Posted inରାଜ୍ୟ

ପ୍ରକାଶ ପାଇଲା ମାଟ୍ରିକ ପରୀକ୍ଷା ଫଳ: ୬ ଜଣ ଏ ଓ୍ବାନ୍‌ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ

ଚଣ୍ଡିଖୋଲ,୨୧ା୫(ଡି.ଏନ.ଏ.)- ମାଟ୍ରିକ ପରୀକ୍ଷା ଫଳାଫଳ ମଙ୍ଗଳବାର ପ୍ରକାଶ ପାଇଛି। ବଡ଼ଚଣା ବ୍ଲକ ଅଞ୍ଚଳରୁ ୬ ଜଣ ୯୦ ପ୍ରତିଶତରୁ ଅଧିକ ମାର୍କ ରଖି ଏ ଓ୍ବାନ୍‌ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେଥିମଧ୍ୟରୁ ବାଲିଚନ୍ଦ୍ରପୁରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୪ ଜଣ ଛାତ୍ରୀଛାତ୍ର ଏ ଓ୍ବାନ୍‌ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇଥିବାବେଳେ ବିଦ୍ୟାଳୟର ପାସ୍‌ ହାର ଶତପ୍ରତିଶତ ହୋଇଛି। ଏ ନେଇ ଅଭିଭାବକମାନେ ପ୍ରଶଂସା କରିଛନ୍ତି। ସେମାନଙ୍କ ମଧ୍ୟରୁ ପ୍ରିନ୍ସ ଦାଶ ସର୍ବାଧିକ ୫୫୪ ନଂ.(୯୨.୩୩%) ରଖିଥିବାବେଳେ ରଶ୍ମି ପ୍ରକାଶ ଶତପଥୀ ୫୪୩ ନଂ. ରଖିଛନ୍ତି। ଉକ୍ତ ଶିଶୁ ମନ୍ଦିରର ନିର୍ମାଲ୍ୟ କର ଓ ପ୍ରିୟାଂଶୁ ଖୁଣ୍ଟିଆ ୫୪୦ ନଂ. ରଖି ଏ ଓ୍ବାନ୍‌ ଗ୍ରେଡ୍‌ରେ ଉତ୍ତୀର୍ଣ୍ଣ ହୋଇଛନ୍ତି। ସେହିପରି ଦର୍ପଣଗଡ଼ସ୍ଥିତ ଲାଲବାହାଦୁର ନୋଡାଲ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ପ୍ରିୟଙ୍କା କର ୫୪୦ ନଂ. ରଖିଛନ୍ତି। ବଡ଼ଚଣା ବାଳିକା ଉଚ୍ଚ ବିଦ୍ୟାଳୟର ପ୍ରିତିପାରମିତା ପୃଷ୍ଟି ୫୪୮ ନଂ. ରଖିଛନ୍ତି। ସମଗ୍ର ଜିଲାରେ ୬୦ ଜଣ ଛାତ୍ରୀଛାତ୍ର ଏ ଓ୍ପାନ ଗ୍ରେଡ୍‌ରେ ପାସ କରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଯାତ୍ରାରେ ସୁଯୋଗ ପ୍ରତିଶ୍ରୁତି ଦେଇ ଯୁବତୀଙ୍କୁ ଗଣବଳାତ୍କାର, ବନ୍ଧା ହେଲେ ଯାତ୍ରାପାର୍ଟିର ୨ ମ୍ୟାନେଜର

ପଟ୍ଟାମୁଣ୍ଡାଇ,୩୦।୫ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଯାତ୍ରାପାର୍ଟିରେ ସୁଯୋଗ ଦେବାର ପ୍ରତିଶ୍ରୁତି ଦେଇ ଚଉଦକୁଲାଟ ଅଞ୍ଚଳର ଜଣେ ଯୁବତୀଙ୍କୁ ମୃଦୁପାନୀୟରେ…

୩ରୁ କୋରାପୁଟରେ ରବିଧାନ କିଣା ଆରମ୍ଭ

ଜୟପୁର,୩୦।୫(ପବନ ପାଣିଗ୍ରାହୀ): କୋରାପୁଟ ଜିଲାରେ ଆସନ୍ତା ଜୁନ ୩ରୁ ଚାଷୀଙ୍କ ଅମଳ ରବିଧାନ କ୍ରୟ ନେଇ ମଣ୍ଡି ଶୁଭାରମ୍ଭ ହେବ। ଏହା ପୂର୍ବରୁ ଶନିବାର ଜୟପୁର ଉପଖଣ୍ଡର…

ସିସିଟିଭିରେ ସେଲୋଟେପ୍ ଲଗାଇ ମୁଖ୍ୟ ଡାକ୍ତରଖାନାରୁ ଟିଭି ଚୋରି, ଆମ୍ବୁଲାନ୍ସ ଡ୍ରାଇଭର ଗିରଫ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଉପକଣ୍ଠ ଖେଦାପାଲି(ଟୁକୁର୍ଲା)ସ୍ଥିତ ଜିଲା ମୁଖ୍ୟ ଡାକ୍ତରଖାନାରୁ ଏଲ୍‌ଇଡି ଟିଭି ଚୋରି ଘଟଣାର ପର୍ଦ୍ଦାଫାଶ ହୋଇଛି। ଶନିବାର ଭଟଲି ଥାନା ପୋଲିସ ଏହି…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ବରଗଡ଼ ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ପୂର୍ତ୍ତ ବିଭାଗ ଅଧୀକ୍ଷଣ ଯନ୍ତ୍ରୀଙ୍କ ବିରୋଧରେ ମାମଲା ରୁଜୁ

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ଥାନାଛକରେ ରହିଥିବା ଧନୁଯାତ୍ରାର ସ୍ଥାୟୀ ତୋରଣ ଭାଙ୍ଗିବା ଘଟଣାରେ ସ୍ଥାନୀୟ ଟାଉନ ଥାନା ପୋଲିସ୍‌ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିଛି। ବରଗଡ଼ ପୌରାଧ୍ୟକ୍ଷା…

ବାଇକ୍ ଦୁର୍ଘଟଣାରେ ଯୁବକ ରକ୍ତ ଜୁଡ଼ୁବୁଡ଼ୁ: ମିଳିଲାନି ଆମ୍ବୁଲାନ୍ସ, ମୋବାଇଲ ଟର୍ଚ୍ଚ ଆଲୁଅରେ ହେଲା ଷ୍ଟିଚ୍!

ଥୁଆମୂଳ ରାମପୁର, ୩୦।୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କୋଷାବରା ସ୍ଥିତ ହେଲୋ ପଏଣ୍ଟ (ନାଏକପଡ଼ା) ଛକ ନିକଟରେ ଶନିବାର ମଧ୍ୟାହ୍ନ ପ୍ରାୟ…

କାଳବୈଶାଖୀର କରାଳ ରୂପ:  ଭାଙ୍ଗିଗଲା ଦାଦନ ଶ୍ରମିକର ସପ୍ନର ଘର, ହାର୍ଡଖୁର୍ସି ଗ୍ରାମରେ ଏକାଧିକ ପରିବାର ବାସହୀନ

ଥୁଆମୂଳ ରାମପୁର, ୩୦।୫ (ଦୁର୍ଗା କୀର୍ତ୍ତି):ଦୁଃଖ ଉପରେ ଦୁଃଖ। ବିଧାତାଙ୍କ ବିଚିତ୍ର ଲୀଳା ଆଗରେ ହାର ମାନିଛି ଗରିବ ପରିବାର। କେରଳ ରାଜ୍ୟକୁ ଦାଦନ ଖଟିବାକୁ ଯାଇ…

ବଂଶଧାରା ଆନିକଟ ପାଇଁ ଦାବି ଉଠାଇଲା ଏବିଭିପି: ମୁଖ୍ୟମନ୍ତ୍ରୀଙ୍କୁ ଭେଟି…

ଗୁଣପୁର, ୩୦।୫ (ସୁଜାତା ପାଢ଼ୀ): ଭୁବନେଶ୍ୱରରେ ଆୟୋଜିତ ଏବିଭିପିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ଅବସରରେ ଗୁଣପୁର ଶାଖାର କର୍ମକର୍ତ୍ତାମାନେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସାକ୍ଷାତ କରି ବଂଶଧାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri