ପ୍ରକାଶ ପାଇଛି ବିଜ୍ଞପ୍ତି: କାଳିଆ ଯୋଜନାରେ ସାମିଲ ଅଯୋଗ୍ୟ ହିତାଧିକାରୀଙ୍କ ଟଙ୍କା ଫେରିବ

ଭୁବନେଶ୍ୱର, ୬ା୮(ବ୍ୟୁରୋ): କାଳିଆ ଯୋଜନାରେ ବର୍ତ୍ତମାନ ସୁଦ୍ଧା ୫୧ଲକ୍ଷ ହିତାଧିକାରୀଙ୍କୁ ସରକାର ଅର୍ଥ ପ୍ରଦାନ କରିଛନ୍ତି। ଆଗକୁ ଆଉ ୨୪ ଲକ୍ଷ କ୍ଷୁଦ୍ର, ନାମମାତ୍ର ଏବଂ ଭୂମିହୀନ ଚାଷୀଙ୍କୁ ଏଥିରେ ସାମିଲ କରାଯିବ ବୋଲି ସରକାର କହିଥିଲେ। ଏହି ଯୋଜନାରେ ମୋଟ ୭୫ଲକ୍ଷ ଚାଷୀଙ୍କୁ ସାମିଲ କରିବା ପାଇଁ ଲକ୍ଷ୍ୟ ରଖାଯାଇଛି। କିନ୍ତୁ ଏହି ଯୋଜନାରେ ସାମିଲ ହୋଇଥିବା ହିତାଧିକାରୀଙ୍କ ମଧ୍ୟରୁ ଅଯୋଗ୍ୟଙ୍କୁ ବାଦ୍‌ ଦେବା ପାଇଁ ସରକାର ବର୍ତ୍ତମାନ ପଦକ୍ଷେପ ନେବା ଆରମ୍ଭ କରିଛନ୍ତି। ଏନେଇ ସରକାରଙ୍କ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ, ବର୍ତ୍ତମାନ ସୁଦ୍ଧା କାଳିଆ ଯୋଜନାରେ ସହାୟତା ରାଶି ପାଇଥିବା ସମସ୍ତ ହିତାଧିକାରୀଙ୍କ ତାଲିକା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ ଓ ପ୍ରାଥମିକ ସେବା ସମବାୟ ସମିତିରେ ମଙ୍ଗଳବାର ଠାରୁ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ତାଲିକା ଟଙ୍ଗାଯିବ। ଉକ୍ତ ତାଲିକାରେ ସ୍ଥାନ ପାଇଥିବା ହିତାଧିକାରୀ ଯଦି ନିଜକୁ ଅଯୋଗ୍ୟ ବୋଲି ଅନୁଭବ କରନ୍ତି ତେବେ ସେମାନେ ପଞ୍ଚାୟତସ୍ତରୀୟ ନୋଡାଲ ଅଧିକାରୀଙ୍କୁ ଜଣାଇପାରିବେ। ଏଥିପାଇଁ ଏକ ଫର୍ମ ମଧ୍ୟ ଓ୍ବେବ୍‌ସାଇଟ୍‌ରେ ଉପଲବ୍ଧ ହେବ। ସେମାନେ ଏହାପରେ ପାଇଥିବା କାଳିଆ ଟଙ୍କା ଫେରସ୍ତ କରିପାରିବେ। ସେମାନେ ଯଦି ଚାହାନ୍ତି ତାଙ୍କ ନାଁକୁ ଗୋପନ ରଖାଯିବ। ଏହାସହ ଯଦି କୌଣସି ଯୋଗ୍ୟ ହିତାଧିକାରୀ ଏହି ଯୋଜନାରେ ସାମିଲ ହେବାକୁ ଚାହିଁବେ ସେମାନେ ନିଜ ଅଞ୍ଚଳରେ ଥିବା ସାଧାରଣ ସେବା କେନ୍ଦ୍ର ସହାୟତାରେ ଅନ୍‌ଲାଇନ ଦ୍ୱାରା ଆସନ୍ତା ୧୪ ତାରିଖ ମଧ୍ୟରେ ଦରଖାସ୍ତ ଦେଇପାରିବେ। ଅନ୍ୟପଟେ ଅଯୋଗ୍ୟ ହିତାଧିକାରୀ ଟଙ୍କା ଫେରାଇବା ଲାଗି ସରକାରଙ୍କ ପକ୍ଷରୁ ବ୍ୟାଙ୍କ ଆକାଉଣ୍ଟ ନମ୍ବର ମଧ୍ୟ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିଆଁରେ ଚାଲିଲେ ମାନସିକଧାରୀ, ଦେଖିବାକୁ ହଜାର ହଜାର ଲୋକଙ୍କ ଭିଡ଼

ରିଷିଡା୧୪।୪(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡାସ୍ଥିତ ମା’ ତାରିଣୀ ଅଷ୍ଟ ଚଣ୍ଡୀ ଶୈବ ଶକ୍ତି ପୀଠରେ ଝାମୁଯାତ୍ରା ସୋମବାର ଅନୁଷ୍ଠିତ ହୋଇଯାଇଛି। ମା’ ତାରିଣୀ…

ନିର୍ୱାଚନ ପରେ ଏତେ ମହଙ୍ଗା ହେବ ପେଟ୍ରୋଲ ଦର! ଚମକାଇଲା ରିପୋର୍ଟ

ନୂଆଦିଲ୍ଲୀ,୧୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ବିବାଦ ଭାରତୀୟ ତୈଳ କମ୍ପାନୀଗୁଡ଼ିକୁ ପ୍ରଭାବିତ କରିବା ଆରମ୍ଭ କରିଛି। ସରକାରୀ ତୈଳ କମ୍ପାନୀଗୁଡ଼ିକ ପାଇଁ, ପେଟ୍ରୋଲ ଏବଂ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri