଙ୍କୁ ଖାଇବାକୁ ନ ଦେଇ ଫୋପାଡ଼ି ଦେବାକୁ ଗ୍ରାମବାସୀ କହିଥିଲେ।
ଏ ସମ୍ପର୍କରେ ସିଆର୍‌ସିସି ଗୋବର୍ଦ୍ଧନ ନାଏକ କୁହନ୍ତି, ପ୍ରଧାନ ଶିକ୍ଷକ ସୌରିଆ ପ୍ରଧାନ ଏ ନେଇ ଜଣାଇବା ପରେ ବିଇଓ ଏବଂ ଡିପିସିଙ୍କୁ ଅବଗତ କରାଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ଲୋପମୁଦ୍ରା ପଟ୍ଟନାଏକ କୁହନ୍ତି, ଘଟଣାସ୍ଥଳକୁ ଯାଇ ତଦନ୍ତ କରିବା ପାଇଁ ବିଆର୍‌ସିସିଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବନ୍ତଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଘନଶ୍ୟାମ ବେହେରା କୁହନ୍ତି, ବୁଧବାର ଉକ୍ତ ବିଦ୍ୟାଳୟକୁ ଏକ ଡାକ୍ତରୀ ଦଳ ପଠାଇ ଘଟଣା ବିଷୟରେ ବୁଝିବା ସହିତ ଅସୁସ୍ଥ ହୋଇଥିବା ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ୍ୟ ପରୀକ୍ଷା ନିମନ୍ତେ ବ୍ୟବସ୍ଥା କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୩୪ ଆଦିବାସୀଙ୍କୁ ଖଲାସ ଦାବି: ୪୮ ଘଣ୍ଟିଆ ବନ୍ଦ ଡାକରା

ବାରିପଦା,୨୦।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ତିରିଂ ଥାନା ଅଞ୍ଚଳର ଜଣେ ଆଦିବାସୀ ନାବାଳିକା ଅସଦାଚରଣ ମାମଲାରେ ବହଳଦା ଠାରେ ଜାତୀୟ ରାଜପଥ ଅବରୋଧ ବେଳେ ପୋଲିସ…

ମିଲରଙ୍କ ଅସହଯୋଗରୁ ବଢୁଛି ଚାଷୀଙ୍କ ଚିନ୍ତା: ଧାନବସ୍ତା ରଖି ରାଜ୍ୟ ରାଜପଥ ଅବରୋଧ

ତିହିଡି଼,୨୦।୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ଚାରିତରଫ ସମବାୟ ସମିତି ମଣ୍ଡିରେ ୮ହଜାର କୁଇଣ୍ଟାଲରୁ ଅଧିକ ଧାନ ପଡ଼ି ରହିଛି l ମିଲରଙ୍କ ଅସହଯୋଗରୁ ଏହି ଧାନ ପଡ଼ି…

ଟ୍ରକକୁ ଧକ୍କା ଦେଲା କାର୍, ଦୁର୍ଘଟଣାରେ ଅବସରପ୍ରାପ୍ତ ଏସଡିଏମଓଙ୍କ ମୃତ୍ୟୁ

ଭବାନୀପାଟଣା,୨୦।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା ହୋଇଛି । ଶୁକ୍ରବାର ସକାଳେ ହୋଇଥିବା କାର କାର…

ଠିକା ସର୍ବସ୍ବ ପାଲଟୁଛି ପ୍ରକଳ୍ପ, କାମରେ ଆସୁନି

ଲୋଇସିଂହା,୨୦।୩(ସୁଶାନ୍ତ ବାରିକ):ଗ୍ରାମାଞ୍ଚଳରେ ସରକାରୀ ଅନୁଦାନରେ ବିଭିନ୍ନ ପ୍ରକଳ୍ପ ନିର୍ମାଣ ହେଉଛି ା ହେଲେ ସେହି ପ୍ରକଳ୍ପଗୁଡିକ ଲୋକଙ୍କ କାମରେ ଆସୁନାହିଁ। ଏଭଳି ଏକ ପ୍ରକଳ୍ପ ହେଉଛି ବର୍ଜ୍ୟବସ୍ତୁ…

ଗଛକୁ ପିଟି ଓଲଟିଲା ଅଲ୍ଟୋ କାର, ଚାଲିଗଲା ୨ଜଣଙ୍କ ଜୀବନ

ନନ୍ଦପୁର,୨୦।୩(ତୁଷାର କାନ୍ତ ମହାନ୍ତି):  କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୁରୁବାର ମଧ୍ୟରାତ୍ରରେ…

ଉଚ୍ଛେଦ ଆଗରୁ ଥଇଥାନ କର: ଜିଲାପାଳଙ୍କୁ ଫେରାଦ ପଡ଼ାବାସୀ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପର୍ଯ୍ୟାୟକ୍ରମେ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଚାଲିଛି। ରାସ୍ତା ପ୍ରଶସ୍ତୀକରଣ, ଡ୍ରେନ୍‌ ନିର୍ମାଣ ଏବଂ ଅନ୍ୟ ବିକାଶମୂଳକ ପ୍ରକଳ୍ପକୁ ଆଖି ଆଗରେ ରଖି ଏଭଳି…

ମା’ ସମଲେଶ୍ବରୀଙ୍କ ବ୍ରହ୍ମଚାରିଣୀ ବେଶ: ସକାଳୁ ସକାଳୁ ଭକ୍ତଙ୍କ ସମାଗମ

ବରଗଡ଼,୨୦।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି ହୋଇଛି। ଦ୍ବିତୀୟ ଦିବସ ଶୁକ୍ରବାରରେ ଦେବୀ ବ୍ରହ୍ମଚାରିଣୀ ବେଶରେ ଦର୍ଶନ ଦେଇଛନ୍ତି…

କାଳବୈଶାଖୀ: ଉଡ଼ିଲା ଘର ଛପର, ଭାଙ୍ଗିଲା ଗଛ

ବିନିକା,୧୯ା୩ (ରାମ ଗୋପାଳ ବାଘ): ସୁବର୍ଣ୍ଣପୁର ଜିଲା ବିନିକା ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ବ୍ୟାପକ କ୍ଷତି ହୋଇଛି l ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଘର ଛପର ଉଡାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri