ପ୍ରକଳ୍ପ ନିର୍ମାଣକୁ ବର୍ଷେ ପୂରିନି: ଲୋକଙ୍କ ନିକଟରେ ପହଞ୍ଚୁନି ପିଇବା ପାଣି

ଖଇରା, ୬।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ରଟିଣା ପାନୀୟ ଜଳ ପ୍ରକଳ୍ପ ନିର୍ମାଣର ବର୍ଷେ ନ ପୂରୁଣୁ ବହୁ ସ୍ଥାନରେ ପାଇପ ନଷ୍ଟ ହେବା ଯୋଗୁ ଲୋକଙ୍କ ନିକଟରେ ପାଣି ପହଞ୍ଚିବା ପରିବର୍ତ୍ତେ ରାସ୍ତାରେ ବୋହି ଲହଡ଼ି ମାରୁଛି ା ଗ୍ରାମବାସୀ ପାଇପ ମରାମତି ଦାବିକରି କୌଣସି ସୁଫଳ ନ ପାଇବାରୁ ଶେଷରେ ରାସ୍ତାକୁ ଓହ୍ଲାଇ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛନ୍ତି ା
୧କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଖର୍ଚ୍ଚ କରାଯାଇ ୧ଲକ୍ଷ ଲିଟର ଜଳ ସଂରକ୍ଷଣ କ୍ଷମତା ବିଶିଷ୍ଟ ପ୍ରକଳ୍ପ ନିର୍ମାଣ କରାଯାଇ ରଟିଣା ପଞ୍ଚାୟତର ଧନିଆବନ୍ଧ, ସାଇମନ୍ଦିର, ଇଚ୍ଛାପୁର, ରଟିଣା ଶାସନ, ଗଡସାହି ଆଦି ଗ୍ରାମକୁ ପାଇପ ଜଳ ଯୋଗାଣ ଆରମ୍ଭ ହୋଇଥିଲା ା ବର୍ଷେ ନ ପୂରୁଣୁ ବିଭିନ୍ନ ସ୍ଥାନରେ ପ୍ଲାଷ୍ଟିକ ପାଇପ ଫାଟିଯିବାରୁ ପାଣି ରାସ୍ତାରେ ବୋହି ନଷ୍ଟ ହେଉଛି ା ଏଥିଲାଗି ସ୍କୁଲ ପିଲାମାନେ ରାସ୍ତାରେ ଯିବାଆସିବାରେ ହଇରାଣ ହେଉଛନ୍ତି। ନିମ୍ନମାନର କାମ ଯୋଗୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଛି ବୋଲି ଗ୍ରାମର ଶମ୍ଭୁନାଥ ନାୟକ,ଟୁନା ମିଶ୍ର ପ୍ରମୁଖ ଅଭିଯୋଗ କରିଛନ୍ତି ା ତୁରନ୍ତ ପାଇପ ମରାମତି କରା ନ ଗଲେ ଧାରଣା, ଆନ୍ଦୋଳନ କରାଯିବ ବୋଲି ଗ୍ରାମବାସୀ ନିଷ୍ପତ୍ତି ନେଇଥିବା ନିରାକାର ଶତପଥୀ, ପ୍ରଫୁଲ୍ଲ କୁମାର ମହାନ୍ତି,ନାରାୟଣ ଦାସ ପ୍ରମୁଖ ସୂଚନା ଦେଇଛନ୍ତି ା ଏ ସମ୍ପର୍କରେ ଗ୍ରାମ୍ୟ ପାନୀୟ ଜଳ ଓ ପରିମଳ ବିଭାଗର କନିଷ୍ଠ ଯନ୍ତ୍ରୀ ସୁଶାନ୍ତ କୁମାର ସ୍ବାଇଁଙ୍କୁ ପଚାରିବାରୁ ପଞ୍ଚାୟତ କର୍ତ୍ତୃପକ୍ଷ ଲିଖିତ ଭାବେ ଜଣାଇଲେ ପାଇପ ମରାମତି ପାଇଁ ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

ବିଳମ୍ବିତ ରାତିରେ ନିଖୋଜ ହୋଇଗଲା ମତ୍ସ୍ୟଜୀବୀଙ୍କ ଡ଼ଙ୍ଗା, ଆଉ ତା’ପରେ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ମେରାଇନ ଥାନା ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଫିସେରୀ ଜେଟିରୁ ଏକ ମତ୍ସ୍ୟଜୀବୀଙ୍କ ଡଙ୍ଗା ନିଖୋଜ ହୋଇଯାଇଥିବା ଖବର ସାମନାକୁ ଆସିଛି। ମେରାଇନ…

ଅନ୍ତେବାସୀଙ୍କୁ ମିଳୁଥିଲା ପୋକରା ଚାଉଳ ଭାତ: ଅଧିକାରୀଙ୍କୁ ଜଣାଇବାକୁ ୮ କି.ମି. ଚାଲିଲେ ଛାତ୍ରୀଛାତ୍ର

ଉଦଳା,୨୧।୯(ସନ୍ତୋଷ ବାଛିନୀ): ହଷ୍ଟେଲରେ ଦୁଇ ମାସରୁ ଊର୍ଦ୍ଧ୍ୱ ହେଲା ଅବ୍ୟବସ୍ଥା ଲାଗି ରହିଥିବା ବେଳେ ଛାତ୍ରୀଛାତ୍ରମାନଙ୍କୁ ଆବଶ୍ୟକ ମୌଳିକ ସୁବିଧା ଯୋଗାଇ ଦିଆଯାଉ ନାହିଁ। ଯାହାକୁ ନେଇ…

ରାସ୍ତାରେ ଛିଡ଼ା ହୋଇଥିବା ବେଳେ ଯୁବକଙ୍କୁ ଧକ୍କା ଦେଲା ବସ୍‌, ଆଉ ତା’ପରେ…

କୁଚିଣ୍ଡା,୨୧।୯(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଅଧୀନ ପତ୍ରାପାଲି ନିକଟରେ ଏକ ଘରୋଇ ବସ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ମୃତକ ହେଲେ କୁଚିଣ୍ଡା…

ବସ୍ତା ରେଳ ଷ୍ଟେଶନ୍‌ରେ ଅଘଟଣ; ୨ ମହିଳାଙ୍କୁ ଧକ୍କା ଦେଲା ଟ୍ରେନ, ତାପରେ…

ବାଲେଶ୍ୱର,୨୧।୯( ବାଞ୍ଛାନିଧି ଦେ): ଦକ୍ଷିଣପୂର୍ବ ରେଳପଥର ଖଡ଼ଗପୁର ଡିଭିଜନ ଅନ୍ତର୍ଗତ ବସ୍ତା ରେଳ ଷ୍ଟେଶନ ନିକଟରେ ବଡ଼ ଦୁର୍ଘଟଣା ଘଟିଯାଇଛି । ସୋମବାର ଟ୍ରେନ ଧକ୍କାରେ ଦୁଇ…

ଗଞ୍ଜାମରେ ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା, ବାଦ୍ ପଡ଼ିଲା ୧.୮୮ ଲକ୍ଷ…

ଛତ୍ରପୁର,୨୧।୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଞ୍ଜାମ ଜିଲାରେ ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ୱତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା…

ପାଟଣା-ସାହାରପଡ଼ା ବ୍ଲକ ବିଜେଡିର ନୂଆ କର୍ମକର୍ତ୍ତା ନିଯୁକ୍ତ, ରଞ୍ଜନ-ମଧବାଙ୍କୁ ବଡ଼ ଦାୟିତ୍ବ ଦେଲା ବିଜେଡି

ପାଟଣା,୨୧ା୯(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀ ଅଧୀନ ପାଟଣା ଓ ସାହାରପଡ଼ା ବ୍ଲକ ବିଜେଡିର କାର୍ଯ୍ୟକାରୀ କମିଟିକୁ ଗତ ଶନିବାର ଦଳର ବରିଷ୍ଠ ଉପସଭାପତି…

ବାଲେଶ୍ୱରରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା ଶାନ୍ତି ରେଷ୍ଟୁରାଣ୍ଟ

ବାଲେଶ୍ୱର, ୨୧ା୯( ବାଞ୍ଛାନିଧି ଦେ): ହୁତୁ ହୁତୁ ହୋଇ ଜଳୁଛି ରେଷ୍ଟୁରାଣ୍ଟ । ବାଲେଶ୍ୱର ଓଟି ରୋଡ୍‌ରେ ଥିବା ଶାନ୍ତି ରେଷ୍ଟୁରାଣ୍ଟରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?